“ସଶକ୍ତ ଯୁବଶକ୍ତି ହିଁ ସମୃଦ୍ଧ ରାଷ୍ଟ୍ରର ମୂଳଦୁଆ”

ଏଚ୍.ଆଇ.ଭି / ଏଡ଼ସ୍ ଓ ଯୌନ ସଂକ୍ରମଣ ନିରାକରଣ ପାଇଁ ରାଜ୍ୟସ୍ତରୀୟ ସ୍ଵତନ୍ତ୍ର ଅଭିଯାନର ଶୁଭାରମ୍ଭ କାର୍ଯ୍ୟକ୍ରମ
ଭୁବନେଶ୍ଵର /ବ୍ରହ୍ମପୁର: ଆଜି ଅନ୍ତର୍ଜାତୀୟ ଯୁବ ଦିବସ ଅବସରରେ ବ୍ରହ୍ମପୁର ସ୍ଥିତ ମହାରାଜ କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟର ପ୍ରେକ୍ଷାଳୟ ଠାରେ ଆୟୋଜିତ ଏଚ୍.ଆଇ.ଭି / ଏଡ଼ସ୍ ଓ ଯୌନ ସଂକ୍ରମଣ ନିରାକରଣ ପାଇଁ ରାଜ୍ୟସ୍ତରୀୟ ସ୍ଵତନ୍ତ୍ର ଅଭିଯାନର ଶୁଭାରମ୍ଭ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଏହି କାର୍ଯ୍ୟକ୍ରମରେ ମାନ୍ୟବର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା ବିଭାଗ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ଯୁବ ବର୍ଗଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ଏବଂ ସଶକ୍ତିକରଣକୁ ପ୍ରାଥମିକତା ଦେଇ ଏହି ସ୍ୱତନ୍ତ୍ର ସଚେତନତା ଆରମ୍ଭ କରାଯାଇଛି। ଯାହାକି ଅଗଷ୍ଟ ୧୨ ରୁ ଆରମ୍ଭ ହୋଇ ଅକ୍ଟୋବର ୧୧ ପର୍ଯ୍ୟନ୍ତ ଜାରି ରହିବ। ଏହା ମାଧ୍ୟମରେ ତୃଣମୂଳ ସ୍ତରରେ ଏଚ୍.ଆଇ.ଭି ସମ୍ପର୍କିତ ସଚେତନତାକୁ ଆହୁରି ବ୍ୟାପକ କରାଯିବ। ଏହା ଦ୍ଵାରା ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ସୁସ୍ଥ ଓଡ଼ିଶା, ସମୃଦ୍ଧ ଓଡ଼ିଶା ସହ ଯୁବବର୍ଗଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ସୁନିଶ୍ଚିତ କରିବାର ସ୍ଵପ୍ନ ନିଶ୍ଚିତ ଭାବେ ପୂରଣ ହେବାରେ ସହାୟକ ହେବ ବୋଲି ମନ୍ତ୍ରୀ ଡ. ମହାଲିଙ୍ଗ କହିଛନ୍ତି ।
ସେହିପରି ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ଦିନଠୁ ସମସ୍ତେ ସଂକଳ୍ପ ନେବା ସହ ରୋଗକୁ ଦୂରେଇ ଦେବା ମାତ୍ର ରୋଗୀଙ୍କୁ ନୁହେଁ ବୋଲି ଅନୁରୋଧ କରିଛନ୍ତି । ଏହି ରୋଗରେ ପୀଡ଼ିତ ବ୍ୟକ୍ତିଙ୍କୁ ଘୃଣା ଦୃଷ୍ଟିରେ ନଦେଖି ସେମାନଙ୍କୁ ବଞ୍ଚିବାର ବିଶ୍ବାସ ଓ ଭରଷା ଦେଇ ଉତ୍ସାହିତ କରିବାକୁ ଉପସ୍ଥିତଙ୍କୁ ଅନୁରୋଧ ପୂର୍ବକ ଜଣାଇଛନ୍ତି । ଏହି ଅଭିଯାନକୁ ଆହୁରି ବ୍ୟାପକ କରିବା ଏବଂ ଅଧିକରୁ ଅଧିକ ଲୋକଙ୍କୁ ସଚେତନ କରାଇବା ପାଇଁ ସେ ସମସ୍ତ ଯୁବବନ୍ଧୁଙ୍କୁ ଆହ୍ଵାନ ଦେଇଛନ୍ତି । ଏହି କାର୍ଯ୍ୟକ୍ରମରେ ମାନ୍ୟବର ବ୍ରହ୍ମପୁର ବିଧାୟକ କେ. ଅନିଲ କୁମାର, ମାନ୍ୟବର ସୋରଡ଼ା ବିଧାୟକ ଶ୍ରୀ ନୀଳମଣି ବିଶୋଇ, ମାନ୍ୟବର କବିସୂର୍ଯ୍ୟନଗର ବିଧାୟକ ଶ୍ରୀ ପ୍ରତାପ ଚନ୍ଦ୍ର ନାୟକ, ଜିଲ୍ଲାପାଳ କୀର୍ତ୍ତି ଭାସନ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ, ଏମ୍.କେ.ସି.ଜି ମେଡିକାଲ୍ କଲେଜର ଅଧ୍ୟକ୍ଷ, ଓସାକ୍ସ (OSACS)ର ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ