ଆଦିବାସୀଙ୍କପ୍ରତି ଅତ୍ୟାଚାର ବଢି ଚାଲିଛି, ହେଲେ ସରକାର ନିଦାବିଷ୍ଣୁ: ବିଜେଡି

ଭୁବନେଶ୍ବର: ରାଜ୍ୟରେ ଆଦିବାସୀଙ୍କପ୍ରତି ଶୋଷଣ, ଅତ୍ୟାଚାର ବଢି ଚାଲିଛି, ହେଲେ ସରକାର ନିଦାବିଷ୍ଣୁ। ଆଦିବାସୀ ମହିଳା ଓ ଶିଶୁଙ୍କୁ ସୁରକ୍ଷା ଏବଂ ନ୍ୟାୟ ପ୍ରଦାନ କରିବାରେ ବିଫଳ ରାଜ୍ୟ ସରକାର। ବଲାଙ୍ଗୀର ଜିଲ୍ଲାର ଖପ୍ରାଖୋଲ ଅଞ୍ଚଳରେ ଜଣେ ଆଦିବାସୀ ମହିଳା ଅଭାବରୁ ତାଙ୍କ ପିଲାକୁ ବିକ୍ରି କରିବା ଭଳି ଘଟଣା ପୂରା ରାଜ୍ୟ ପାଇଁ ଲଜ୍ଜା ଆଣିଥିବା ବେଳେ ବଙ୍ଗୋମୁଣ୍ଡାରେ ଆଦିବାସୀ ମହିଳାଙ୍କୁ ଦୁଷ୍କର୍ମ ଉଦ୍ୟମ ଓ ବିଷ୍ଠା ଖୁଆଇବା ଘଟଣା ସାରା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଆଦିବାସୀଙ୍କୁ ନ୍ୟାୟ ଓ ସୁରକ୍ଷା ପ୍ରସଙ୍ଗ ଉଠାଇ ସରକାରଙ୍କୁ କଡା ଭାଷାରେ ନିନ୍ଦା କରିଛନ୍ତି ବିରୋଧୀ। ଗତ ନଭେମ୍ବର ୧୬ ତାରିଖରେ ଜଣେ ଆଦିବାସୀ ଯୁବତୀଙ୍କୁ ଅଭୟ ବାଗ ନାମକ ଜଣେ ଯୁବକ ଦୁଷ୍କର୍ମ ଉଦ୍ୟମ କରିବା ସହ ତାଙ୍କୁ ବିଷ୍ଠା ଖୁଆଇଥିଲେ। ଏଭଳି ଅମାନବୀୟ ଘଟଣାର ୭ଦିନ ବିତି ଯାଇଥିଲେ ମଧ୍ୟ ଅଭିଯୁକ୍ତକୁ ଗିରଫ କରିବାରେ ବିଫଳ ପୋଲିସ। ଯାହାକୁ ନେଇ ସାମ୍ବାଦିକ ସମ୍ମିଳନୀରେ ସରକାରଙ୍କ ଉପରେ ବର୍ଷିଛନ୍ତି ବିଜେଡି ନେତା ତଥା ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି। ମୁଖ୍ୟମନ୍ତ୍ରୀ ନିଜେ ଜଣେ ଆଦିବାସୀ ହୋଇଥିବା ବେଳେ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଏଭଳି ଘଟଣା ଘଟିଛି। ତଥାପି ସରକାର ଚୁପ, ଡବଲ ଇଞ୍ଜିନ ସରକାରରେ ଆଦିବାସୀ ସୁରକ୍ଷିତ ନୁହନ୍ତି ବୋଲି କହି ବର୍ଷିଛି ବିଜେଡି।

  • Related Posts

    ଅଧ୍ୟାପକଙ୍କୁ ବିଧାୟକଙ୍କ ଅସଦଚାରଣ, ନିନ୍ଦା କଲା ବିଜେଡି

    ଭୁବନେଶ୍ବର: ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଅଧ୍ୟାପକଙ୍କୁ କଟକ ସଦରର ବିଜେପି ବିଧାୟକ ପ୍ରକାଶ ସେଠୀ ଗାଳିଗୁଲଜ କରିଥିବା ଅଭିଯୋଗ ହୋଇଛି । ଘଟଣାକୁ କଡ଼ା ଭାଷାରେ ନିନ୍ଦା କରିଛି ବିଜେଡି । ବିଜେପି ସରକାରରେ ଶିକ୍ଷାନୁଷ୍ଠାନ ଗୁଡ଼ିକରେ ରାଜନୈତିକ ହସ୍ତକ୍ଷେପ ବୃଦ୍ଧି ପାଉଛି…

    Continue reading
    ବାଚସ୍ପତିଙ୍କୁ ଚିଠି ଲେଖିଲେ ବିଧାୟକ ପ୍ରକାଶ ସେଠୀ

    କଟକ: ରେଭେନ୍ସା ବିଶ୍ବବିଦ୍ୟାଳୟ ଚିଫ୍ ୱାର୍ଡେନ୍ ଏବଂ କଟକ ସଦର ବିଧାୟକ ପ୍ରକାଶ ସେଠୀଙ୍କ ମଧ୍ୟରେ ବଢିଲା କଳି । ଗୋଟିଏ ପଟେ ବିଧାୟକ କ୍ଷମା ମାଗନ୍ତୁ ବୋଲି ବିଶ୍ବବିଦ୍ୟାଳୟ ୱାର୍ଡେନ୍ ସଂଘ ଅଡି ବସିଛି । ଅନ୍ୟ ପଟେ ବିଧାୟକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ