ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଗୁରୁବାର ବିଜ୍ଞପ୍ତି ଜାରି

ନୂଆଦିଲ୍ଲୀ: ସେପ୍ଟେମ୍ବର ୯ରେ ହେବାକୁଥିବା ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ନିର୍ବାଚନ କମିସନଙ୍କ ପକ୍ଷରୁ ଗୁରୁବାର ବିଜ୍ଞପ୍ତି ଜାରି କରାଯାଇଛି। ବିଜ୍ଞପ୍ତି ଜାରି ହେବାପରେ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରାର୍ଥିପତ୍ର ଦାଖଲ ଶେଷ ତାରିଖ ଅଗଷ୍ଟ ୨୧କୁ ଧାର୍ଯ୍ୟ କରାଯାଇଛି। ଅଗଷ୍ଟ ୨୨ରେ ପ୍ରାର୍ଥିପତ୍ର ଯାଞ୍ଚ କରାଯାଉଥିବାବେଳେ ପ୍ରାର୍ଥିପତ୍ର ପ୍ରତ୍ୟାହାର ଶେଷ ତାରିଖ ଅଗଷ୍ଟ ୨୫କୁ ଧାର୍ଯ୍ୟ କରାଯାଇଛି। ସେପ୍ଟେମ୍ବର ୯ରେ ଗଣତି କରାଯାଇ ଫଳାଫଳ ଘୋଷଣା କରାଯିବ ବୋଲି ଜଣାପଡିଛି।
ତେବେ ଉପରାଷ୍ଟ୍ରପତି ନିର୍ବାଚନ ପରିପ୍ରେକ୍ଷୀରେ ଚଳିତମାସ ୧୨ ସୁଦ୍ଧା ବିଜେପି ନେତୃତ୍ବାଧୀନ ଏନଡିଏ ପ୍ରାର୍ଥୀ ଘୋଷଣା କରାଯିବ। ଗୁରୁବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ନେତୃତ୍ବରେ ଏନଡିିଏର ବୈଠକ ଅନୁଷ୍ଠିତ ହୋଇ ଏ ପ୍ରସଙ୍ଗରେ ଆଲୋଚନା କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ବିଜେପି ସଭାପତି ଜେ.ପି.ନଡ୍ଡାଙ୍କୁ ଏନଡିଏ ପ୍ରାର୍ଥୀ ମନୋନୟନ ଦାୟିତ୍ବ ଦିଆଯାଇଛି। ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ ଏ ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ସହମତି ଭିତ୍ତିରେ ଉପରାଷ୍ଟ୍ରପତି ନିର୍ବାଚନ କରିବାକୁ ବିରୋଧୀ ଦଳଙ୍କ ସହ କୌଣସି ଆଲୋଚନା ହୋଇଛି କି ନାହିଁ ବୋଲି ପ୍ରଶ୍ନ ହେବାରୁ ରିଜିଜୁ ଏହାକୁ ଖଣ୍ଡନ କରିଛନ୍ତି। ଯଦି ବିରୋଧୀ ଦଳ କୌଣସି ଆଲୋଚନା ପାଇଁ ଆସନ୍ତି, ତେବେ ଏନଡିଏ ଏଥିପାଇଁ ପ୍ରସ୍ତୁତ ରହିଥିବା ସେ କହିଛନ୍ତି। ଗୁରୁବାର ବୈଠକରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ଜେଡିୟୁର ଲଲନ ସିଂହ, ଶିବସେନା (ସିନ୍ଦେ ଗୋଷ୍ଠୀ)ର ଶ୍ରୀକାନ୍ତ ସିନ୍ଦେ, ତେଲୁଗୁ ଦେଶମ୍‌ର ଶ୍ରୀକୃଷ୍ଣ ଦେବରାୟାଲୁ ଏବଂ ଏଲଜେପି (ରାମବିଳାସ ଗୋଷ୍ଠୀ)ର ଚିରାଗ ପାଶୱାନ ପ୍ରମୁଖ ଉପସ୍ଥିତ ଥିଲେ।

  • Related Posts

    ଦୀର୍ଘ ଓ ଅଧିକ ଅର୍ଥପୂର୍ଣ୍ଣ ପଥ ବାଛିବାକୁ ‘ଜେନ୍‌ ଜି’ଙ୍କୁ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶ

    ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ‘ଜେନ୍‌ ଜି’ଙ୍କୁ ଶକ୍ତିଶାଳୀ ବାର୍ତ୍ତା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଭବିଷ୍ୟତରେ ଆମକୁ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ପରି ଲକ୍ଷ ଲକ୍ଷ ଯୁବକଙ୍କ ଆବଶ୍ୟକତା ଅଛି। ସେ ଯୁବପିଢ଼ିଙ୍କୁ ଆହ୍ୱାନ ଦେଇ କହିଛନ୍ତି…

    Continue reading
    ଅଣ୍ଟା ଭିଡ଼ିଛି ବିଜୁ ଜନତା ଦଳ: ଜିଲ୍ଲା ଗସ୍ତରେ ଯିବେ ନବୀନ

    ଭୁବନେଶ୍ବର: ଆଗାମୀ ପଞ୍ଚାୟତ ନିର୍ବାଚନକୁ ନେଇ ଏବେଠାରୁ ଅଣ୍ଟା ଭିଡ଼ିଛି ବିଜୁ ଜନତା ଦଳ । ୨୦୨୪ ସାଧାରଣ ନିର୍ବାଚନରେ ରାଜ୍ୟରେ କ୍ଷମତା ପରିବର୍ତ୍ତନ ହୋଇଥିବା ବେଳେ ଆଗାମୀ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ବିଜେଡି ପାଇଁ ଅତ୍ୟନ୍ତ ଗୁରୁତ୍ୱ ବହନ କରୁଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ