ପ୍ରଧାନମନ୍ତ୍ରୀଙ୍କ ‘ମନ୍ କି ବାତ୍‌’ କାର୍ଯ୍ୟକ୍ରମ ଏନ୍‌ସିସିରେ ଯୋଗଦେବାକୁ ଆହ୍ୱାନ ଦେଇ ଯୁବବର୍ଗରେ ନୂଆ ଉତ୍ସାହ ଭରିଛନ୍ତି ପ୍ରଧାନମନ୍ତ୍ରୀ : ମନମୋହନ

ଭୁବନେଶ୍ୱର : ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ “ମନ କି ବାତ” କାର୍ଯ୍ୟକ୍ରମର ୧୧୬ତମ ସଂସ୍କରଣରେ ଯୁବବର୍ଗମାନଙ୍କୁ ଏନ୍‌ସିସିରେ ଯୋଗଦେବାକୁ ନିବେଦନ କରିଛନ୍ତି । ଏହା ଯୁବବର୍ଗ ମଧ୍ୟରେ ନୁଆ ଉତ୍ସାହ ଭରିଦେଇଛି । ଏନେଇ ରାଜ୍ୟର ପ୍ରତ୍ୟେକ ସ୍କୁଲ କଲେଜର ଛାତ୍ରୀଛାତ୍ର ମାତୃଭୂମିର ସେବା ପାଇଁ ଉର୍ତ୍ସଗୀକୃତ ମନୋଭାବ ରଖି ଏନ୍‌ସିସିରେ ଯୋଗଦେବାକୁ ରାଜ୍ୟ ସଭାପତି ମନମୋହନ ସାମଲ ନିବେଦନ କରିଛନ୍ତି । ଶ୍ରୀ ସାମଲ କହିଛନ୍ତି ଯେ, ମୋଦିଜୀ ପ୍ରତିବର୍ଷ ପରି ଜାନୁଆରୀ ୧୨ରେ ସ୍ୱାମୀ ବିବେକାନନ୍ଦଙ୍କ ଜନ୍ମ ବାର୍ଷିକୀରେ ଯୁବ ଦିବସ ପାଳନ କରିବାକୁ ଆହ୍ୱାନ ଦେଇଛନ୍ତି । ଚଳିତବର୍ଷ ରାଜ୍ୟରେ ସ୍ୱାମୀ ବିବେକାନନ୍ଦଙ୍କ ଜୟନ୍ତୀ ମହାଆଡ଼ମ୍ବରରେ ପାଳନ କରାଯିବ । ଏଥିସହ ବରିଷ୍ଠ ନାଗରିକଙ୍କ ପେନ୍‌ସନ ସମୟର ଅସୁବିଧା ଦୂର କରିବା ପାଇଁ ଡିଜିଟାଲ ଲାଇଫ୍ ସାର୍ଟିଫିକେଟର ବ୍ୟବସ୍ଥା କରିଥିବାରୁ ଶ୍ରୀ ସାମଲ ମୋଦିଜୀଙ୍କୁ ଧନ୍ୟବାଦ ଜଣାଇଛନ୍ତିି । ଉତର ଭୁବନେଶ୍ୱର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଚନ୍ଦ୍ରଶେଖପୁର (ୱାର୍ଡ ନଂ.୮)ରେ ଶ୍ରୀ ସାମଲ “ମନ କି ବାତ” କାର୍ଯ୍ୟକ୍ରମ ଶୁଣିଥିଲେ । ଏହି ଅବସରରେ ଜିଲା ଉପସଭାପତି ନିରଞ୍ଜନ ମିଶ୍ର, ବିଧାୟକ ପ୍ରାର୍ଥୀ ପ୍ରିୟଦର୍ଶୀ ମିଶ୍ରଙ୍କ ସମତେ ଅନେକ କାର୍ଯ୍ୟକର୍ତା ଉପସ୍ଥିତ ଥିଲେ ।

Related Posts

ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

Continue reading
ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

Continue reading

Leave a Reply

Your email address will not be published. Required fields are marked *

You Missed

‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

ଖରାଦିନର ଖାଦ୍ୟ

୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

ଭାଲେଣ୍ଟାଇନ୍ ଦିବସ

ଭାଲେଣ୍ଟାଇନ୍ ଦିବସ