ବାପା- ଝିଅଙ୍କ ଉପରେ ଚଢ଼ିଗଲା ହାଇଓ୍ବା

ପାରାଦୀପ: ବାପା- ଝିଅଙ୍କ ଉପରେ ଚଢ଼ିଗଲା ହାଇଓ୍ବା। ଘଟଣାସ୍ଥଳରେ ଚାଲିଗଲା ଉଭୟଙ୍କ ଜୀବନ। ଏଭଳି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି କୁଜଙ୍ଗ ବ୍ଲକ୍ ଅନ୍ତର୍ଗତ କୋଠିଆସାହି ନିକଟରେ। ଉତ୍ୟକ୍ତ ଗ୍ରାମବାସୀ ରାସ୍ତା ଅବରୋଧ କରିଥିବାବେଳେ ପୋଲିସ ପହଁଞ୍ଚି ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛି। ସୂଚନା ଅନୁଯାୟୀ, ପ୍ରତିଦିନ ପରି ଷଣ୍ଢପୁର ଗ୍ରାମର ରାଜକିଶୋର ବିଶ୍ଵାଳ ନିଜ ଝିଅ ଲୋରି ବିଶ୍ଵାଳଙ୍କୁ ସ୍କୁଲରୁ ଧରି ବାଇକ ଯୋଗେ ଘରକୁ ଫେରୁଥିଲେ। ହେଲେ କୋଠିଆସାହି ନିକଟରେ ଏକ ଦ୍ରୁତଗାମୀ ହାଇୱା ସେମାନଙ୍କୁ ଧକ୍କା ଦେବାରୁ ଉଭୟଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଥିବା ଜଣାପଡ଼ିଛି ।
ତେବେ ଉତ୍ୟକ୍ତ ଲୋକେ ଦୁର୍ଘଟଣା ଘଟାଇଥିବା ହାଇୱାକୁ ଭଙ୍ଗାରୁଜା କରିବା ସହ କଟକ ପାରାଦ୍ବୀପ ମୁଖ୍ୟ ରାସ୍ତାକୁ ଅବରୋଧ କରି ରଖିଛନ୍ତି। ଘଟଣାସ୍ଥଳରୁ ଡ୍ରାଇଭର ଫେରାର ହୋଇଯାଇଥିବାବେଳେ ପ୍ରବଳ ଉତ୍ତେଜନା ଲାଗି ରହିଛି। ଘଟଣାସ୍ଥଳରେ କୁଜଙ୍ଗ ପୋଲିସ ପହଁଞ୍ଚି ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛି।

  • Related Posts

    କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

    ନୂଆଦିଲ୍ଲୀ | ଭୁବନେଶ୍ୱର, ୮ ଅକ୍ଟୋବର ୨୦୨୬: ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଭାରତ ସରକାରଙ୍କ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ନୂଆଦିଲ୍ଲୀଠାରେ ଆୟୋଜିତ ଦୁଇଦିନିଆ ବିଭାଗୀୟ ସମ୍ମିଳନୀରେ…

    Continue reading
    ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି

    ଅବଢ଼ା ଯୋଜନାରେ ଜଗନ୍ନାଥବଲ୍ଲଭ ତୀର୍ଥଯାତ୍ରୀ କେନ୍ଦ୍ର, ମାର୍କେଟ କମ୍ପ୍ଲେକ୍ସ, ଶ୍ରୀସେତୁ ତଥା ମୁସା ନଦୀର ସଂପ୍ରସାରଣ ପ୍ରକଳ୍ପ ପ୍ରକଳ୍ପ ପାଇଁ ଅଧିକ ୧୦୦.୮୩ କୋଟି ଟଙ୍କା ବରାଦ କଲେ ମୁଖ୍ୟମନ୍ତ୍ରୀ ପୂର୍ବରୁ ପ୍ରକଳ୍ପ ମୂଲ୍ୟ ଥିଲା ୫୫୭.୧୯ କୋଟି, ଏବେ ହେଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ