ବଢ଼ିଲା ଆଇଏମ୍‌ଡିଙ୍କ ଡିଜି କାର୍ୟ୍ୟକାଳ

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଡିଜି ଭାବେ ପୁଣି ଥରେ ନିଯୁକ୍ତି ପାଇଛନ୍ତି ଡ. ମୃତ୍ୟୁଞ୍ଜୟ ମହାପାତ୍ର । ସାଇକ୍ଲୋନମ୍ୟାନ୍‌ ଭାବେ ପରିଚିତ ତଥା ଓଡ଼ିଆ ପୁଅ ଶ୍ରୀ ମହାପାତ୍ର ପୂର୍ବରୁ ଏହି ଗୁରୁତ୍ୱପୂର୍ଣ୍ଣ ପଦବିରେ କାର୍ୟ୍ୟ କରୁଥିଲେ । ତାଙ୍କ ନିଯୁକ୍ତି ଅବଧି ସରୁଥିବାରୁ କେନ୍ଦ୍ର କ୍ୟାବିନେଟ୍‌ର ନିଯୁକ୍ତି ବ୍ୟାପାର କମିଟି ତାଙ୍କୁ ପୁନଃ ନିଯୁକ୍ତି ପ୍ରସ୍ତାବକୁ ମଞ୍ଜୁରି ଦେଇଛି । କେନ୍ଦ୍ର ପୃଥ୍ୱୀ ବିଜ୍ଞାନ ମନ୍ତ୍ରାଳୟ ଅଧୀନରେ ଆସୁଥିବା ଆଇଏମ୍‌ଡିର ଡିଜି ଭାବେ ଆସନ୍ତା ଦୁଇ ବର୍ଷ ପାଇଁ ସେ କାର୍ୟ୍ୟ କରିବେ ।

୬୦ ବର୍ଷୀୟ ଡ଼.ମହାପାତ୍ର ନିଜ କାର୍ୟ୍ୟକାଳରେ ଫାଇଲିନ, ତିତଲି ଓ ଲୁବନା ପରି ଅନେକ ବାତ୍ୟାର ମାର୍ଗ ସଠିକ୍‌ ଭାବେ ଆକଳନ କରିଥିଲେ । ୧୯୯୯ ମସିହାର ମହାବାତ୍ୟା ସମୟରେ ସେ ଭୁବନେଶ୍ୱର ସ୍ଥିତ ଆଇଏମଡି କାର୍ୟ୍ୟାଳୟର ସାଇକ୍ଲୋନ ୱାର୍ଣ୍ଣିଂ ଡିଭିଜନରେ କାର୍ୟ୍ୟ କରୁଥିଲେ । ରାଜଧାନୀ ଦିଲ୍ଲୀ ସ୍ଥିତ ଆଇଏମଡି କାର୍ୟ୍ୟାଳୟକୁ ବଦଳି ହେବା ପରେ ସେ ମୁଖ୍ୟତଃ ବାତ୍ୟାଗୁଡ଼ିକର ମାର୍ଗର ସଠିକ୍‌ ଆକଳନ କରିବା ଏବଂ ଏସମ୍ପର୍କିତ ଅନ୍ୟ ତଥ୍ୟ ନିର୍ଦ୍ଧାରଣରେ ନିୟୋଜିତ ହୋଇଥିଲେ । ସେ ପ୍ରାୟ ୪୦ରୁ ଅଧିକ ବାତ୍ୟା ଉପରେ ନଜର ରଖିଥିଲେ ।ଗତ ୫ ବର୍ଷ ହେବ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଡିଜି ଭାବେ କାର୍ୟ୍ୟ ସମ୍ଭାଳି ଆସୁଛନ୍ତି। ପୁଣି ଆସନ୍ତା ଦୁଇ ବର୍ଷ ପାଇଁ ସେ କାର୍ୟ୍ୟ କରିବେ ।

  • Related Posts

    ବଳଙ୍ଗା ଘଟଣା: ୭ତାରିଖରେ ବିଜେଡିର ୬ଘଣ୍ଟିଆ ବନ୍ଦ

    ବାମନାଳ:ବହୁ ଚର୍ଚ୍ଚିତ ବଳଙ୍ଗା ନାବାଳିକା ପୋଡ଼ି ମାରିବା ଉଦ୍ୟମ ଓ ଚିକିତ୍ସାଧୀନ ଅବସ୍ଥାରେ ରହସ୍ୟ ଜନକ ଭାବେ ପୀଡ଼ିତାଙ୍କ ମୃତ୍ୟୁକୁ ନେଇ ରାଜ୍ୟରେ ଚର୍ଚ୍ଚା ହେଉଥିବା ବେଳେ ଆସନ୍ତା ୭ତାରିଖରେ ବିଜେଡି ପକ୍ଷରୁ ୬ଘଣ୍ଟିଆ ଜିଲ୍ଲା ବନ୍ଦ ଡାକରା ନିମନ୍ତେ ଏକ…

    ଶ୍ରୀମନ୍ଦିରେ ଆହୁରି କଡାକଡି ଚେକିଂ କରାଯିବ-ମନ୍ତ୍ରୀ

    ଭୁବନେଶ୍ୱର: ଶ୍ରୀମନ୍ଦିରେ ବାରମ୍ବର ହିଡେନ୍‍ କ୍ୟାମେରା ଠାବ ହେବା ପରେ ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠିଛି । ଏନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖି କହିଛନ୍ତି ଯେ ଶ୍ରୀମନ୍ଦିରେ ଆହୁରି କଡାକଡି ଚେକିଂ କରାଯିବ । ବାରମ୍ବାର ହିଡେନ୍‍…

    Leave a Reply

    Your email address will not be published. Required fields are marked *

    You Missed

    ଶିକ୍ଷା ବିଭା ୧୫ ହଜାର ଲାଞ୍ଚ ନେବାବେଳେ କିରାଣିଙ୍କୁ ଧରିଛି ଭିଜିଲାନସ୍

    ବାଂଲାଦେଶରେ ଫେବ୍ରୁଆରି ୨୦୨୬ରେ ହେବ ନିର୍ବାଚନ

    ବଳଙ୍ଗା ଘଟଣା: ୭ତାରିଖରେ ବିଜେଡିର ୬ଘଣ୍ଟିଆ ବନ୍ଦ

    ଉତ୍ତରାଖଣ୍ଡରେ ୪ ମୃତ ଓ ୫୦ରୁ ଅଧିକ ନିଖୋଜ

    ଜମ୍ମୁ-କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ୍‍ ମଲ୍ଲିକଙ୍କ ପରଲୋକ

    ଓଡିଶା ହେବ ଗ୍ଲୋବାଲ୍ ସ୍କିଲ୍ ହବ୍