ଏମଏଲଏ ଲ୍ୟାଡ୍’ ଓ୍ବେବ ପୋର୍ଟାଲର ଶୁଭାରମ୍ଭ

ଭୁବନେଶ୍ବର୮: ‘ଏମଏଲଏ ଲ୍ୟାଡ୍’ ଓ୍ବେବ ପୋର୍ଟାଲର ଶୁଭ ଉନ୍ମୋଚନ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଲୋକସେବା ଭବନରେ ଏହାର ଶୁଭାରମ୍ଭ କରିଛନ୍ତି । ଏହା ସହିତ ସିଏମଏସଏର ସରଳୀକୃତ ଗାଇଡଲାଇନ ମଧ୍ୟ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ବୁଧବାର କ୍ୟାନେଟ୍ ବୈଠକ ଆରମ୍ଭ ହେବା ପୂର୍ବରୁ ସମସ୍ତଙ୍କ ଉପସ୍ଥିତିରେ ଉନ୍ନୋଚିତ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶରେ ‘ବିଧାୟକ ଆଞ୍ଚଳିକ ଉନ୍ନୟନ ପାଣ୍ଠି ବା ଏମଏଲଏ ଲ୍ୟାଡ୍’ ନିର୍ଦ୍ଦେଶାବଳୀର ସରଳୀକରଣ କରାଯାଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ, ଏହି ପରିବର୍ତ୍ତିତ ନିର୍ଦ୍ଦେଶାବଳୀ ସ୍ୱଚ୍ଛ, ସରଳ ଓ ସମୟ ଉପଯୋଗୀ ହୋଇପାରିଛି । ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି, ଏହି ନୂତନ ନିର୍ଦ୍ଦେଶାବଳୀ ପ୍ରଶାସନିକ ପ୍ରକ୍ରିୟାରେ ସରଳତା ଆଣିବା ସହିତ ଜନସାଧାରଣଙ୍କ ପାଇଁ ଅତି ଆବଶ୍ୟକ ଓ ଛୋଟ ଛୋଟ ମୌଳିକ ଭିତ୍ତିଭୂମି ଗୁଡିକୁ ଶୀଘ୍ର ଓ ସ୍ବଚ୍ଛତାର ସହ ସମ୍ପାଦନ କରିବାରେ ସହାୟକ ହେବ । ଏହି ନୂଆ ଗାଇଡଲାଇନରେ ବିଭିନ୍ନ କ୍ଷେତ୍ରକୁ ଧ୍ୟାନ ଦିଆଯିବା ସହ ଅତ୍ୟାବଶ୍ୟକ ପ୍ରକଳ୍ପଗୁଡିକୁ ଗ୍ରହଣ କରିବାର ବ୍ୟବସ୍ଥା ରହିଛି । ଅନାବଶ୍ୟକ ପ୍ରକଳ୍ପଗୁଡିକୁ ଏଥିରୁ ବାଦ୍‍ ଦିଆଯିବାର ବ୍ୟବସ୍ଥା କରାଯାଇଛି । ଏହା ସହିତ ପ୍ରକଳ୍ପର ସୁପାରିଶଠାରୁ ଅନୁମୋଦନ ପ୍ରକ୍ରିୟା ସମାପ୍ତ ହେବା ପର୍ୟ୍ୟନ୍ତ ସମୟ ଅବଧି ୩୦ଦିନ ରଖାଯାଇଛି । ସେହିପରି ସିଏମଏସଏ ଗାଇଡଲାଇନର ମଧ୍ୟ ସରଳୀକରଣ କରାଯାଇଛି । ଏହାଦ୍ୱାରା ପ୍ରକଳ୍ପ ଗୁଡ଼ିକ ତ୍ୱରାନ୍ୱିତ ଭାବେ କାର୍ୟ୍ୟକାରୀ କରାଯାଇପାରିବ ବୋଲି ସେ କହିଥିଲେ। ଏହି ନୂତନ ‘ଏମଏଲଏ ଲ୍ୟାଡ୍ ୱେବ ପୋର୍ଟାଲ’ରେ ବିଧାୟକ ମାନଙ୍କ ଦ୍ବାରା ପ୍ରକଳ୍ପ ସୁପାରିଶ, ପ୍ରକଳ୍ପ ଆବଶ୍ୟକତାର ତର୍ଜମା, ଯୋଜନା ଓ ବ୍ୟୟ ଅଟକଳ ପ୍ରସ୍ତୁତି, ପ୍ରକଳ୍ପର ଅନୁମୋଦନ, କାର୍ୟ୍ୟାଦେଶ, ତଦାରଖ, ନିରୀକ୍ଷଣ, ବ୍ୟୟ ଓ କାର୍ୟ୍ୟ ସମ୍ପାଦନ ଆଦି ନିର୍ଦ୍ଧାରିତ ସମୟରେ ସମ୍ପାଦନ କରାଯାଇପାରିବ। ଏହି ପୋର୍ଟାଲ ମାଧ୍ୟମରେ ବିଧାୟକମାନେ ସେମାନଙ୍କର ନିର୍ବାଚନ ମଣ୍ଡଳୀରେ ସୁପାରିଶ କରିଥିବା ସମସ୍ତ ପ୍ରକଳ୍ପର ବାସ୍ତବ ସ୍ଥିତି ବିଷୟରେ ଅବଗତ ହୋଇପାରିବେ ଓ ଜନସାଧାରଣଙ୍କ ପାଇଁ ଯୋଜନା ସମ୍ୱନ୍ଧୀୟ ସବିଶେଷ ତଥ୍ୟ ଏହି ପୋର୍ଟାଲରେ ଉପଲବ୍ଧ ହେବ । ଏହା ସହିତ ବିଧାନସଭା ଅଞ୍ଚଳର ଜନସାଧାରଣ ମଧ୍ୟ ସେମାନଙ୍କ ବିଧାୟକଙ୍କ ଦ୍ଵାରା ସୁପାରିଶ କରାଯାଇଥିବା ପ୍ରକଳ୍ପଗୁଡିକର ତଥ୍ୟ ଏହି ପୋର୍ଟାଲ ଜରିଆରେ ଅବଗତ ହୋଇପାରିବେ।ସୂଚନା ଯୋଗ୍ୟ ଯେ, ‘ବିଧାୟକ ଆଞ୍ଚଳିକ ଉନ୍ନୟନ ପାଣ୍ଠି’ ଯୋଜନା ୧୯୯୭-୯୮ରୁ ଆରମ୍ଭ ହୋଇ ଜନସାଧାରଣଙ୍କ ଛୋଟ ଛୋଟ କିନ୍ତୁ ନିତ୍ୟାନ୍ତ ଆବଶ୍ୟକୀୟ ଭିତ୍ତିଭୂମି ଗଠନ କରିବାରେ ଏକ ମଜବୁତ୍ ମାଧ୍ୟମ ହୋଇପାରିଛି । ପର୍ୟ୍ୟାୟକ୍ରମେ, ପ୍ରତ୍ୟେକ ବିଧାନସଭା କ୍ଷେତ୍ର ପାଇଁ ଏହି ଅନୁଦାନ ୫ଲକ୍ଷରୁ ୩ କୋଟି ଟଙ୍କାକୁ ବୃଦ୍ଧି ପାଇ, ୨୦୨୫-୨୬ ଆର୍ଥିକ ବର୍ଷରେ ଏହା ପ୍ରତ୍ୟେକ ବିଧାନସଭା କ୍ଷେତ୍ର ପାଇଁ ୫ କୋଟି ଟଙ୍କା ହିସାବରେ ବ୍ୟୟ ବରାଦ କରାଯାଇଅଛି। ଏହି ନୂତନ ଗାଇଡଲାଇନ ମୁଖ୍ୟ ଶାସନ ସଚିବ ଓ ଉନ୍ନୟନ କମିଶନରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପ୍ରସ୍ତୁତ କରାଯାଇଛି । ଏଥିପାଇଁ ବିଧାନସଭା କମିଟି ସଦସ୍ୟ ଓ ମାନ୍ୟବର ବିଧାୟକମାନଙ୍କ ପରାମର୍ଶ ନିଆଯାଇଛି, ପଡୋଶୀ ରାଜ୍ୟ ଗୁଡିକର ‘ବିଧାୟକ ଆଞ୍ଚଳିକ ଉନ୍ନୟନ ପାଣ୍ଠି ନିର୍ଦ୍ଦେଶାବଳୀ’ର ଅଧ୍ୟୟନ କରାଯାଇଛି ଏବଂ କ୍ଷେତ୍ର ସ୍ତରରେ ଉପୁଜୁଥ‌ିବା ସମସ୍ୟାଗୁଡିକର ମଧ୍ୟ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଛି । ଏହି ପ୍ରକ୍ରିୟାରେ ସଂଶ୍ଲିଷ୍ଟ ସମସ୍ତ ମନ୍ତ୍ରୀ, ବିଧାୟକ ଏବଂ ଅଧିକାରୀମାନଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଥିଲେ । ଏହି କାର୍ୟ୍ୟକ୍ରମରେ ଉନ୍ନୟନ କମିଶନର ଅନୁ ଗର୍ଗ ଏହି ନୂତନ ସରଳୀକୃତ ଗାଇଡ୍‌ଲାଇନ ଓ ୱେବ୍ ପୋର୍ଟାଲ ସମ୍ପର୍କରେ ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିଲେ।

  • Related Posts

    ୧୪ ବିଶ୍ୱବିଦ୍ୟାଳୟରେ ନୂଆ କୁଳପତି

    ଭୁବନେଶ୍ୱର: ପ୍ରାୟ ୬ମାସ ପରେ ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟରେ ସ୍ଥାୟୀ କୁଳପତି ନିଯୁକ୍ତି ପ୍ରଦାନ କରାଯାଇଛି। ରାଜ୍ୟପାଳ ତଥା କୁଳାଧିପତି ଡଃ ହରିବାବୁ କମ୍ଭମପାଟି ଆଜି ଏକସଙ୍ଗେ ରାଜ୍ୟର ୧୪ଟି ବିଶ୍ୱବିଦ୍ୟାଳୟର କୁଳପତିଙ୍କ ନାମ ଘୋଷଣା କରିଛନ୍ତି। ଲୋକଭବନ ପକ୍ଷରୁ ଜାରି…

    Continue reading
    ୨୧ରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

    ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୧ ତାରିଖରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ । ରାଷ୍ଟ୍ରପତି ଝାରସୁଗୁଡ଼ା ଓ ରାଇରଙ୍ଗପୁରରେ ଦୁଇଟି କାର୍ଯ୍ୟକ୍ରମରେ ଯୋଗ ଦେବେ ବୋଲି ଜଣାପଡ଼ିଛି । ଓଡ଼ିଶା ପୁଲିସର ପ୍ରସ୍ତାବିତ ରାଇରଙ୍ଗପୁର ପୁଲିସ ଜିଲ୍ଲାକୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ