ଓଡିଶା ହେବ ଗ୍ଲୋବାଲ୍ ସ୍କିଲ୍ ହବ୍

ନୂଆଦିଲ୍ଲୀ: ଓଡ଼ିଶାରେ ଖଣି ଓ ଆନୁସଙ୍ଗିକ ଗୁରୁତ୍ୱପୂର୍ଣ୍ଣ ଖଣିଜ କ୍ଷେତ୍ରରେ ଦକ୍ଷତା ବିକାଶ ପାଇଁ ଏକ ଉତ୍କର୍ଷ କେନ୍ଦ୍ର ପ୍ରତିଷ୍ଠା ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ମଙ୍ଗଳବାର ଦିନ ଅନୁଷ୍ଠିତ ଏହି ବୈଠକରେ କେନ୍ଦ୍ର ଦକ୍ଷତା ବିକାଶ ଏବଂ ଉଦ୍ୟମିତା ରାଷ୍ଟ୍ର ମନ୍ତ୍ରୀ ଜୟନ୍ତ ସିଂହ ଚୌଧୁରୀ ଏବଂ ଓଡ଼ିଶାର ଦକ୍ଷତା ବିକାଶ ଏବଂ ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ୱାଇଁ ଉପସ୍ଥିତ ଥିଲେ। ଶ୍ରୀ ପ୍ରଧାନ କହିଛନ୍ତି, ଓଡିଶାର ଖଣି କ୍ଷେତ୍ରରେ କ୍ରମବର୍ଦ୍ଧିଷ୍ଣୁ ଆର୍ଥିକ ବିକାଶକୁ ଇନ୍ଧନ ଯୋଗାଇବା ଏବଂ ବୃହତ ଆକାରରେ ନିଯୁକ୍ତି ସୃଷ୍ଟି କରିବାର ସମ୍ଭାବନା ରହିଛି। ଭାରତରେ ପ୍ରଥମ ଥର ପାଇଁ ନୂଆ ଶୈଳୀରେ ପ୍ରତିଷ୍ଠିତ ହେବାକୁ ଥିବା ପ୍ରସ୍ତାବିତ ଉତ୍କର୍ଷ କେନ୍ଦ୍ର ଖଣି କ୍ଷେତ୍ରରେ ବିଶ୍ୱ ମାନଦଣ୍ଡ ସହିତ ସମାନ ଭାବରେ ପ୍ରାସଙ୍ଗିକ ଦକ୍ଷତା ସୁଯୋଗ ପ୍ରଦାନ କରିବା ସହ ଦକ୍ଷତା ଅଭାବକୁ ଦୂର କରିବ। ଖଣି ଏବଂ ଗୁରୁତ୍ୱପୂର୍ଣ୍ଣ ଖଣିଜ କ୍ଷେତ୍ରରେ ଦକ୍ଷ କର୍ମଚାରୀଙ୍କ ଅଭିବୃଦ୍ଧିକୁ ଆଗେଇ ନେବାରେ ସହାୟକ ହେବ। ଓଡିଶାକୁ ଏକ ଗ୍ଲୋବାଲ୍ ସ୍କିଲ୍ ହବରେ ପରିଣତ କରିବା ପାଇଁ ଥିବା କାର୍ଯ୍ୟପନ୍ଥା ଓ ସମ୍ଭାବନା ଉପରେ ମଧ୍ୟ ଶ୍ରୀ ପ୍ରଧାନ ଆଲୋଚନା କରିଥିଲେ ।

  • Related Posts

    ଶିମିଳିପାଳରେ କଳା ବାଘୁଣୀର ମୃତଦେହ ଠାବ

    ବାରିପଦା: ଶିମିଳିପାଳ ଦକ୍ଷିଣ ଡିଭିଜନର ଉପରବାରାହା କାମୁଡା ରେଞ୍ଜରେ ବିରଳ ପ୍ରଜାତି କଳା ବାଘୁଣୀର ମୃତଦେହ ଠାବ ହୋଇଛି l ଗତ ୬ ତାରିଖ ସନ୍ଧ୍ୟା ୫ ଟା ସମୟରେ ପାଟ୍ରୋଲିଂ କରୁଥିବା ଷ୍ଟାଫ୍ ପ୍ରାୟ ୫ ବର୍ଷର ଏକ ମାଈ…

    Continue reading
    ୧୦ରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ

    ଭୁବନେଶ୍ୱର :ଆସନ୍ତା ସୋମବାର ଅଗଷ୍ଟ ୧୦ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଆସନ୍ତା ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ସାଧାରଣ ପ୍ରଶାସନ ଓ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ