ଓଲଟିଲା ଯାତ୍ରୀବାହୀ ବସ୍‍, ୨୦ରୁ ଅଧିକ ଗୁରୁତର

କାମାକ୍ଷାନଗର: ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ତଥା ତୁମୁସିଂହା ଥାନା ଅନ୍ତର୍ଗତ କନ୍ତିଓକାଟେଣୀ ଗ୍ରାମ ନିକଟବର୍ତ୍ତୀ ରେଙ୍ଗାଲି କେନାଲ ରାସ୍ତାରେ ଯାତ୍ରୀବାହୀ ବସ ଓଲଟି କୋଡିଏ ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ପରଜଙ୍ଗ ଥାନା କୁମୁସୀ ଗ୍ରାମରୁ ଜଗନ୍ନାଥ ନାମକ ଏକ ଯାତ୍ରୀବାହୀ ବସ ଶୁକ୍ରବାର ଭୁବନେଶ୍ୱର ଅଭିମୁଖେ ଯାଉଥିଲା । ନ୍ତିଓକାଟେଣୀ ଗ୍ରାମ ଦେଇ ଯାଇଥିବା ରେଙ୍ଗାଲି କେନାଲ ରାସ୍ତାରେ ବସଟି ଯାଉଥିବା ସମୟରେ ଭରସାମ୍ୟ ହରାଇ କେନାଲ ମଧ୍ୟକୁ ଓଲଟି ପଡିଥିଲା। ଫଳରେ ବସରେ ଥିବା ୫୦ରୁ ଅଧିକ ଯାତ୍ରୀଙ୍କ ମଧ୍ୟରୁ କୋଡିଏ ରୁ ଉର୍ଦ୍ଧ ଯାତ୍ରୀ ଆହତ ହୋଇଥିବା ଜଣାପଡିଛି । ଖବର ପାଇ ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଆହତ ମାନଙ୍କୁ ଉଦ୍ଧାର କରି ଅଁଳାବେରେଣି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିବା ସୂଚନା ମିଳିଛି ।

  • Related Posts

    ଉତ୍ତରାଖଣ୍ଡରେ ପୁଣି ୪.୨ତୀବ୍ରତାର ଭୂମିକମ୍ପ

    ଶନିବାର ରାତି ଉତ୍ତରାଖଣ୍ଡର ଉତ୍ତରକାଶୀ ଜିଲ୍ଲାରେ ୪.୨ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା, ଯାହା ଫଳରେ ଲୋକମାନେ ଭୟରେ ଘରୁ ବାହାରକୁ ପଳାଇ ଆସିଥିଲେ । ଯଦିଓ ଏହି ଭୂମିକମ୍ପରେ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ, ତେବେ ଜାତୀୟ ଭୂକମ୍ପ ବିଜ୍ଞାନ…

    Continue reading
    ସୋମବାର ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ଉଦ୍‌ଘାଟନ

    ଭୁବନେଶ୍ୱର: ଅକ୍ଟୋବର ମାସ ୧୨ ତାରିଖ ସୋମବାର ଦିନ ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ନବକଳେବର ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍‌ଘାଟନ କରିବେ। ମାଆ କଟକ ଚଣ୍ଡୀଙ୍କ ମନ୍ଦିରର କାୟାକଳ୍ପ ଓ ଚତୁଃପାର୍ଶ୍ୱର ଉନ୍ନତିକରଣ ପାଇଁ ପ୍ରାୟ ୭୦…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ