ଭ୍ରାମ୍ୟମାଣ ପ୍ରବାସୀ ସାଧନ କେନ୍ଦ୍ରର ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି କୃଷି ଭବନ ଠାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଫ୍ଲାଗ ଅଫ କରି ଭ୍ରାମ୍ୟମାଣ ପ୍ରବାସୀ ସାଧନ କେନ୍ଦ୍ରର ଶୁଭାରମ୍ଭ କରିଛନ୍ତି। ୟୁ ଏନ ମାଇଗ୍ରେସନ, ଏଇଡ଼ ଏଟ ଆକ୍ସନ ଓ ମାଇଗ୍ରେସନ ମଲ୍ଟି ପାର୍ଟନର ଟ୍ରଷ୍ଟ ଫଣ୍ଡର ମିଳିତ ସହଯୋଗରେ ଏହି କାର୍ୟ୍ୟକ୍ରମ ଆରମ୍ଭ ହୋଇଛି।

ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି, ସାଧାରଣତଃ ଚାଷ କାମ ସରିବା ପରେ ରାଜ୍ୟ ଓ ଦେଶ ବାହାରକୁ ଯାଉଥିବା ଶ୍ରମିକମାନେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ସେମାନଙ୍କ ମାନସିକ ଚାପ ମଧ୍ୟ ବଢିଥାଏ। ଏଥିପାଇଁ ବିଭିନ୍ନ ସମୟରେ ସହଯୋଗର ଆବଶ୍ୟକତା ପଡ଼ିଥାଏ। ତେଣୁ ସହଯୋଗର ହାତ ବଢ଼ାଇବା ସାଙ୍ଗକୁ ପ୍ରବାସୀ ସମସ୍ୟା ଦୂର କରିବା ଦିଗରେ ପଦକ୍ଷେପ ନେବାକୁ ଏହି ଭ୍ରାମ୍ୟମାଣ ସାଧନ କେନ୍ଦ୍ର ସାହାଯ୍ୟ କରିବ ବୋଲି ଆଶା ରଖିଛନ୍ତି ରାଜ୍ୟ ସରକାର। ପ୍ରଥମ ଫସଲ ଉତ୍ପାଦନ ପରେ ଚାଷୀମାନେ ଦ୍ଵିତୀୟ ଚାଷ କଣ କରିବେ ଚିନ୍ତା କରିପାରୁ ନାହାନ୍ତି, ଯେଉଁଥି ପାଇଁ ବାହାରକୁ ଯାଇ କାମ କରିବାକୁ ପସନ୍ଦ କରୁଛନ୍ତି। କୃଷି ହିଁ ଏହି ସମସ୍ୟାର ସମାଧାନ କରିପାରିବ। ତେଣୁ ଆଗକୁ ସେ ଦିଗକୁ ଧ୍ୟାନ ଦେଇ ସମସ୍ତ ଚେଷ୍ଟା କରାଯାଉଛି।

  • Related Posts

    ଦାଦନ ମୃତକଙ୍କ ପରିବାର ପାଖରେ ‘ସ୍ୱାକ୍‌’,ଅସହାୟ ପରିବାରକୁ ରାସନ, ପୋଷାକ ଓ ସହାୟତା ପ୍ରଦାନ

    ଘୁ.ଉଦୟଗିରି: ସ୍ୱାଧୀନତା ଦିବସ ଅବସରରେ ମାନବିକତାର ଏକ ନିଆରା ଉଦାହରଣ ସୃଷ୍ଟି କରିଛି ‘ସୋସିଆଲ୍ ୱର୍କର୍ସ ଅଫ୍ କନ୍ଧମାଳ’ (ସ୍ୱାକ୍‌)। କେରଳରେ ଦାଦନ ଶ୍ରମିକ ଭାବେ କାମ କରୁଥିବା ସମୟରେ ଗତ ୯ ଅଗଷ୍ଟରେ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଟିକାବାଲି ବ୍ଲକ…

    Continue reading
    ନିଶାମୁକ୍ତ ଓଡ଼ିଶା ସହ ଆଧୁନିକ ପୋଲିସ ବାହିନୀ ଗଠନ ଆମର ଲକ୍ଷ୍ୟ: ଡିଜିପି

    ଭୁବନେଶ୍ୱର, : ଅଗଷ୍ଟ ୨୦୨୪ରୁ ଜୁଲାଇ ୨୦୨୬ ମଧ୍ୟରେ ଆଇନ-ଶୃଙ୍ଖଳା ରକ୍ଷା, ଅପରାଧ ନିୟନ୍ତ୍ରଣ, ନକ୍ସଲ ଦମନ, ନିଶାଦ୍ରବ୍ୟ ବିରୋଧୀ ଅଭିଯାନ, ମହିଳା ଓ ଶିଶୁ ସୁରକ୍ଷା, ସାଇବର ଅପରାଧ ଦମନ, ଉପକୂଳ ସୁରକ୍ଷା, ଅପରାଧ ଦମନ, ଦୋଷୀ ସାବ୍ୟସ୍ତ ହାର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ