୧୪ରୁ ରାଜ୍ୟକୁ ପୁଣି ବର୍ଷା ଫେରିବାର ସମ୍ଭାବନା

ଭୁବନେଶ୍ୱର : ନିଷ୍କ୍ରିୟ ମୌସୁମୀ ଯୋଗୁଁ ରାଜ୍ୟରେ ବର୍ତ୍ତମାନ ନିଅଣ୍ଟିଆ ବର୍ଷା ଜାରି ରହିବ। ପ୍ରତିଦିନ ସ୍ୱାଭାବିକ ତୁଳନାରେ କମ୍‌ ବର୍ଷା ହେବ। ତେବେ ଏହି ସମୟରେ କେତେକ ଅଞ୍ଚଳରେ କାଁ ଭାଁ ବର୍ଷା ହୋଇପାରେ। ଏହି ସମୟରେ ବିଜୁଳି ଘଡ଼ଘଡ଼ିର ପ୍ରଭାବ ରହିପାରେ। ତେବେ ଆସନ୍ତା ୧୪ରୁ ରାଜ୍ୟକୁ ପୁଣି ବର୍ଷା ଫେରିବାର ସମ୍ଭାବନା ରହିଛି।ରାଜ୍ୟରେ ବର୍ଷା ସମ୍ପର୍କରେ ସୂଚନା ଦେଇ ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି ବର୍ତ୍ତମାନ ରାଜ୍ୟରେ ମୌସୁମୀ ବାୟୁ ନିଷ୍କ୍ରିୟ ରହିଛି। ଆସନ୍ତା ୧୩ରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହା ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇ ମୌସୁମୀ ବର୍ଷା ହୋଇପାରେ। ବର୍ତ୍ତମାନ ମୌସୁମୀ ଟ୍ରଫ୍‌ ଉତ୍ତର ମୁହାଁ ହୋଇଛି। ଯାହାଦ୍ୱାରା ହିମାଳୟ ଅଞ୍ଚଳରେ ଭାରୀ ବର୍ଷା ହୋଇଛି। ଏହାସହିତ ବଙ୍ଗୋପସାଗରରେ ଆସନ୍ତା ୧୦ ଦିନ ପର୍ୟ୍ୟନ୍ତ ଲଘୁଚାପର ସମ୍ଭାବନା ନାହିଁ। ତେଣୁ ଏହି ସମୟରେ କେବଳ ପରିଚଳନଜନିତ ସ୍ୱଳ୍ପ ବର୍ଷା ହୋଇପାରେ। ବିସ୍ତୃତ ଭାରୀ ବର୍ଷା ନାହିଁ। ଆକଳନ କରାଯାଉଛି ଆସନ୍ତା ୧୩ ବେଳକୁ ଓଡ଼ିଶା ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗପୋସାଗର କିମ୍ବା ଏହାର ଦକ୍ଷିଣାଂଶରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ପରବର୍ତ୍ତୀ ସମୟରେ ଲଘୁଚାପ ହୋଇପାରେ। ଏହାର ପ୍ରଭାବରେ ରାଜ୍ୟରେ ୧୭ ତାରିଖ ପର୍ୟ୍ୟନ୍ତ ବର୍ଷା ହେବ। କେନ୍ଦ୍ରୀୟ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ ବୋଲି ପ୍ରଫେସର ପଶୁପାଳକ ଆକଳନ କରିଛନ୍ତି।

  • Related Posts

    ଉତ୍ତରାଖଣ୍ଡରେ ପୁଣି ୪.୨ତୀବ୍ରତାର ଭୂମିକମ୍ପ

    ଶନିବାର ରାତି ଉତ୍ତରାଖଣ୍ଡର ଉତ୍ତରକାଶୀ ଜିଲ୍ଲାରେ ୪.୨ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା, ଯାହା ଫଳରେ ଲୋକମାନେ ଭୟରେ ଘରୁ ବାହାରକୁ ପଳାଇ ଆସିଥିଲେ । ଯଦିଓ ଏହି ଭୂମିକମ୍ପରେ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ, ତେବେ ଜାତୀୟ ଭୂକମ୍ପ ବିଜ୍ଞାନ…

    Continue reading
    ସୋମବାର ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ଉଦ୍‌ଘାଟନ

    ଭୁବନେଶ୍ୱର: ଅକ୍ଟୋବର ମାସ ୧୨ ତାରିଖ ସୋମବାର ଦିନ ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ନବକଳେବର ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍‌ଘାଟନ କରିବେ। ମାଆ କଟକ ଚଣ୍ଡୀଙ୍କ ମନ୍ଦିରର କାୟାକଳ୍ପ ଓ ଚତୁଃପାର୍ଶ୍ୱର ଉନ୍ନତିକରଣ ପାଇଁ ପ୍ରାୟ ୭୦…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ