ଖାତାକୁ ଆସିଲା ସୁଭଦ୍ରା ଟଙ୍କା, ଏଥର ବି କିଛି ହିତାଧିକାରୀ ବାଦ୍‌ ପଡ଼ିଲେ…

ରବିବାର ମଧ୍ୟାହ୍ନରେ ସୁଭଦ୍ରା ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିଛି ଟଙ୍କା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁନ୍ଦରଗଡ଼ ଗସ୍ତରେ ଯାଇ ଏହି ଟଙ୍କା ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଆଜି ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ଆସିଛି। ୨୦ ଲକ୍ଷରୁ ଅଧିକ ଯୋଗ୍ୟ ହିତାଧିକାରୀଙ୍କ ଆକାଉଣ୍ଟକୁ ଏହି ଟଙ୍କା ଆସିଛି।

ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇ କହିଛନ୍ତି, ୨ ଲକ୍ଷ ୬୭ ହଜାର ବାଦ୍‌ ପଡ଼ିଥିବା ହିତାଧିକାରୀଙ୍କ ତାଲିକା ବ୍ଲକରେ ପହଞ୍ଚିଛି। ବ୍ଲକରେ ଏ ନେଇ ସମୀକ୍ଷା ସରିଛି। ପ୍ରାୟ ୨୫ ପ୍ରତିଶତ ସଂଶୋଧନ ହୋଇଯାଇଛି। ବାକି ଜମି ସମସ୍ୟା ଯୋଗୁ ଯେଉଁମାନଙ୍କ ନାମ ତାଲିକାରେ ନାହିଁ, ତାଙ୍କ ନାଁରେ ଜମି ନାହିଁ। କିନ୍ତୁ ସେମାନେ ଧାନ ବିକିଛନ୍ତି । ଏହି ବିବାଦରେ ସରଜମିନ ଯାଞ୍ଚ କରାଯିବ । ସେମାନେ ଡିସେମ୍ବରରେ ସୁଭଦ୍ରା ଟଙ୍କା ପାଇବେ। ଆଉ ୫ ଲକ୍ଷଙ୍କର କିଛି କିଛି ଅସୁବିଧା ରହିଛି, ତାହା ସମାଧାନ ହୋଇନାହିଁ। ସେମାନେ ଆଜି ଟଙ୍କା ପାଇବେ ନାହିଁ । ସେମାନଙ୍କର ଆକାଉଣ୍ଟ ସହ ଆଧାର ଲିଙ୍କରେ ସମସ୍ୟା ରହିଥିବା ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ସବୁ ସଂଶୋଧନ ହେବା ପରେ ସେମାନେ ସାମିଲ ହୋଇପାରିବେ। ଏହାର ସମାଧାନ ହେବା ପରେ ବାଦ୍‌ ତାଲିକାରେ ଥିବା ଆଉ ୫ ଲକ୍ଷରୁ ଅଧିକ ଯୋଗ୍ୟ ମହିଳା ଡିସେମ୍ବରରେ ଅର୍ଥ ରାଶି ପାଇପାରିବେ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ସୁଭଦ୍ରା ଯୋଜନା ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଲାଗି ସରକାରୀ ଅଧିକାରୀ ଘରକୁ ଘର ଯିବେ। ବାଦ୍‌ ପଡ଼ିଥିବା ହିତାଧିକାରୀଙ୍କୁ ସାମିଲ କରିବା ପର୍ଯ୍ୟନ୍ତ ପ୍ରକ୍ରିୟା ଜାରି ରହିବ। ଜଣେ ବି ଯୋଗ୍ୟ ହିତାଧିକାରୀ ଏହି ଯୋଜନାରୁ ବଞ୍ଚିତ ହେବେନି। ସମସ୍ତ ହିତାଧିକାରୀଙ୍କୁ ଟଙ୍କା ପ୍ରଦାନ କରାଯିବ ବୋଲି ପ୍ରଭାତୀ କହିଛନ୍ତି।

ସୂଚନାଯୋଗ୍ୟ, ଗତ ସେପ୍ଟେମ୍ବର ୧୭ ଓ ଅକ୍ଟୋବର ୯ରେ ଦୁଇଟି ପର୍ଯ୍ୟାୟରେ ପ୍ରାୟ ୬୦ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ପ୍ରଦାନ କରାଯାଇ ସାରିଛି। ଏହି ଯୋଜନାରେ ଅଧିକରୁ ଅଧିକ ମହିଳାଙ୍କୁ ସାମିଲ କରିବାକୁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି।

Related Posts

ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

Continue reading
ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

Continue reading

Leave a Reply

Your email address will not be published. Required fields are marked *

You Missed

‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

ଖରାଦିନର ଖାଦ୍ୟ

୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

ଭାଲେଣ୍ଟାଇନ୍ ଦିବସ

ଭାଲେଣ୍ଟାଇନ୍ ଦିବସ