ଇଣ୍ଟିଗ୍ରେଟେଡ୍ ବିଏଡ୍‌, ଏମ୍‌ଏଡ୍‌ ନାମଲେଖା: ଆଜିଠୁ ଅନଲାଇନ ଆବେଦନ

ଭୁବନେଶ୍ବର: ୩ ବର୍ଷିଆ ଇଣ୍ଟିଗ୍ରେଟେଡ୍ ବିଏଡ୍‌, ଏମ୍‌ଏଡ୍‌ ପାଠ୍ୟକ୍ରମରେ ନାମଲେଖା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ଆଜିଠୁ ଅନଲାଇନ ଆବେଦନ ଆରମ୍ଭ ହେବ। ଦିନ ୧୧ଟାରୁ ସାମ୍ସ ୱେବ୍‌ସାଇଟ୍‌ରେ କମନ ଆପ୍ଲିକେସନ ଫର୍ମ ଉପଲବ୍ଧ ହେବ। ୧୭ ତାରିଖ ରାତି ୧୧ଟା ୪୫ ପର୍ୟ୍ୟନ୍ତ ଆବେଦନ କରାଯାଇପାରିବ। ଆବେଦନ ସମୟରେ ତ୍ରୁଟି ଥିଲେ ୧୮ ତାରିଖରେ ସଂଶୋଧନ ପାଇଁ ସୁଯୋଗ ଦିଆଯିବ। ପ୍ରଥମ ରାଉଣ୍ଡ ନାମଲେଖା ପାଇଁ ୨୨ରେ ମେଧା ତାଲିକା ପ୍ରକାଶ ପାଇବ। ଏଥିରେ ମନୋନୀତ ଛାତ୍ରଛାତ୍ରୀ ୨୩ରୁ ୨୬ ତାରିଖ ମଧ୍ୟରେ ନାମ ଲେଖାଇବେ। ସେପ୍ଟେମ୍ବର ୧ରେ ଦ୍ବିତୀୟ ରାଉଣ୍ଡ ନାମଲେଖା ପାଇଁ ମେଧା ତାଲିକା ପ୍ରକାଶ ପାଇବ। ଏଥିରେ ଯୋଗ୍ୟ ବିବେଚିତ ଛାତ୍ରଛାତ୍ରୀ ସେପ୍ଟେମ୍ବର ୨ରୁ ୪ ମଧ୍ୟରେ ନାମ ଲେଖାଇବେ। ସେପ୍ଟେମ୍ବର ୮ ତାରିଖରେ ତୃତୀୟ ରାଉଣ୍ଡ (ୱେଟିଂ ଲିଷ୍ଟ/ସ୍ପଟ୍) ନାମଲେଖା ପାଇଁ ମେଧା ଅନୁଯାୟୀ ୱେଟିଂ ରାଙ୍କ ତାଲିକା ପ୍ରକାଶ ପାଇବ। ୯ ତାରିଖରେ ନାମଲେଖା ପାଇଁ ଯୋଗ୍ୟ ଆବେଦନକାରୀଙ୍କ ତାଲିକା ପ୍ରକାଶ ପାଇବ। ଏଥିରେ ମନୋନୀତ ଆବେଦନକାରୀ ସେପ୍ଟେମ୍ବର ୧୦ରୁ ୧୧ ତାରିଖ ମଧ୍ୟରେ ନାମ ଲେଖାଇବେ। ସେ‌େ‌ପ୍ଟମ୍ବର ୮ ତାରିଖରୁ ପାଠପଢ଼ା ଆରମ୍ଭ ହେବ।

  • Related Posts

    ଶହେଥର ଇସ୍ତଫା ଦେବାକୁ ପ୍ରସ୍ତୁତ: ପ୍ରଭାତୀ ପରିଡ଼ା

    ଭୁବନେଶ୍ୱର: ବଳାଙ୍ଗା ପୀଡ଼ିତାଙ୍କ ମୃତୁ୍ୟକୁ ନେଇ ଇସ୍ତଫା ପ୍ରସଙ୍ଗରେ ବିରୋଧୀଙ୍କ ଦାବି ପ୍ରସଙ୍ଗରେ ସୋମବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ନିଜର ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଯେ ମୋ ଇସ୍ତଫାରେ ଯଦି ବଳଙ୍ଗା ପୀଡ଼ିତାଙ୍କ ଜୀବନ ଫେରିପାରିବ ତେବେ ମୁଁ…

    ଭ୍ରାମ୍ୟମାଣ ପ୍ରବାସୀ ସାଧନ କେନ୍ଦ୍ରର ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ

    ଭୁବନେଶ୍ବର: ଆଜି କୃଷି ଭବନ ଠାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଫ୍ଲାଗ ଅଫ କରି ଭ୍ରାମ୍ୟମାଣ ପ୍ରବାସୀ ସାଧନ କେନ୍ଦ୍ରର ଶୁଭାରମ୍ଭ କରିଛନ୍ତି। ୟୁ ଏନ ମାଇଗ୍ରେସନ, ଏଇଡ଼ ଏଟ ଆକ୍ସନ ଓ ମାଇଗ୍ରେସନ ମଲ୍ଟି ପାର୍ଟନର ଟ୍ରଷ୍ଟ ଫଣ୍ଡର…

    Leave a Reply

    Your email address will not be published. Required fields are marked *

    You Missed

    ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରସଙ୍ଗରେ ଏହା କହିଲେ ରାଜସ୍ୱ ମନ୍ତ୍ରୀ

    ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରସଙ୍ଗରେ ଏହା କହିଲେ ରାଜସ୍ୱ ମନ୍ତ୍ରୀ

    ଶହେଥର ଇସ୍ତଫା ଦେବାକୁ ପ୍ରସ୍ତୁତ: ପ୍ରଭାତୀ ପରିଡ଼ା

    ଶହେଥର ଇସ୍ତଫା ଦେବାକୁ ପ୍ରସ୍ତୁତ: ପ୍ରଭାତୀ ପରିଡ଼ା

    ୭ରେ ପୁରୀ ବିଜେଡିର ହରତାଳ

    ୭ରେ ପୁରୀ ବିଜେଡିର ହରତାଳ

    ବିଦ୍ୟୁତ ସଂସ୍ପର୍ଶରେ ଆସି ୫ କାଉଡ଼ିଆ ମୃତ

    ବିଦ୍ୟୁତ ସଂସ୍ପର୍ଶରେ ଆସି ୫ କାଉଡ଼ିଆ  ମୃତ

    ଭ୍ରାମ୍ୟମାଣ ପ୍ରବାସୀ ସାଧନ କେନ୍ଦ୍ରର ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ

    ଭ୍ରାମ୍ୟମାଣ ପ୍ରବାସୀ ସାଧନ କେନ୍ଦ୍ରର ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ

    ୩୭ ଔଷଧ ଦାମ୍‌ ୧୫% କମିଲା

    ୩୭ ଔଷଧ ଦାମ୍‌ ୧୫% କମିଲା