
ଭୁବନେଶ୍ୱର: ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର ଓଡ଼ିଶାରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଗୁରୁବାର ଅପରାହ୍ଣରେ ଉପକୂଳ ଓଡ଼ିଶାରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ଥିବା ପାଣିପାଗ ବିଭାଗ ଆକଳନ କରିଛି। ଉପକୂଳ, ପଶ୍ଚିମ, ଦକ୍ଷିଣ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ବଜ୍ରପାତ ସହିତ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି।
ଆସନ୍ତା ୨୪ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲାରେ ବଜ୍ରପାତ ସମ୍ଭାର,ବନା ଥିବାରୁ ଏସବୁ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।