କୋରାପୁଟରେ ୬୫୦ଶଯ୍ୟା ବିଶିଷ୍ଟ ଚିକିତ୍ସାଳୟ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

କୋରାପୁଟ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍‌ପିଟାଲରେ ୨୮୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ୬୫୦ଶଯ୍ୟା ବିଶିଷ୍ଟ ଚିକିତ୍ସାଳୟ ଉଦ୍‌ଘାଟନ କରିଛନ୍ତି। ୬ ଲେନ୍‌ ବିଶିଷ୍ଟ ଜୟପୁର-ବ୍ରହ୍ମପୁର-ଭୁବନେଶ୍ୱର ଇକୋନୋମିକ୍‌ କରିଡର୍‌ ଶୀଘ୍ର ନିର୍ମାଣ ହେବ ବୋଲି ଘୋଷଣା କରିଛନ୍ତି। କୋରାପୁଟ ବଡ଼ଡାକ୍ତରଖାନାରେ ଖାଲି ପଡ଼ିଥିବା ସମସ୍ତ ପଦବି ପୂରଣ ହେବ ବୋଲି କହିଛନ୍ତି। ମୁଖ୍ୟମନ୍ତ୍ରୀ ଅଭିଭାଷଣରେ କହିଥିଲେ, ସ୍ୱାସ୍ଥ୍ୟସେବା ପାଇଁ କୋରାପୁଟବାସୀଙ୍କୁ ଆଉ ଦୂରକୁ ଯିବାକୁ ପଡ଼ିବ ନାହିଁ। ରାଜ୍ୟ ସରକାର ଏଥିପାଇଁ ସମସ୍ତ ବ୍ୟବସ୍ଥା କରୁଛନ୍ତି।ଯାହାଫଳରେ କୋରାପୁଟ ସମେତ ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ାଜିଲ୍ଲା ସହ ଆନ୍ଧ୍ରପ୍ରଦେଶ ଓ ଛତିଶଗଡ଼ର ଲୋକ ଉପକୃତ ହେବେ। ନୂଆ ହସ୍ପିଟାଲରେ ଅତ୍ୟାଧୁନିକ ଚିକିତ୍ସା ସୁବିଧା ମିଳିବ। ଆମ ସରକାର ଆସିବା ପରେ ରାଜ୍ୟରେ ଶିକ୍ଷା ଓ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଗୁଣାତ୍ମକମାନ ବୃଦ୍ଧି କରିବା ଉପରେ ପ୍ରାଥମିକତା ଦେଉଛନ୍ତି। ରାଜ୍ୟରେ ବର୍ତ୍ତମାନ ୧୨ଟି ସରକାରୀ ମେଡିକାଲ କଲେଜ ରହିଛି। ଖୁବ୍‍ଶୀଘ୍ର ଢେଙ୍କାନାଳ, ଜଗତସିଂହପୁର, ଭଦ୍ରକ ଓ ନବରଙ୍ଗପୁରରେ ମେଡିକାଲ କଲେଜ ସ୍ଥାପନ ହେବ। ସେହିପରି ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍‌ପିଟାଲରେ ରୋଗୀଙ୍କ ପାଇଁ ବହୁବିଧ ଚିକିତ୍ସା ସୁବିଧା କରାଯାଉଛି। ସିଟି ସ୍କାନ୍, ଡାଏଲିସିସ୍, ମାମୋଗ୍ରାଫି ପରି ଅତ୍ୟାଧୁନିକ ରୋଗ ନିରୂପଣ ପରୀକ୍ଷା ବ୍ୟବସ୍ଥା ମଧ୍ୟ କରାଯାଉଛି। ଗୁରୁତର ରୋଗୀଙ୍କ ପାଇଁ ସ୍ବତନ୍ତ୍ର ଅକ୍ସିଜେନ୍ ପ୍ଲାଣ୍ଟ ବସାଯାଉଛି। ଏହି ହସ୍‍ପିଟାଲ ସଂଲଗ୍ନ ୨ ଏକର ଜମିରେ କ୍ୟାନ୍‌ସର ଚିକିତ୍ସା ହସ୍‍ପିଟାଲ ମଧ୍ୟ ନିର୍ମାଣ ଚାଲିଛି। ଏଥିପାଇଁ ସରକାର ପ୍ରାୟ ୪୧ କୋଟି ୧୫ ଲକ୍ଷ ଟଙ୍କା ବ୍ୟୟବରାଦ କରିଛନ୍ତି।

  • Related Posts

    କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

    ନୂଆଦିଲ୍ଲୀ | ଭୁବନେଶ୍ୱର, ୮ ଅକ୍ଟୋବର ୨୦୨୬: ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଭାରତ ସରକାରଙ୍କ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ନୂଆଦିଲ୍ଲୀଠାରେ ଆୟୋଜିତ ଦୁଇଦିନିଆ ବିଭାଗୀୟ ସମ୍ମିଳନୀରେ…

    Continue reading
    ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି

    ଅବଢ଼ା ଯୋଜନାରେ ଜଗନ୍ନାଥବଲ୍ଲଭ ତୀର୍ଥଯାତ୍ରୀ କେନ୍ଦ୍ର, ମାର୍କେଟ କମ୍ପ୍ଲେକ୍ସ, ଶ୍ରୀସେତୁ ତଥା ମୁସା ନଦୀର ସଂପ୍ରସାରଣ ପ୍ରକଳ୍ପ ପ୍ରକଳ୍ପ ପାଇଁ ଅଧିକ ୧୦୦.୮୩ କୋଟି ଟଙ୍କା ବରାଦ କଲେ ମୁଖ୍ୟମନ୍ତ୍ରୀ ପୂର୍ବରୁ ପ୍ରକଳ୍ପ ମୂଲ୍ୟ ଥିଲା ୫୫୭.୧୯ କୋଟି, ଏବେ ହେଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ