ନର୍ସିଂ ଛାତ୍ରୀ ମୃତ୍ୟୁ ଘଟଣା; ରାଇଘର ବନ୍ଦ

ନବରଙ୍ଗପୁର: ନର୍ସିଂ ଛାତ୍ରୀଙ୍କ ମୃତଦେହ ଗାଁରେ ପହଞ୍ଚିବା ପରେ ଗାଁରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି । ଅନ୍ୟ ପକ୍ଷରେ ୫୦ ଲକ୍ଷ ଟଙ୍କା କ୍ଷତିପୂରଣ ଦାବି କରି ବଙ୍ଗୀୟ ସମାଜ ମୃତଦେହକୁ ଆମ୍ବୁଲାନ୍ସରୁ ଓହ୍ଲାଉ ନାହାନ୍ତି ‌। ସେଭଳି ବିଜେଡି ନେତା ପ୍ରଦୀପ ମାଝୀଙ୍କ ନେତୃତ୍ୱରେ ତାଙ୍କର ଶତାଧିକ ସମର୍ଥକ ଓ କର୍ମୀ ରାଇଘର ଡୁମରୀମୁଣ୍ଡା ଠାରେ ଧାରଣା ଦେଇଛନ୍ତି । ପ୍ରଦୀପ ପୀଡିତାଙ୍କ ପରିବାରକୁ କ୍ଷତିପୂରଣ ବାବଦକୁ ୧ କୋଟି ଦାବି କରିଛନ୍ତି। କାରଣ ପ୍ରଶାସନର ନିଷ୍କ୍ରିୟତା ଯୋଗୁଁ ମହିଳା ଓ ଛାତ୍ରୀ ଅସୁରକ୍ଷିତ । ମହିଳାଙ୍କ ସୁରକ୍ଷା ଦିଗରେ ରାଜ୍ୟ ସରକାର ସମ୍ବେଦନଶୀଳ ନୁହେଁ ବୋଲି ଅଭିଯୋଗ କରିଛନ୍ତି। ତେଣୁ କ୍ଷତିପୂରଣ ନ ମିଳିବା ଯାଏଁ ଆନ୍ଦୋଳନ ଜାରି ରହିବ ବୋଲି ପ୍ରଦୀପ କହିଛନ୍ତି। ଅନ୍ୟପକ୍ଷରେ ପୀଡିତାଙ୍କ ନ୍ୟାୟ ଦାବିରେ ରାଇଘରରେ ଦୋକାନ ବଜାର ବନ୍ଦ ରହିଥିବା ବେଳେ ଯାନବାହନ ଚଳାଚଳ ବନ୍ଦ ରହିଛି । ସେଭଳି ପୁଲିସ ପ୍ରଶାସନ ପକ୍ଷରୁ ରାଇଘର ଠାରେ ୭ ପ୍ଳାଟୁନ ପୁଲିସ ଫୋର୍ସ ମୁତୟନ କରାଯାଇଛି।

ସୂଚନାଯୋଗ୍ୟ ଯେ, ରାଇଘର ନର୍ସିଂ ଛାତ୍ରୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ ପରେ ଛାତ୍ରୀ ଲୋକ ଲଜ୍ଜା ପାଇଁ ବିଷପାନ କରି ଆତ୍ମହତ୍ୟା ଉଦ୍ୟମ କରିଥିଲେ । ଦୀର୍ଘଦିନ ଦିନ ଧରି ଚିକିତ୍ସା ପରେ ଶନିବାର ଭୁବନେଶ୍ଵର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଛାତ୍ରୀଙ୍କ ମୃତ୍ୟୁ ହୋଇଛି।

  • Related Posts

    ପଞ୍ଚାୟତ ଓ ପୌର ନିର୍ବାଚନ : ୨୬ ରୁ ନଭେମ୍ବର ୭ ଯାଏଁ ଡୋର ଟୁ ଡୋର ସର୍ଭେ

    ଭୁବନେଶ୍ବର : ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ସ୍ବଚ୍ଛ ,ନିରପେକ୍ଷ ଓ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ଲକ୍ଷ୍ୟ ନେଇ ଅକ୍ଟୋବର ୨୬ ରୁ ନଭେମ୍ବର ୭ ଯାଏଁ ଡୋର ଟୁ ଡୋର ସର୍ଭେ ହେବ। ଏସଆଇଆରରେ ନାଁ କଟିଥିଲେ…

    Continue reading
    ସାତପଡ଼ା ଡିଗ୍ରୀ କଲେଜରେ ବୋମା ମାଡ଼, ନିର୍ବାଚନ ବାତିଲ

    ଭୁବନେଶ୍ଵର : ବ୍ରହ୍ମଗିରି ସାତପଡ଼ା ପଞ୍ଚାୟତ ଡିଗ୍ରୀ କଲେଜରେ ବୋମା ମାଡ଼ । ନିର୍ବାଚନ ବାତିଲ କଲେ କଲେଜ ଅଧ୍ୟକ୍ଷ । କଲେଜ ପରିସରରେ ୮ ରୁ ୧୦  ବୋମା ମାଡ଼ ହୋଇଥିବା ସୂଚନା ମିଳିଛି । ଚୟନ ପ୍ରକ୍ରିୟା ମାଧ୍ୟମରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି