ସ୍କୁଲ ହଷ୍ଟେଲ୍ ପିଲାଙ୍କୁ ଦିଆଯିବ ଡିଜିଟାଲ ସ୍ୱାସ୍ଥ୍ୟକାର୍ଡ:ମନ୍ତ୍ରୀ

ଭୁବନେଶ୍ୱର: ଏଣିକି ହଷ୍ଟେଲ୍‌ରେ ରହୁଥିବା ଛାତ୍ରଛାତ୍ରୀଙ୍କୁ ଡିଜିଟାଲ୍‌ ସ୍ୱାସ୍ଥ୍ୟକାର୍ଡ ପ୍ରଦାନ କରାଯିବ । ଏହି କାର୍ଡରେ ପିଲାଟିର ସ୍ୱାସ୍ଥ୍ୟ ସଂପର୍କିତ ସମସ୍ତ ତଥ୍ୟ ରେକର୍ଡ କରାଯିବ । ଏହାକୁ ଆଧାର କରି ତାର ଚିକିତ୍ସା କରାଯିବ । ଏପରି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଅଧିକାରୀମାନଙ୍କୁ ନେଇ ଅନୁଷ୍ଠିତ ବୈଠକରେ ସ୍କୁଲ ପିଲାଙ୍କର ସ୍ୱାସ୍ଥ୍ୟକୁ କିପରି ଅଧିକ ଗୁରୁତ୍ୱ ଦିଆଯିବ ସେନେଇ ଆଲୋଚନା କରାଯାଇଥିଲା ।

ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟସେବାରେ ଉନ୍ନତି ଆଣିବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି । ଛାତ୍ରାବାସ, ଛାତ୍ରୀ ନିବାସରେ ରହୁଥିବା ବିଦ୍ୟାର୍ଥୀଙ୍କ ସ୍ୱାସ୍ଥ୍ୟକୁ ଅଧିକ ଗୁରୁତ୍ୱ ଦେଉଛନ୍ତି । ଏଥିଲାଗି ଛାତ୍ରଛାତ୍ରୀଙ୍କ ପାଇଁ ସ୍ୱାସ୍ଥ୍ୟ କାର୍ଡ ଦିଆଯିବ । ଏହି କାର୍ଡରେ ପିଲାଟିର ବିସ୍ତୃତ ସ୍ୱାସ୍ଥ୍ୟ ଇତିହାସ ରହିବ । ଏହା ସମୟାନୁସାରେ ରୋଗ ନିର୍ଣ୍ଣୟ ଓ ଚିକିତ୍ସା କରିବାରେ ସାହାଯ୍ୟ କରିବ ବୋଲି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ମନ୍ତ୍ରୀ ଶ୍ରୀ ଗଣ୍ଡ । ସେ ଆହୁରି ମଧ୍ୟ କହିଛନ୍ତି, ଯେଉଁଠି ହଷ୍ଟେଲ ନାହିଁ କିମ୍ବା ଯେଉଁଠି ଅଧା ନିର୍ମାଣ ହୋଇ ପଡ଼ିଛି, ଶୀଘ୍ର ସାରିବାକୁ କାମ କରୁଥିବା ଏଜେନ୍ସିକୁ ନିର୍ଦ୍ଦେଶ ଦିଆଯିବ ।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ