ଭୁବନେଶ୍ବର: ଅଗଷ୍ଟ ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଓ ଘଡ଼ଘଡ଼ି ସହ ଝଟକା ପବନର ସମ୍ଭାବନା ରହିଛି । ଆଜି ରାଜ୍ୟର ଅନେକ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା. ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର , ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଘଣ୍ଟା ପ୍ରତି ୩୦-୪୦କିଲୋମିଟର ପର୍ଯ୍ୟନ୍ତ ପବନ ବହିବାର ସମ୍ଭାବନା ରହିଛି ।
ସେହିପରି ଆସନ୍ତାକାଲି ବି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା. ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର , ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକରେ ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ବହିବା ନେଇ ସମ୍ଭାବନା ରହିଛି । ପୁଣି ୧୦ ତାରିଖ ପାଇଁ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର I