ଚାଇନା ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ମୋଦି

ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ଅଗଷ୍ଟ ୩୧ରେ ଚାଇନା ଗସ୍ତ କରିବେ। ଚାଇନାରେ ଅନୁଷ୍ଠିତ ହେବାକୁ ଥିବା ସଙ୍ଘାଇ କର୍ପୋରେସନ ଅର୍ଗାନାଇଜେସନ ବା ଏସ୍‌ସିଓ ସମ୍ମିଳନୀରେ ଯୋଗ ଦେବାକୁ ମୋଦି ସେଠାକୁ ଯିବେ। ଅଗଷ୍ଟ ୩୧ ଓ ସେପ୍ଟେମ୍ବର ୧ ଦୁଇ ଦିନ ଧରି ବେଜିଂରେ ଏସସିଓ ସମ୍ମିଳନୀ ହେବ। ତେଣୁ ମୋଦି ଦୁଇ ଦିନ ଚାଇନାରେ ରହିବେ।

୨୦୧୯ ପରେ ଏହା ମୋଦିଙ୍କ ପ୍ରଥମ ଚାଇନା ଗସ୍ତ। ସେ ଶେଷଥର ପାଇଁ ୨୦୧୯ରେ ଚାଇନା ଗସ୍ତ କରିଥିଲେ। ୨୦୧୯ ଗଲୱାନ ଘାଟି ସଂଘର୍ଷ ପରେ ଚାଇନା ଓ ଭାରତ ମଧ୍ୟରେ ତିକ୍ତତା ଚରମ ସୀମାରେ ପହଞ୍ଚିଥିଲା। ଦୁଇ ଦେଶ ମଧ୍ୟରେ ଛକାପଞ୍ଝା ମଧ୍ୟ ଦେଖିବାକୁ ମିଳିଥିଲା। ଦୁଇ ଦେଶ ମଧ୍ୟରେ କୂଟନୀତିକ ସମ୍ପର୍କ ମଧ୍ୟ ବିଗିଡ଼ି ଯାଇଥିଲା। ସେବେଠାରୁ ମୋଦି ଚାଇନା ଗସ୍ତ କରି ନଥିଲେ। ଏବେ କିନ୍ତୁ ସେ ଚାଇନା ଯିବେ ବୋଲି ଜଣାପଡ଼ିଛି।ନିକଟରେ ଭାରତୀୟ ସେନା କରିଥିବା ଅପରେସନ ସିନ୍ଦୂର ସମୟରେ ଚାଇନା ପରଦା ପଛରେ ରହି ପାକିସ୍ତାନକୁ ସହଯୋଗ କରିଥିଲା। ଏହାକୁ ନେଇ ଚାଇନା ଉପରେ ମଧ୍ୟ ଦେଶବାସୀ ଖପ୍ପା ହୋଇଥିଲେ। ଏସବୁ ବିବାଦ ମଧ୍ୟରେ ମୋଦି ଚାଇନା ଗସ୍ତ କରିବାକୁ ଦିନ ଧାର୍ୟ୍ୟ ହୋଇଛି।

  • Related Posts

    ଟ୍ରମ୍ପଙ୍କୁ ଝଟକା, ଆମେରିକା ସହ ବୋଇଂ ଡିଲ ରଦ୍ଦ

    ନୂଆଦିଲ୍ଲୀ: ଟାରିଫରେ ଡୋନାଲ୍ଡ ଟ୍ରମ୍ପଙ୍କୁ ନରେନ୍ଦ୍ର ମୋଦି ବଡ଼ ଝଟକା ଦେଇଛନ୍ତି। ଆମେରିକା ସହ ଭାରତ ୩୧,୫୦୦ କୋଟି ଟଙ୍କାର ବୋଇଂ ଡିଲ ରଦ୍ଦ କରିଦେଇଛି। ଭାରତ ଏହି ନିଷ୍ପତ୍ତି ସେତେବେଳେ ନେଇଛି ଯେତେବେଳେ ଆମେରିକା ରାଷ୍ଟ୍ରପତି ଭାରତ ଉପରେ ଅତିରିକ୍ତ…

    ଓଡ଼ିଶାର ହସ୍ତତନ୍ତ କାଳଜୟୀ ସୌନ୍ଦର୍ୟ୍ୟ ଓ ପରମ୍ପରାର ନିଚ୍ଛକ ନିଦର୍ଶନ : ଧର୍ମେନ୍ଦ୍ର

    ନୂଆଦିଲ୍ଲୀ : କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ‘ଜାତୀୟ ହସ୍ତତନ୍ତ ଦିବସ’ ଅବସରରେ ଓଡ଼ିଶାର ପାରମ୍ପରିକ ହସ୍ତତନ୍ତ ବସ୍ତ୍ର ପିନ୍ଧି ସଂସଦ କାର୍ୟ୍ୟରେ ସାମିଲ ହୋଇ ଖୁସି ପ୍ରକାଶ କରିଛନ୍ତି । ଏହି ଅବସରରେ ସେ ଓଡ଼ିଶାର ସାଂସଦମାନଙ୍କ…

    Leave a Reply

    Your email address will not be published. Required fields are marked *

    You Missed

    ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କଲେ ହସ୍ତତନ୍ତ ମେଳା “ଏକତା”

    ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କଲେ ହସ୍ତତନ୍ତ ମେଳା “ଏକତା”

    ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅପିଲ୍ସ: ପ୍ତାହରେ ଗୋଟିଏ ଦିନ ହସ୍ତତନ୍ତ ପିନ୍ଧନ୍ତୁ

    ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅପିଲ୍ସ: ପ୍ତାହରେ ଗୋଟିଏ ଦିନ ହସ୍ତତନ୍ତ ପିନ୍ଧନ୍ତୁ

    ଟ୍ରମ୍ପଙ୍କୁ ଝଟକା, ଆମେରିକା ସହ ବୋଇଂ ଡିଲ ରଦ୍ଦ

    ଟ୍ରମ୍ପଙ୍କୁ ଝଟକା, ଆମେରିକା ସହ ବୋଇଂ ଡିଲ ରଦ୍ଦ

    ଖୁବ୍‌ଶୀଘ୍ର ପୂରଣ ହେବ ୨୨ ହଜାର ୮୯୬ ପଦବୀ

    ଖୁବ୍‌ଶୀଘ୍ର ପୂରଣ ହେବ ୨୨ ହଜାର ୮୯୬ ପଦବୀ

    ମାଟି ଖୋଳି ମୃତଦେହ ଉଦ୍ଧାର, ୮ ଅଟକ

    ମାଟି ଖୋଳି ମୃତଦେହ ଉଦ୍ଧାର, ୮ ଅଟକ

    ଓଡ଼ିଶା ହସ୍ତତନ୍ତର ବ୍ରାଣ୍ଡ୍ ଆମ୍ବାସଡର ମାଧୁରୀ ଦୀକ୍ଷିତ

    ଓଡ଼ିଶା ହସ୍ତତନ୍ତର ବ୍ରାଣ୍ଡ୍ ଆମ୍ବାସଡର ମାଧୁରୀ ଦୀକ୍ଷିତ