ଉତ୍ତରାଖଣ୍ଡରେ ୪ ମୃତ ଓ ୫୦ରୁ ଅଧିକ ନିଖୋଜ

ଉତ୍ତରକାଶୀ: ଉତ୍ତରାଖଣ୍ଡରେ ବାଦଲଫଟା ବର୍ଷା ଓ ଭୂସ୍ଖଳନରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ବାଦଲଫଟା ବର୍ଷାରେ ଉତ୍ତରକାଶୀର ଧରାଲି ଗାଁ ସମ୍ପୂର୍ଣ୍ଣ ଭାସିଯାଇଛି । କ୍ଷୀର ଗଙ୍ଗା ନଦୀର ଉପର ଭାଗରେ ବାଦଲଫଟା ବର୍ଷା ପରେ ପାହାଡରୁ ମାଟି ଧସିଯାଇଛି । ପ୍ରକୃତିର ଏହି ତାଣ୍ଡବରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ଜିଲ୍ଲା ପ୍ରଶାସନ ସ୍ପଷ୍ଟ କରିଛି । ଏବେ ବି ଉଦ୍ଧାର କାର୍ଯ୍ୟ ଜାରି ରଖଛନ୍ତି ଏନଡିଆରଏଫ୍ ଓ ଏସଡିଆରଏଫ୍ ଟିମ୍ । ଉତ୍ତରାଖଣ୍ଡର ଉତ୍ତରକାଶୀରେ ଆଜି ହୋଇଥିବା ବାଦଲଫଟା ବର୍ଷାରେ ୮-୧୦ ଜଣ ଭାରତୀୟ ସେନା ଯବାନ ନିଖୋଜ ଥିବା ସୂଚନା ମିଳିଛି। ଜଣେ ଭାରତୀୟ ସେନା ଅଧିକାରୀ କହିଛନ୍ତି ଯେ ତଳ ହର୍ଷିଲ ଘାଟି ଅଞ୍ଚଳର ଏକ ସେନା ଶିବିରରୁ ୮-୧୦ ଜଣ ଭାରତୀୟ ସେନା ଯବାନ ନିଖୋଜ ଅଛନ୍ତି। ସେମାନଙ୍କୁ ଖୋଜିବା ପାଇଁ ଏକ ବଡ଼ ଧରଣର ତଲାସୀ ଅଭିଯାନ ଆରମ୍ଭ କରାଯାଇଛି । କେବଳ ସେନା ଯବାନ ନୁହନ୍ତି ନିଖୋଜ ଗ୍ରାମବାସୀଙ୍କ ତଲାସୀ ପାଇଁ ବଡ଼ ଅଭିଯାନ ଚାଲିଛି ବୋଲି ସେ କହିଛନ୍ତି । ମଙ୍ଗଳବାର ଦ୍ବିପ୍ରହରେ ପ୍ରାୟ ୧ଟା ୪୫ ମିନିଟ ସମୟରେ ଏହି ଘଟଣା ଘଟିଥିଲା । ମାତ୍ର ୩୪ ସେକେଣ୍ଡରେ ସମ୍ପୂର୍ଣ୍ଣ ଗାଁ ପାଣିରେ ବହିଯାଇଛି । ବର୍ତ୍ତମାନ ସୁଦ୍ଧା ୫୦ରୁ ଅଧିକ ଲୋକ ନିଖୋଜ ଥିବା ଜଣାପଡିଛି । ଅନେକ ଲୋକ ମାଟି ତଳେ ଦବି ଥିବା ଅନୁମାନ କରାଯାଉଛି ।

  • Related Posts

    ରିସେପ୍ସନ ଭୋଜି ଦେଲେ ପିନାକୀ-ମହୁଆ

    ନୂଆଦିଲ୍ଲୀ: ନିଜ ବାହାଘରକୁ ନେଇ ଚର୍ଚ୍ଚାରେ ଥିବା ଯୋଡି ପିନାକୀ ମିଶ୍ର ଓ ମହୁଆ ମଇତ୍ର ଗତକାଲି ରାତିରେ ଦିଲ୍ଲୀର ଏକ ତାରକା ହୋଟେଲରେ ତାଙ୍କ ରିସେପ୍ସନ ଭୋଜି ଦେଇଛନ୍ତି । ଏହି ଭୋଜିରେ ଦଳମତ ନିର୍ବିଶେଷରେ ଅନେକ ନେତା/ନେତ୍ରୀ ଯୋଗ…

    ମାନହାନି ମାମଲାରେ ରାହୁଲଙ୍କୁ ବେଲ୍

    ନୂଆଦିଲ୍ଲୀ: କଂଗ୍ରେସର ବରିଷ୍ଠ ନେତା ତଥା ଲୋକସଭାର ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କୁ ମାନହାନି ମାମଲାରେ ବୁଧବାର ଝାଡଖଣ୍ଡର ଚାଇବାସା ସ୍ଥିତ ଏମପି-ଏମଏଲଏ ସ୍ୱତନ୍ତ୍ର କୋର୍ଟ ଜାମିନ ପ୍ରଦାନ କରିଛନ୍ତି । ଏହି ମାମଲା ୨୦୧୮ ମସିହାରେ କେନ୍ଦ୍ର ଗୃହମନ୍ତ୍ରୀ…

    Leave a Reply

    Your email address will not be published. Required fields are marked *

    You Missed

    ରିସେପ୍ସନ ଭୋଜି ଦେଲେ ପିନାକୀ-ମହୁଆ

    ରିସେପ୍ସନ ଭୋଜି ଦେଲେ ପିନାକୀ-ମହୁଆ

    ମାନହାନି ମାମଲାରେ ରାହୁଲଙ୍କୁ ବେଲ୍

    ମାନହାନି ମାମଲାରେ ରାହୁଲଙ୍କୁ ବେଲ୍

    ପରିବର୍ତ୍ତନ ହେବ ୧୬୩୫ଟି ନୂଆ ରାଜସ୍ଵ ଗାଁର ସୀମା

    ପରିବର୍ତ୍ତନ ହେବ ୧୬୩୫ଟି ନୂଆ ରାଜସ୍ଵ ଗାଁର ସୀମା

    ଖୁବ୍‌ଶୀଘ୍ର ଲାଗିବ ମହାପ୍ରସାଦ ରେଟ୍‌ ଚାଟ୍‌

    ଖୁବ୍‌ଶୀଘ୍ର ଲାଗିବ ମହାପ୍ରସାଦ ରେଟ୍‌ ଚାଟ୍‌

    ଥାନାରେ ଯୁବକଙ୍କୁ ମାଡ଼, ନିର୍ୟାତନା ସହି ନପାରି ଆତ୍ମହତ୍ୟା ଉଦ୍ୟମ!

    ଥାନାରେ ଯୁବକଙ୍କୁ ମାଡ଼,  ନିର୍ୟାତନା ସହି ନପାରି ଆତ୍ମହତ୍ୟା ଉଦ୍ୟମ!

    ଅମ୍ଳଜାନ ପ୍ଲାଣ୍ଟରେ ବିସ୍ଫୋରଣ:୨ ମୃତ

    ଅମ୍ଳଜାନ ପ୍ଲାଣ୍ଟରେ ବିସ୍ଫୋରଣ:୨ ମୃତ