ଆସିଲା ସୁଭଦ୍ରା ତୃତୀୟ କିସ୍ତି

ଭୁବନେଶ୍ବର: ରାକ୍ଷୀ ପୂର୍ଣ୍ଣିମାରେ ମହିଳାମାନଙ୍କୁ ସୁଭଦ୍ରା ଭେଟି ଦେଇଛନ୍ତି ରାଜ୍ୟ ସରକାର । ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଆସିଲା ସୁଭଦ୍ରା ଯୋଜନାର ତୃତୀୟ କିସ୍ତିର ୫ ହଜାର ଟଙ୍କା । ୧ କୋଟି ମହିଳାଙ୍କ ଆକାଉଣ୍ଟକୁ ଅନଲାଇନରେ ଗଲା ୫ ହଜାର କୋଟି ଟଙ୍କା । କୋରାପୁଟ ଜୟପୁରରେ ଆୟୋଜିତ କାର୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୁଭଦ୍ରା ଯୋଜନାର ତୃତୀୟ କିସ୍ତି ଟଙ୍କା ପ୍ରଦାନ କରିଛନ୍ତି ।
ସୁଭଦ୍ରା ଯୋଜନାର ତୃତୀୟ କିସ୍ତି ପ୍ରଦାନ କରିିଛନ୍ତି ମୋହନ ମାଝୀ ସରକାର । ଆଜି ୧ କୋଟି ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ୫ ହଜାର କୋଟି ଟଙ୍କା ପ୍ରଦାନ କରାଯାଇଛି । ସବୁ ହିତାଧିକାରୀଙ୍କ ଆକାଉଣ୍ଟକୁ ୫୦୦୦ ଟଙ୍କା ଲେଖାଏଁ ପ୍ରଦାନ କରାଯାଇଛି । ସେହିପରି ଯେଉଁ ହିତାଧିକାରୀମାନେ ପ୍ରଥମ ଦୁଇଟି କିସ୍ତିରେ ଟଙ୍କା ପାଇନଥିଲେ ସେମାନଙ୍କୁ ମଧ୍ୟ ଏକ କାଳୀନ ଟଙ୍କା ପ୍ରଦାନ ପାଇଁ ପ୍ରକ୍ରିୟା ଆରମ୍ଭ କରାଯାଇଛି । ଏପର୍ୟ୍ୟନ୍ତ ୨ ଲକ୍ଷ ହିତାଧିକାରୀ ବାଦ୍ ପଡ଼ିଥିଲେ । ସେମାନଙ୍କୁ ଯୋଡ଼ିବା ପାଇଁ ଆଉ ଥରେ ସର୍ଭେ ହେବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଥିଲେ ।ଆଜି ପରଠାରୁ (ଅଗଷ୍ଟ ୯) ସୁଭଦ୍ରା ପୋର୍ଟାଲ ଖୋଲା ହେବ । ଯେଉଁମାନଙ୍କ ବୟସ ୨୧ ହୋଇଯାଇଥିବ ସେମାନେ ନୂଆ ହିତାଧିକାରୀ ଭାବରେ ସୁଭଦ୍ରା ଯୋଜନାରେ ସାମିଲ ହେବେ । ସେହିପରି ୬୦ ବର୍ଷ ବୟସ ହୋଇଯାଇଥିବା ମହିଳାମାନଙ୍କୁ ସିଧାସଳଖ ସାମାଜିକ ସୁରକ୍ଷା ଯୋଜନାରେ ସାମିଲ କରିବା ଲାଗି ବ୍ୟବସ୍ଥା କରାଯାଇଛି । ସେମାନେ ସାମାଜିକ ସୁରକ୍ଷା ଯୋଜନାରେ ସାମିଲ ହେବା ସହ ଭତ୍ତା ପାଇବେ । ସୁଭଦ୍ରା ଯୋଜନାରୁ ବଞ୍ଚିତ ହେବା ପରେ ସେମାନେ ଏଥିରେ ଯୋଡି ହୋଇଯିବେ ।ସୁଭଦ୍ରା ଯୋଜନାରେ ୧ କୋଟି ୬୫ ହଜାର ୮୭୭ ଜଣ ମହିଳା ପ୍ରଥମ କିସ୍ତି ଟଙ୍କା ପାଇ ସାରିଛନ୍ତି । ସେହିପରି ୯୮ ଲକ୍ଷ ୮୨ ହଜାର ୯୨ ଜଣ ମହିଳା ଦ୍ୱିତୀୟ କିସ୍ତି ଟଙ୍କା ପାଇଛନ୍ତି । ପ୍ରଥମ କିସ୍ତି ଟଙ୍କା ଗତବର୍ଷ ୨୦୨୪ ସେପ୍ଟେମ୍ବର ୧୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଭୁବନେଶ୍ବରରେ ପ୍ରଦାନ କରାଯାଇଥିଲା । ଏହାପରେ ଚଳିତବର୍ଷ ଅନ୍ତର୍ଜାତୀୟ ମହିଳା ଦିବସରେ ଦ୍ବିତୀୟ କିସ୍ତି ଦିଆଯାଇଥିଲା । ଆଜି ମୋହନ ସରକାର କୋରାପୁଟ ଜୟପୁରେ ଆୟୋଜିତ କାର୍ୟ୍ୟକ୍ରମରେ ତୃତୀୟ କିସ୍ତି ଟଙ୍କା ପ୍ରଦାନ କରିଛନ୍ତି ।

  • Related Posts

    ରାଜ୍ୟ ସ୍ତରୀୟ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି ବୈଠକ: ୩,୭୯୩ କୋଟି ଟଙ୍କାର ପୁଞ୍ଜିନିବେଶକୁ ଅନୁମୋଦନ

    ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦୂରଦର୍ଶୀ ନେତୃତ୍ୱରେ ଓଡ଼ିଶା ସରକାର ଶିଳ୍ପାୟନ ଓ ଆର୍ଥôକ ବିକାଶ କ୍ଷେତ୍ରରେ ନିରନ୍ତର ଭାବେ ଅଗ୍ରଗତି କରୁଛନ୍ତି । ଏହି ପରିପ୍ରେକ୍ଷୀରେ ଆଜି ରାଜ୍ୟ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

    Continue reading
    ଭୁବନେଶ୍ବରରେ କାଳବୈଶାଖୀ ତାଣ୍ଡବ

    ଭୁବନେଶ୍ୱର : ରାଜଧାନୀରେ କାଳବୈଖାଖୀ ତାଣ୍ଡବ । କାଳବୈଖାଖୀ ପ୍ରଭାବରେ କୁଆପଥର ବର୍ଷା ହେବା ସହ ଜୋରରେ ପବନ ହୋଇଛି। ପ୍ରାୟ ୪୦ରୁ ୫୦ କି.ମି ବେଗରେ ପବନ ହୋଇଛିa। ପବନରେ ବହୁ ଗଛ ଭାଙ୍ଗି ରାସ୍ତା ଅବରୋଧ ହୋଇଛି। ଏପରିକି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ