ନିର୍ଦ୍ଧାରିତ ସମୟ ମଧ୍ୟରେ ରାଜ୍ୟବାସୀଙ୍କୁ ସ୍ଵଚ୍ଛ ନିରାପଦ ପାନୀୟ ଜଳ ଯୋଗାଣ ପାଇଁ ଉତ୍ତରଦାୟୀ ହେବେ ଅଧିକାରୀ ମନ୍ତ୍ରୀ

ଭୁବନେଶ୍ୱର, ୧୨/୦୮: ସମଗ୍ର ଓଡ଼ିଶାବାସୀଙ୍କୁ ସ୍ଵଚ୍ଛ ନିରାପଦ ପାନୀୟ ଜଳ ଯୋଗାଇବା ପାଇଁ ସରକାର ସଙ୍କଳ୍ପବଦ୍ଧ। ରାଜ୍ୟରେ ଗ୍ରାମାଞ୍ଚଳରେ ଏହି କାର୍ଯ୍ୟକୁ ଉଚିତ ଭାବରେ କାର୍ଯ୍ୟକାରୀ କରି ସମସ୍ତ ପରିବାରକୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ପ୍ରକ୍ରିୟାକୁ ତ୍ବରାନ୍ବିତ କରିବା ପାଇଁ ବୃହତ ପାନୀୟ ଜଳ ପ୍ରକଳ୍ପଗୁଡ଼ିକର ସମୀକ୍ଷା କରି ମନ୍ତ୍ରୀ ଶ୍ରୀ ରବିନାରାୟଣ ନାଏକ ନିର୍ଦ୍ଦେଶ ଦେଇଛନ୍ତି। ଆଜି ରାଜ୍ୟ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ପ୍ରତିଷ୍ଠାନ, ଭୁବନେଶ୍ବରର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ଅଧ୍ୟକ୍ଷତା କରି ମାନ୍ୟବର ପଞ୍ଚାୟତିରାଜ ଓ ପାନୀୟଜଳ ମନ୍ତ୍ରୀ ଶ୍ରୀ ରବିନାରାୟଣ ନାଏକ ସମସ୍ତ ବୃହତ ପାନୀୟ ଜଳ ପ୍ରକଳ୍ପଗୁଡ଼ିକର ବିସ୍ତୃତ ସମୀକ୍ଷା କରିଥିଲେ । ରାଜ୍ୟରେ ୨୦୭ଟି ମେଗା ପାନୀୟ ଜଳ ପ୍ରକଳ୍ପ ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୧୮ ଟି ପାନୀୟ ଜଳ ପ୍ରକଳ୍ପ ସମ୍ପୂର୍ଣ୍ଣ ହୋଇସାରିଛି । ଅନ୍ୟ ପ୍ରକଳ୍ପଗୁଡ଼ିକର ନିର୍ମାଣ କାର୍ଯ୍ୟ ମଧ୍ୟ ତ୍ବରାନ୍ବିତ କରାଯାଉଛି ଓ ସେସବୁର ପ୍ରତ୍ୟକ୍ଷ ନିରୀକ୍ଷଣ କରାଯାଉଛି । ସାମାନ୍ୟ ବ୍ୟତିକ୍ରମ ଦେଖାଗଲେ ଉତ୍ତରଦାୟିତ୍ଵ ସ୍ଥିର କରାଯାଇ କାର୍ଯ୍ୟାନୁଷ୍ଠାନର ବ୍ୟବସ୍ଥା କରିବାକୁ ମନ୍ତ୍ରୀ ଶ୍ରୀ ନାଏକ ନିର୍ଦ୍ଦେଶ ଦେଇଥିଲେ ।
ବର୍ତ୍ତମାନ ରାଜ୍ୟରେ ୧୦୦୦୦ ରୁ ଉର୍ଦ୍ଧ୍ବ ଗ୍ରାମ ଓ ୫୫୨ଟି ଗ୍ରାମପଞ୍ଚାୟତ ସମ୍ପୂର୍ଣ୍ଣ ରୂପେ ‘ହର ଘର ଜଳ’ଯୋଜନାରେ ଅନ୍ତର୍ଭୁକ୍ତ ହୋଇସାରିଛନ୍ତି । ନୂଆପଡା ଜିଲ୍ଲାର ସମସ୍ତ ଗ୍ରାମ ‘ହର ଘର ଜଳ ଯୋଜନା’ରେ ଅନ୍ତର୍ଭୁକ୍ତ ହୋଇ ପାରିଛି, ଯାହା ଗ୍ରାମୀଣ ଜୀବନରେ ପାନୀୟ ଜଳ ସୁବିଧାକୁ ସୁନିଶ୍ଚିତ କରିବା ଦିଗରେ ଏକ ଐତିହାସିକ ପଦକ୍ଷେପ । ସରକାରୀ ସ୍ତରରେ ଏହି ପ୍ରକଳ୍ପଗୁଡିକୁ ଯଥାଶୀଘ୍ର ସମ୍ପନ୍ନ କରିବା ପାଇଁ ତ୍ୱରିତ ପଦକ୍ଷେପ ଗ୍ରହଣ କରାଯାଇଛି । ସେହି ଅନୁସାରେ, ଡିସେମ୍ବର ୨୦୨୫ ସୁଦ୍ଧା ଆଉ ୫୪ ଟି ପ୍ରକଳ୍ପ ସମ୍ପନ୍ନ କରିବା ଲକ୍ଷ୍ୟ ସ୍ଥିର କରାଯାଇଛି । ଏହି ସମସ୍ତ ପ୍ରକଳ୍ପର ନିର୍ମାଣ ସ୍ଥିତି ସମୀକ୍ଷା କରି ମାନ୍ୟବର ମନ୍ତ୍ରୀ ସ୍ଥିରୀକୃତ ସମୟ ମଧ୍ୟରେ କାର୍ଯ୍ୟ ସାରିବାକୁ ନିର୍ଦ୍ଦେଶ ଦେଇଥିଲେ ।
ବର୍ତ୍ତମାନ ରାଜ୍ୟରେ ନିରାପଦ ପାନୀୟ ଜଳ ସୁନିଶ୍ଚିତତା ପାଇଁ ରାଜ୍ୟର ୫,୨୭,୫୭୦ ନଳକୂପ/ସାନିଟାରି ୱେଲ୍, ୨୧,୪୦୧ ପ୍ରୋଡକ୍ସନ ୱେଲ୍ ଓ ୧୫,୧୫୫ଟି ଓଭରହେଡ୍ ଟ୍ୟାଙ୍କର ଲଗାତର ବିଶୁଦ୍ଧିକରଣ କରାଯାଇଛି। ପୂର୍ବବର୍ଷରେ ମଞ୍ଜୁର ହୋଇଥିବା ୨୯,୫୧୨ ନଳକୂପ ମଧ୍ୟରୁ ୨୦,୮୯୧ଟି ପ୍ରାୟ ସମ୍ପନ୍ନ ହୋଇଛି । ଏହି ସମସ୍ତ କାର୍ଯ୍ୟରେ ଉତ୍ତରଦାୟିତ୍ବକୁ ଗୁରୁତ୍ଵ ଦିଆଯାଉଛି । ନିର୍ଦ୍ଧାରିତ ସମୟ ମଧ୍ୟରେ ଯେଉଁ ଏଜେନ୍ସି କାର୍ଯ୍ୟ ସମାପ୍ତ ନ କରୁଛି, ତାହା ଉପରେ ପେନାଲ୍ଟି ଲଗାଯାଉଛି । ସେହିଭଳି ଦାୟିତ୍ଵରେ ରହିଥିବା ଅଧିକାରୀ ଓ କର୍ମଚାରୀମାନଙ୍କର ମଧ୍ୟ ଉତ୍ତରଦାୟିତ୍ବ ସ୍ଥିର କରାଯାଇ ଦରମାକାଟ କରାଯାଉଛି ।
ଏହି ସମୀକ୍ଷା ବୈଠକରେ ବିଭାଗୀୟ ସଚିବ ଶ୍ରୀ ଏସ୍. ଏନ୍ ଗିରୀଶ ବୃହତ ପାନୀୟ ଜଳ ପ୍ରକଳ୍ପଗୁଡ଼ିକର ବିଭିନ୍ନ ତଥ୍ୟ ବିଷୟରେ ମାନ୍ୟବର ମନ୍ତ୍ରୀଙ୍କୁ ସୂଚିତ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ନିର୍ଦ୍ଦେଶକ (ପାନୀୟଜଳ ଓ ପରିମଳ) ଶ୍ରୀ ଭିନିତ ଭରଦ୍ବାଜ, ପାନୀୟଜଳ ସର୍ବୋଚ୍ଚ ଯନ୍ତ୍ରୀ ଶ୍ରୀ ରତ୍ନାକର ଶିଆଳ ଓ ଅନ୍ୟ ବରିଷ୍ଠ ଅଧିକାରୀଗଣ ଉପସ୍ଥିତ ରହି ବୈଠକରେ ସକ୍ରିୟ ଅଂଶଗ୍ରହଣ କରିଥିଲେ ।

  • Related Posts

    ବନ୍ଦ ହେଲା ବିଧାନସଭା: ବର୍ଷିଲା ବିଜେଡି

    ଭୁବନେଶ୍ବର: ରାତି ଆଧରେ ଆକସ୍ମିକ ବନ୍ଦ ହେଲା ବିଧାନସଭା । ଶେଷ କାର୍ୟ୍ୟ ଦିବସ ପୂର୍ବରୁ ଗୃହ କାର୍ୟ୍ୟ ବନ୍ଦ । ବିଧାନସଭାକୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି । ଏଭଳି ହଠାତ୍ ବନ୍ଦ ନେଇ ରାଜ୍ୟ…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ