ଭୁବନେଶ୍ୱର:ସୋଭନା ମହାନ୍ତି ହେଲେ ନୂଆ ମହିଳା କମିଶନ ଅଧ୍ୟକ୍ଷା । ୩ ବର୍ଷ ପାଇଁ ରାଜ୍ୟ ସରକାର ତାଙ୍କୁ ନିଯୁକ୍ତି ଦେଇଛନ୍ତି । ସେହିପରି ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ଭାବେ ବବିତା ପାତ୍ର ନିଯୁକ୍ତ ହୋଇଛନ୍ତି । ୩ ବର୍ଷ ପାଇଁ ରାଜ୍ୟ ସରକାର ତାଙ୍କୁ ନିଯୁକ୍ତି ଦେଇଛନ୍ତି । ଏନେଇ ମଙ୍ଗଳବାର ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । ସେହିପରି ଶିଶୁ ସୁରକ୍ଷା ଆୟୋଗରେ ସ୍ଥାନ ପାଇଛନ୍ତି ଆଉ ୬ ସଦସ୍ୟ । ସୁକେଶୀ ଓରାମ, କଳ୍ପନା ଲେଙ୍କା, ଚନ୍ଦନା ଦାସ, କସ୍ତୁରୀ ମିଶ୍ର, ମନସ୍ମିତା ଖୁଣ୍ଟିଆ, ସୁଜାତା ନାୟକ ସଦସ୍ୟ ଭାବେ ନିଯୁକ୍ତ ହୋଇଛନ୍ତି ।
ନୂଆ ମହିଳା କମିଶନ ଅଧ୍ୟକ୍ଷା ଭାବେ ନିଯୁକ୍ତ ହେବା ପରେ ସୋଭନା ମହାନ୍ତି କହିଛନ୍ତି, ମହିଳାଙ୍କୁ ନ୍ୟାୟ ପ୍ରଦାନ ପାଇଁ କାର୍ଯ୍ୟ କରିବି । ରାଜ୍ୟ ସରକାର ଏହାକୁ ପ୍ରାଥମିକତା ଦେଉଛନ୍ତି । ବାଲେଶ୍ୱର ଘଟଣାରେ କଠୋର ପଦକ୍ଷେପ ନେଇଛନ୍ତି । ଆଗକୁ ମଧ୍ୟ ମହିଳାଙ୍କୁ ନ୍ୟାୟ ପାଇଁ କଠୋର ପଦକ୍ଷେପ ନିଆଯିବ ।
ବୋର୍ଡ ନିଗମ ପଦବୀ ପୂରଣ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି: ରାଜସ୍ବ ମନ୍ତ୍ରୀ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନୂଆଦିଲ୍ଲୀ ଗସ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି ରାଜସ୍ବ ଓ ବିପର୍ୟ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି, ଏହି ଅବସରରେ ବିଜେପିର କେନ୍ଦ୍ରୀୟ ନେତୃତ୍ବଙ୍କ…