ଫକୀର ମୋହନ କଲେଜ ଛାତ୍ରୀ ଆତ୍ମାହୁତି ମାମଲା, 2 ଛାତ୍ର ଗିରଫ

ବାଲେଶ୍ବର: ବାଲେଶ୍ବର ଫକୀର ମୋହନ କଲେଜ ଛାତ୍ରୀ ଆତ୍ମାହୁତି ମାମଲାରେ 2 ଗିରଫ । ଛାତ୍ରୀଙ୍କୁ ଆତ୍ମହତ୍ୟା ପାଇଁ ପ୍ରବର୍ତ୍ତାଇବା ଅଭିଯୋଗରେ ଗତକାଲି(ରବିବାର) ଦୁଇ ଜଣଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ । ସେମାନେ ହେଲେ ଶୁଭ୍ରସମ୍ବିତ ନାୟକ ଓ ଜ୍ୟୋତିପ୍ରକାଶ ବିଶ୍ୱାଳ । ଉଭୟଙ୍କୁ 14 ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇଲେ କୋର୍ଟ ।ଦୀର୍ଘ 22 ଦିନର ତଦନ୍ତ ପରେ କ୍ରାଇମବ୍ରାଞ୍ଚକୁ ସଫଳତା । ଛାତ୍ରୀଙ୍କୁ ଆତ୍ମହତ୍ୟା ପାଇଁ ପ୍ରବର୍ତ୍ତାଇବା ଅଭିଯୋଗରେ କ୍ରାଇମବ୍ରାଞ୍ଚ ଦୁଇ ଛାତ୍ରଙ୍କ ଗିରଫ କରିଛି । ଏମାନେ ହେଲେ ଶୁଭ୍ରସମ୍ବିତ ନାୟକ ଓ ଜ୍ୟୋତିପ୍ରକାଶ ବିଶ୍ୱାଳ । ଘଟଣା ଦିନ ଛାତ୍ର ଜ୍ୟୋତିପ୍ରକାଶ, ଛାତ୍ରୀଙ୍କୁ ବଞ୍ଚାଇବାକୁ ଉଦ୍ୟମ କରିଥିଲେ । ସେ ମଧ୍ୟ ଗୁରୁତର ହୋଇ କଟକ ଏସସିବି ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଥିଲେ ।ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରୁଥିବା ବେଳେ ସେଦିନ ମୋବାଇଲ ଧରି ଭିଡିଓ ସୁଟିଂ କରୁଥିଲେ ଏବଂ ନିଜ ସାର୍ଟ ଖୋଲି ଛାତ୍ରୀଙ୍କୁ ବଞ୍ଚାଇବାକୁ ଚେଷ୍ଟା କରିଥିଲେ ଜ୍ୟୋତି ପ୍ରକାଶ । ଯାହା ସିସିଟିଭି ଫୁଟେଜରୁ ଦେଖିବାକୁ ମିଳିଥିଲା । ଅନ୍ୟପଟେ ଛାତ୍ରୀ ଜଣଙ୍କ ଆତ୍ମହତ୍ୟା ପୂର୍ବରୁ ନ୍ୟାୟ ପାଇବା ପାଇଁ ଏବିଭିପିର ସହାୟତା ଲୋଡିଥିଲେ ।ଏବିଭିପିର ସଦସ୍ୟ ଶୁଭ୍ର ସମ୍ବିତ ଛାତ୍ରୀଙ୍କୁ ଆତ୍ମହତ୍ୟା ପାଇଁ ପ୍ରବର୍ତ୍ତାଇବା ଅଭିଯୋଗରେ ଗିରଫ ହୋଇଛନ୍ତି । ଉଭୟଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରିଛି କ୍ରାଇମବ୍ରାଞ୍ଚ । SDJM ବିଚାରପତିଙ୍କ ବାସଭବନରେ ହାଜର ପରେ 14 ଦିନିଆ ବିଚାର ବିଭାଗୀୟ ଜେଲ ହାଜତକୁ ପଠାଯାଇଛି ।କ୍ରାଇମବ୍ରାଞ୍ଚ ଆତ୍ମହତ୍ୟା ଘଟଣାର ତଦନ୍ତ କରୁଥିବା ବେଳେ କିଛି ଛାତ୍ରଛାତ୍ରୀଙ୍କ ମୋବାଇଲ ଜବତ କରି ତଦନ୍ତ କରିଥିଲା । ମୋବାଇଲରୁ କିଛି ଏମିତି ପ୍ରମାଣ ହସ୍ତଗତ ହୋଇଛି ଯାହାକୁ ଆଧାର କରି ଦୁଇଜଣଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ । ଏହା ଭିତରେ ଆଉ କାହାର ସମ୍ପୃକ୍ତି ଅଛି ସେନେଇ କ୍ରାଇମବ୍ରାଞ୍ଚ ଅଧିକ ତଦନ୍ତ ଜାରି ରଖିଛି ।ଗତ ଜୁଲାଇ 12ରେ ନ୍ୟାୟ ନପାଇ ବାଲେଶ୍ବର ଫକୀର ମୋହନ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ କରିଥିଲେ । ଫଳରେ ସେ ଗୁରୁତର ହୋଇପଡିଥିଲେ । ଏହାପରେ ତାଙ୍କୁ ଭୁବନେଶ୍ବର ଏମ୍ସ ସ୍ଥାନାନ୍ତର କରାଯାଇଥିଲା । ଆପ୍ରାଣ ଉଦ୍ୟମ ସତ୍ତ୍ବେ ଜୁଲାଇ 14ରେ ଚିକିତ୍ସାଧିନ ଅବସ୍ଥାରେ ପୀଡିତା ଆଖି ବୁଜିଥିଲେ । ଏହି ଘଟଣାକୁ ନେଇ ରାଜ୍ୟ ରାଜନୀତିରେ ସରଗରମ ହୋଇଥିଲା । ସରକାରଙ୍କୁ କାଠଗଡାକୁ ଟାଣିଥିଲେ ବିରୋଧୀ । ଦେଶବ୍ୟାପି ଏହି ଘଟଣାକୁ ନେଇ ପ୍ରତିକ୍ରିୟା ପ୍ରକାଶ ପାଇଥିଲା । ଏହି ଘଟଣାର ତଦନ୍ତ କ୍ରାଇମବ୍ରାଞ୍ଚ କରୁଛି । ଏହି ଘଟଣାରେ ପୂର୍ବରୁ ଅଭିଯୁକ୍ତ ଆସିଷ୍ଟାଣ୍ଟ ପ୍ରଫେସର ସମୀର କୁମାର ସାହୁ ଓ ବାଲେଶ୍ବର ଫକୀର ମୋହନ କଲେଜର ପୂର୍ବତନ ଅଧ୍ୟକ୍ଷ ଦିଲ୍ଲୀପ ଘୋଷଙ୍କୁ ଗିରଫ କରିଥିଲା ପୋଲିସ ।

  • Related Posts

    କୋଟିପତି ବୌଦ୍ଧ ଏମଭିଆଇ ଗିରଫ

    ବୌଦ୍ଧ: କୋଟିପତି ବୌଦ୍ଧ ଏମଭିଆଇ ଗୋଲାପ ଚନ୍ଦ୍ର ହାଁସଦା ଗିରଫ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପରିବହନ ବାବୁଙ୍କୁ ବାନ୍ଧିଲା ଭିଜିଲାନ୍ସ । ଗତକାଲି ଭିଜିଲାନ୍ସ ଚଢ଼ାଉ ବେଳେ ତାଙ୍କଠାରୁ ୪୪ଟି ପ୍ଲଟ୍‌ , ୧ କେଜି ସୁନା, ୨…

    ଯୁବତୀଙ୍କୁ ଦୁଷ୍କର୍ମ ପରେ ବିଷ ପିଆଇ ହତ୍ୟା !

    ନବରଙ୍ଗପୁର: ଯୁବତୀଙ୍କୁ ଦୁଷ୍କର୍ମ ପରେ ବିଷ ପିଆଇ ହତ୍ୟା କଲେ ଦୁର୍ବୃତ୍ତ। ଏଭଳି ଜଘନ୍ୟ ଘଟଣା ସାମ୍ନାକୁ ଆସିଛି ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ଅଞ୍ଚଳରୁ। ରବିବାର ଗାଁ ପାଖ ପଡ଼ିଆ ନିକଟରୁ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି। ତାଙ୍କୁ ଦୁଷ୍କର୍ମ ପରେ…

    Leave a Reply

    Your email address will not be published. Required fields are marked *

    You Missed

    ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରସଙ୍ଗରେ ଏହା କହିଲେ ରାଜସ୍ୱ ମନ୍ତ୍ରୀ

    ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରସଙ୍ଗରେ ଏହା କହିଲେ ରାଜସ୍ୱ ମନ୍ତ୍ରୀ

    ଶହେଥର ଇସ୍ତଫା ଦେବାକୁ ପ୍ରସ୍ତୁତ: ପ୍ରଭାତୀ ପରିଡ଼ା

    ଶହେଥର ଇସ୍ତଫା ଦେବାକୁ ପ୍ରସ୍ତୁତ: ପ୍ରଭାତୀ ପରିଡ଼ା

    ୭ରେ ପୁରୀ ବିଜେଡିର ହରତାଳ

    ୭ରେ ପୁରୀ ବିଜେଡିର ହରତାଳ

    ବିଦ୍ୟୁତ ସଂସ୍ପର୍ଶରେ ଆସି ୫ କାଉଡ଼ିଆ ମୃତ

    ବିଦ୍ୟୁତ ସଂସ୍ପର୍ଶରେ ଆସି ୫ କାଉଡ଼ିଆ  ମୃତ

    ଭ୍ରାମ୍ୟମାଣ ପ୍ରବାସୀ ସାଧନ କେନ୍ଦ୍ରର ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ

    ଭ୍ରାମ୍ୟମାଣ ପ୍ରବାସୀ ସାଧନ କେନ୍ଦ୍ରର ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ

    ୩୭ ଔଷଧ ଦାମ୍‌ ୧୫% କମିଲା

    ୩୭ ଔଷଧ ଦାମ୍‌ ୧୫% କମିଲା