ଭାଲୁ ଆକ୍ରମଣରେ ମହିଳା ମୃତ

ଘଟଗାଁ : କେନ୍ଦୁଝର ଜିଲ୍ଲା ଘଟଗାଁ ରେଞ୍ଜ ଅନ୍ତର୍ଗତ ବଣଚକୁଳିଆ ଗ୍ରାମରେ ଭାଲୁ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ ଘଟିଛି । ମୃତ ମହିଳା ଜଣଙ୍କ ହେଲେ ବଣଚକୁଳିଆ ଗ୍ରାମର ଚାମି ମୁଣ୍ଡା । ଶନିବାର ସକାଳୁ ଜଙ୍ଗଲ ନିକଟସ୍ଥ ବିଲକୁ ଉଭୟ ସ୍ଵାମୀ-ସ୍ତ୍ରୀ ଯାଇଥିବା ସମୟରେ ତିନୋଟି ଭାଲୁ ସ୍ଵାମୀ ଓ ସ୍ତ୍ରୀଙ୍କୁ ଆକ୍ରମଣ କରିଥିଲେ । ଗୋଟିଏ ଭାଲୁ ଚାମୀଙ୍କ ସ୍ଵାମୀଙ୍କୁ ଗୋଡାଇବାରୁ ସେ ନିକଟରେ ଥିବା ଏକ ପଥର ଚତିରି ଉପରକୁ ଚାଲିଯାଇଥିଲେ । କିନ୍ତୁ ମହିଳାଙ୍କ ମୁଣ୍ଡ ଓ ଅଣ୍ଟାକୁ ଆକ୍ରମଣ କରିଥିଲେ ଭାଲୁ । ଫଳରେ ମହିଳା ଜଣଙ୍କ ଗୁରୁତର ହୋଇଥିଲେ । ସ୍ଥାନୀୟ ଲୋକମାନେ ଆସିବାରୁ ଭାଲୁ ମାନେ ଜଙ୍ଗଲ ଭିତରକୁ ଚାଲିଯାଇଥିଲେ । ଗ୍ରାମବାସୀ ଓ ଘର ଲୋକଙ୍କ ସହାୟତାରେ ଆମ୍ବୁଲାନ୍ସ ଯୋଗେ ଘଟଗାଁ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ପରେ ଚିକିତ୍ସାଧୀନ ଅବସ୍ଥାରେ ମହିଳାଙ୍କ ମୃତ୍ୟୁ ହୋଇଛି । ଖବର ପାଇ ଘଟଗାଁ ବନ ବିଭାଗର ଅଧିକାରୀ ମାନେ ପହଞ୍ଚି ମୃତକଙ୍କ ପରିବାରଙ୍କୁ ନଗଦ ୧ ଲକ୍ଷ ଟଙ୍କା ସହାୟତା ରାଶି ପ୍ରଦାନ କରିଥିବା ବେଳେ ପୋଲିସ ଶବକୁ ଜବତ କରି ଅଧିକ ତଦନ୍ତ ଚଳାଇଛି ।

  • Related Posts

    ଉତ୍ତରାଖଣ୍ଡରେ ପୁଣି ୪.୨ତୀବ୍ରତାର ଭୂମିକମ୍ପ

    ଶନିବାର ରାତି ଉତ୍ତରାଖଣ୍ଡର ଉତ୍ତରକାଶୀ ଜିଲ୍ଲାରେ ୪.୨ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା, ଯାହା ଫଳରେ ଲୋକମାନେ ଭୟରେ ଘରୁ ବାହାରକୁ ପଳାଇ ଆସିଥିଲେ । ଯଦିଓ ଏହି ଭୂମିକମ୍ପରେ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ, ତେବେ ଜାତୀୟ ଭୂକମ୍ପ ବିଜ୍ଞାନ…

    Continue reading
    ସୋମବାର ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ଉଦ୍‌ଘାଟନ

    ଭୁବନେଶ୍ୱର: ଅକ୍ଟୋବର ମାସ ୧୨ ତାରିଖ ସୋମବାର ଦିନ ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ନବକଳେବର ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍‌ଘାଟନ କରିବେ। ମାଆ କଟକ ଚଣ୍ଡୀଙ୍କ ମନ୍ଦିରର କାୟାକଳ୍ପ ଓ ଚତୁଃପାର୍ଶ୍ୱର ଉନ୍ନତିକରଣ ପାଇଁ ପ୍ରାୟ ୭୦…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ