ପନ୍ତ ଏବେ ଆଇପିଏଲ ଇତିହାସର ସବୁଠାରୁ ମହଙ୍ଗା ଖେଳାଳି

ନୂଆଦିଲ୍ଲୀ: ପନ୍ତ ଏବେ ଆଇପିଏଲ ଇତିହାସର ସବୁଠାରୁ ମହଙ୍ଗା ଖେଳାଳି ବନି ଯାଇଛନ୍ତି। ତାଙ୍କୁ ଲକ୍ଷ୍ନୌ ସୁପର ଜାଏଣ୍ଟସ ରେକର୍ଡ ୨୭ କୋଟି ଟଙ୍କା ବଳରେ କିଣିଛି। ଦିଲ୍ଲୀ କ୍ୟାପିଟାଲ୍ସ ପନ୍ତଙ୍କୁ ମେଗା ଅକ୍ସନ ପୂର୍ବରୁ ରିଲିଜ କରି ଦେଇଥିଲା। ଆଜି କିନ୍ତୁ ଆରଟିଏମ ବଳରେ ଦିଲ୍ଲୀ ପନ୍ତଙ୍କୁ ନେବାକୁ ଚାହିଁଥିଲା। ହେଲେ ଲକ୍ଷ୍ନୌ ଶେଷ ବିଡ୍‌ରେ ପନ୍ତଙ୍କ ଉପରେ ୨୭ କୋଟି ଟଙ୍କାର ବୋଲି ଲଗାଇଥିଲେ।

ଏହି ଟଙ୍କାକୁ ଅତିକ୍ରମ କରିବାକୁ ଦିଲ୍ଲୀ ସାହାସ ଦେଖାଇ ନଥିଲା। ଶେଷରେ ବେଶ ନାଟକୀୟ ଢଙ୍ଗରେ ସମସ୍ତଙ୍କୁ ଚକିତ କରି ଲକ୍ଷ୍ନୌ ରେକର୍ଡ ୨୭ କୋଟିରେ ପନ୍ତଙ୍କୁ ନିଜ ସହ ସାମିଲ କରିଛି।ଏହାପୂର୍ବରୁ ଶ୍ରେୟସ ଆୟରଙ୍କ ପଞ୍ଜାବ ରେକର୍ଡ ୨୬. ୭୫ କୋଟି ଟଙ୍କାରେ କିଣିଥିଲା। ଆୟରଙ୍କ ପୂର୍ବରୁ ଆଇପିଏଲ ଇତିହାସରେ ସବୁଠାରୁ ଦାମୀ ଖେଳାଳି ହେବାର ରେକର୍ଡ ମିଚେଲ ଷ୍ଟାର୍କଙ୍କ ନାଁରେ ରହିଥିଲା। ତାଙ୍କୁ କୋଲକାତା ୨୦୨୪ ଅକ୍ସନ ବେଳେ ୨୪.୭୫ କୋଟି ଟଙ୍କାରେ କିଣିଥିଲା। ହେଲେ ୨୦୨୫ ମେଗା ଅକ୍ସନରେ ଶ୍ରେୟସ ଆୟର ତାଙ୍କୁ ପଛରେ ପକାଇ ଦେଇଥିଲେ। ଏବେ ପନ୍ତ ସାଥୀ ଖେଳାଳି ଆୟରଙ୍କ ମହଙ୍ଗା ରେକର୍ଡକୁ ଭାଙ୍ଗି ଦେଇଛନ୍ତି।

ପନ୍ତଙ୍କୁ ନେବା ପାଇଁ ଲକ୍ଷ୍ନୌ ସୁପର ଜାଏଣ୍ଟସ ଓ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବା ଆରସିବି ମଧ୍ୟରେ ଜୋରଦାର ଟକ୍କର ଦେଖିବାକୁ ମିଳିଥିଲା। ୧୧.୨୫ କୋଟି ଯାଏ ପନ୍ତଙ୍କୁ ନେବା ପାଇଁ ଆରସିବି ଲାଗି ପଡ଼ିଥିଲା। ଏହାପରେ ଲକ୍ଷ୍ନୌ ସହ ହାଇଦ୍ରାବାଦ ବିଡ ୱାରରେ ସାମିଲ ହୋଇଥିଲା। ହାଇଦ୍ରାବାଦ ୧୯ କୋଟି ଯାଏ ହାଇଦ୍ରାବାଦ ପନ୍ତ ନେବାକୁ ଚାହୁଁଥିଲା।

ଲକ୍ଷ୍ନୌ ୧୯.୨୫ କୋଟି ଟଙ୍କା ଡାକିବାରୁ ହାଇଦ୍ରାବାଦ ବିଡ୍‌ରୁ ଓହରି ଯାଇଥିଲା। ତେବେ ପୁଣି ହାଇଦ୍ରାବାଦ ପନ୍ତଙ୍କ ଉପରେ ୨୦ କୋଟି ଟଙ୍କାର ବୋଲି ଲଗାଇଥିଲା। ହାଇଦ୍ରାବାଦ ଯେତିକି ଆଗକୁ ବଢ଼ୁଥିଲା ଲକ୍ଷ୍ନୌ ମଧ୍ୟ ସେତିକି ଆଗକୁ ବଢ଼ିଥିଲା। ୨୦.୫୦ କୋଟି ଟଙ୍କା ପରେ ହାଇଦ୍ରାବାଦ ବିଧିବଦ୍ଧ ଭାବେ ଓହରି ଯାଇଥିଲା।

୨୦.୭୫ କୋଟି ଲକ୍ଷ୍ନୌ ନିଜ ପାଖରେ କିଣିଥିଲା। କିନ୍ତୁ ଦିଲ୍ଲୀ ଆରଟିଏମ କାର୍ଡ ବ୍ୟବହାର କରିଥିଲେ। ନିୟମ ଅନୁସାରେ ଲକ୍ଷ୍ନୌଙ୍କୁ ଫାଇନାଲ ବିଡ କରିବାକୁ କହିଥିଲା। ଲକ୍ଷ୍ନ ସିଧା ପନ୍ତଙ୍କ ମୂଲ୍ୟକୁ ୨୭ କୋଟିରେ ପହଞ୍ଚାଇ ଦେଇଥିଲା। ଦିଲ୍ଲୀ ଏହି ଟଙ୍କା ଦେଖି ତାଙ୍କୁ ଆଉ ନେବାକୁ ସାହାସ କରି ନଥିଲା। ଶେଷରେ ପନ୍ତ ରେକର୍ଡ ୨୭ କୋଟି ଟଙ୍କା ବଳରେ ପନ୍ତଙ୍କୁ କିଣିଛି।

  • Related Posts

    ଏସୀୟ କ୍ରୀଡା ; ହାରିଲା ପାକିସ୍ତାନ; ଟିମ୍ ଇଣ୍ଡିଆ ଜିତିଲା ସ୍ୱର୍ଣ୍ଣ ପଦକ

    ନୂଆଦିଲ୍ଲୀ : ଏସୀୟ କ୍ରୀଡାରେ ଇତିହାସ ରଚିଲା ଭାରତ। କ୍ରିକେଟରେ ସ୍ୱର୍ଣ୍ଣ ପଦକ ଜିତିଲା ଭାରତ। ଫାଇନାଲରେ ପାକିସ୍ତାନକୁ ହରାଇ ସୁନା ଜିତିଲା ଟିମ୍ ଇଣ୍ଡିଆ। ଲଗାତାର ୨ୟ ଥର ପାଇଁ ସ୍ୱର୍ଣ୍ଣ ପଦକ ହାତେଇଲା ଭାରତ। ୧୯ ରନରେ ପାକିସ୍ତାନକୁ…

    Continue reading
    ଲଭଲିନା ରଚିଲେ ଇତିହାସ, ମେରି କମଙ୍କ ପରେ ସ୍ବର୍ଣ୍ଣ ଜିତିଥିବା ଦ୍ବିତୀୟ ଭାରତୀୟ

    ଭାରତୀୟ ବକ୍ସର ଲଭଲିନା ବୋରଗୋହେନ ୨୦୨୬ ଏସୀୟ କ୍ରୀଡ଼ାରେ ଦେଶ ପାଇଁ ସ୍ୱର୍ଣ୍ଣ ପଦକ ଜିତି ଇତିହାସ ରଚିଛନ୍ତି । ମହିଳା ୭୫ କିଲୋଗ୍ରାମ ବର୍ଗର ଫାଇନାଲରେ ଚୀନର ବକ୍ସର ବାଓ ଜିୟିଙ୍କୁ ୫-୦ରେ ପରାସ୍ତ କରିଛନ୍ତି । ପ୍ରଥମ ଦୁଇ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ