ପ୍ରବଳ ବର୍ଷା ସମ୍ଭାବନା,ୟେଲୋ ଓ୍ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ୬ ଓ ୭ ତାରିଖରେ ରାଜ୍ୟର କିଛି ସ୍ଥାନରେ ଅଧିକ ବର୍ଷା ହୋଇପାରେ । ୬ରେ କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ହେବ । ଉତ୍ତର ଓଡ଼ିଶା, ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ସମ୍ଭାବନା ଅଛି । ପାଣିପାଗ ବିଭାଗ ଏହି ପୂର୍ବାନୁମାନ କରିଛି । ୬ ତାରିଖରେ କେନ୍ଦୁଝର ଓ ମୟୂରଭଞ୍ଜରେ ଭାରୀ ବର୍ଷା ହୋଇପାରେ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ସମେତ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ସମ୍ଭାବନା ଅଛି । ୭ ତାରିଖରେ କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ମୟୂରଭଞ୍ଜରେ ଭାରୀ ବର୍ଷା ହୋଇପାରେ । ୮ତାରିଖରେ ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୯ ତାରିଖରେ ବି ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି।ରାଜ୍ୟରେ ଏବେ ମୌସୁମୀ ନିଷ୍କ୍ରିୟ ଅଛି । ଆସନ୍ତା ୧୩ ତାରିଖରେ ଓଡ଼ିଶା ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ବା ଏହାର ଦକ୍ଷିଣରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ପରବର୍ତ୍ତୀ ୨୪ରୁ ୪୮ ଘଣ୍ଟାରେ ଏହା ଲଘୁଚାପ ରୂପ ନେବ । ଏହା ବର୍ଷା କରାଇବ । କେନ୍ଦ୍ରୀୟ ଓଡ଼ିଶା ଓ ଦକ୍ଷିଣ ଉପକୂଳରେ ମଧ୍ୟମ ପରିମାଣର ବର୍ଷା ହୋଇପାରେ । ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହେବ । ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ଆଶଙ୍କା ଅଛି ।

  • Related Posts

    ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

    ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

    Continue reading
    ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

    ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ