ଭୁବନେଶ୍ୱର: ଏଥର ସ୍ବାୟତ୍ତ ଶାସନ ଦିବସରେ ରାଜ୍ୟର ୧୧୫ଟି ସହରାଞ୍ଚଳରେ ଶତାଧିକ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ ହେବ। ଏଥିପାଇଁ ଅଗଷ୍ଟ ୨୫ରୁ ୩୦ ପର୍ଯ୍ୟନ୍ତ ଏକ ସପ୍ତାହ ଧରି ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ବିଭିନ୍ନ ବିଭାଗର ମନ୍ତ୍ରୀ, ବିଧାୟକ, ପୌର ସଂସ୍ଥାଗୁଡ଼ିକର ମେୟର, ପୌରାଧ୍ୟକ୍ଷମାନେ ପ୍ରକଳ୍ପଗୁଡ଼ିକର ଉଦ୍ଘାଟନ ଓ ଶିଳାନ୍ୟାସ କରିବେ। ଅଗଷ୍ଟ ୩୧ରେ ସ୍ବାୟତ୍ତ ଶାସନ ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସହରାଞ୍ଚଳବାସୀଙ୍କୁ ବଡ଼ ଭେଟି ଦେବେ ବୋଲି ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ସୂତ୍ରରୁ ଜାଣିବାକୁ ମିଳିଛି। ସବୁ ପୌର ସଂସ୍ଥା ଏଥରର ସ୍ବାୟତ୍ତ ଶାସନ ଦିବସକୁ ଲୋକଙ୍କ ସହ ପାଳନ କରିବା ସହ ସମସ୍ତଙ୍କ ପାଇଁ ସ୍ମରଣୀୟ କରିବାକୁ ନଗର ଉନ୍ନୟନ ବିଭାଗ ପକ୍ଷରୁ କୁହାଯାଇଛି। ଏଥିପାଇଁ କେଉଁ ପୌରସଂସ୍ଥାରେ କେଉଁ ପ୍ରକଳ୍ପର ଉଦ୍ଘାଟନ, ଶିଳାନ୍ୟାସ ହେବ ତା’ର ତାଲିକା ଦେବାକୁ କୁହାଯାଇଛି। ସମସ୍ତ ବଡ଼ ପ୍ରକଳ୍ପକୁ ଅଗଷ୍ଟ ୩୧ରେ ମୁଖ୍ୟମନ୍ତ୍ରୀ ଓ ନଗର ଉନ୍ନୟନ ମନ୍ତ୍ରୀଙ୍କ ଦ୍ବାରା ଉଦ୍ଘାଟନ କରିବା ଏବଂ ଅନ୍ୟ ପ୍ରକଳ୍ପକୁ ଅଗଷ୍ଟ ୨୫ରୁ ୩୦ ମଧ୍ୟରେ ହେବାକୁ ଥିବା କାର୍ଯ୍ୟକ୍ରମରେ ଉଦ୍ଘାଟନ କରିବାକୁ ବିଭାଗ ପକ୍ଷରୁ କୁହାଯାଇଛି।
ରାଜ୍ୟ ସ୍ତରୀୟ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି ବୈଠକ: ୩,୭୯୩ କୋଟି ଟଙ୍କାର ପୁଞ୍ଜିନିବେଶକୁ ଅନୁମୋଦନ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦୂରଦର୍ଶୀ ନେତୃତ୍ୱରେ ଓଡ଼ିଶା ସରକାର ଶିଳ୍ପାୟନ ଓ ଆର୍ଥôକ ବିକାଶ କ୍ଷେତ୍ରରେ ନିରନ୍ତର ଭାବେ ଅଗ୍ରଗତି କରୁଛନ୍ତି । ଏହି ପରିପ୍ରେକ୍ଷୀରେ ଆଜି ରାଜ୍ୟ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…


