ପ୍ରକାଶ ପାଇଲା ମାଟ୍ରିକ ସପ୍ଲିମେଣ୍ଟାରୀ ରେଜଲ୍ଟ: ପାସ ହାର ୫୬.୨୩ ପ୍ରତିଶତ

ଭୁବନେଶ୍ୱର: ଶନିବାର ମାଟ୍ରିକ ସପ୍ଲିମେଣ୍ଟାରୀ ରେଜଲ୍ଟ ପ୍ରକାଶ ପାଇଛି । ଏଥିରେ ପାସ ହାର ୫୬.୨୩ ପ୍ରତିଶତ ରହିଛି । ମୋଟ ୩୪୫୭ଜଣ ଫର୍ମ ଫିଲଅପ କରିଥିବାବେଳେ ୧୯୪୪ ଜଣ ପାସ କରିଛନ୍ତି । ଏନେଇ ସୂଚନା ଦେଇଛନ୍ତି ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ । ଏ-୨ ଗ୍ରେଡ୍‌ରେ ୩, ବି-୧ ଗ୍ରେଡ୍‌ରେ ୧୪, ବି-୨ ଗ୍ରେଡ୍‌ରେ ୩୯, ସି ଗ୍ରେଡ୍‌ରେ ୧୧୩, ଡି ଗ୍ରେଡ୍‌ରେ ୨୭୬, ଇ ଗ୍ରେଡ୍‌ରେ ୫୨୩ ଛାତ୍ରଛାତ୍ରୀ କୃତକାର୍ୟ୍ୟ ହୋଇଛନ୍ତି । ଅପରାହ୍ନ ୨ଟା ପରେ ଓ୍ବେବସାଇଟ୍‌ରେ ରେଜଲ୍ଟ ଦେଖିପାରିବେ ପରୀକ୍ଷାର୍ଥୀ । ସେହିପରି ମୋବାଇଲରେ ମେସେଜ ଜରିଆରେ ୦୧୦୨୧୦ ଲେଖି ନିଜ ରୋଲ୍ ନମ୍ବର ଲେଖି ୫୬୭୬୭୩୦କୁ ପଠାଇ ପରୀକ୍ଷାର୍ଥୀ ମାନେ ନିଜ ରେଜଲ୍ଟ ଜାଣିପାରିବେ । ଏହା ବ୍ୟତୀତ www.bseodisha.ac.inରେ ଛାତ୍ରଛାତ୍ରୀ ରେଜଲ୍ଟ ଜାଣିପାରିବେ । ସପ୍ଲିମେଣ୍ଟାରୀ ଓ ଓପନ ସ୍କୁଲ ପରୀକ୍ଷାର୍ଥୀ ମାନେ ଚଳିତ ବର୍ଷ ସାମ୍ସ ଓ୍ବେବସାଇଟରେ ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ କରିପାରିବେ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ସଭାପତି ଶ୍ରୀକାନ୍ତ ତରାଇ କହିଛନ୍ତି । ସେହିପରି ଷ୍ଟେଟ ଓପନଡ ହାଇସ୍କୁଲ ସାର୍ଟିଫିକେଟରେ ୯୭୩ଜଣ ପିଲା ପାସ କରିଥିବାବେଳେ ପାସ ହାର ୫୫.୨୬ ପ୍ରତିଶତ ରହିଛି ।

ଚଳିତ ବର୍ଷ ମୋଟ ୫ ଲକ୍ଷ ୨ ହଜାର ୪୧୭ ଛାତ୍ରଛାତ୍ରୀ ମାଟ୍ରିକ୍ ପରୀକ୍ଷା ଦେଇଥିଲେ । ସେମାନଙ୍କ ମଧ୍ୟରୁ ୪ ଲକ୍ଷ ୮୪ ହଜାର ୮୬୩ ଛାତ୍ରଛାତ୍ରୀ ପାସ୍ କରିଥିଲେ । ୧୭ ହଜାର ୩୮୪ ଛାତ୍ରଛାତ୍ରୀ ଫେଲ୍ ହୋଇଥିଲେ। ସେମାନଙ୍କ ମଧ୍ୟରୁ ହାଇସ୍କୁଲ ସପ୍ଲିମେଣ୍ଟାରୀ ପରୀକ୍ଷା ୯୮ ଟି ପରୀକ୍ଷା କେନ୍ଦ୍ରରେ ୩୨୩୨ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି । ରାଜ୍ୟ ମୁକ୍ତ ବିଦ୍ୟାଳୟ ବା ଓପନ ସ୍କୁଲ ପରୀକ୍ଷା ୧୦୩ ଟି କେନ୍ଦ୍ରରେ ୧୦ ହଜାର ୮୦୯ ଜଣ ପରୀକ୍ଷାର୍ଥୀ ଦେଇଛନ୍ତି। ଜୁଲାଇ ୧ରୁ ୧୦ ତାରିଖ ପର୍ୟ୍ୟନ୍ତ ସପ୍ଲିମେଣ୍ଟାରୀ ପରୀକ୍ଷା ଅନୁଷ୍ଠିତ ହୋଇଥିଲା।

  • Related Posts

    ଭିଜିଲାନ୍ସ ହାତରେ ଧରା ପଡ଼ିଲେ ରାଜସ୍ୱ ନିରୀକ୍ଷକ

    ଭୁବନଶ୍ୱେର : ଜମି ପଟ୍ଟା କରିବା ପାଇଁ କ୍ଷେତ୍ର ପରିଦର୍ଶନ ରିପୋର୍ଟ ଦେବାକୁ ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଲେ ବାଲେଶ୍ୱର ଖଇରା ତହସିଲର ତୁଡ଼ିଗାଡ଼ିଆ ରାଜସ୍ୱ ନିରୀକ୍ଷକ (ଆରଆଇ) ଶରତ କୁମାର ସେଠୀ।…

    Continue reading
    ଡିଜିପି ଚୟନ ବିବାଦ; ଆଜି ସୁପ୍ରିମକୋର୍ଟରେ ହେବନି ଶୁଣାଣି

    ଓଡ଼ିଶା ଡିଜିପି ଚୟନ ବିବାଦ ନେଇ ସୁପ୍ରିକୋର୍ଟରେ ଶୁଣାଣି ପ୍ରସଙ୍ଗ। ଆଜି ହେବନାହିଁ ସୁପ୍ରିମକୋର୍ଟରେ ଶୁଣାଣି। ଆଜି ସୁପ୍ରିମକୋର୍ଟରେ ଶୁଣାଣି ଲାଗି ମାମଲା ତାଲିକାଭୁକ୍ତ କରାଯାଇନାହିଁ । ଡିଜିପି ଚୟନ ବିବାଦ ନେଇ ସୁପ୍ରିମକୋର୍ଟରେ ହୋଇଛି ଜନସ୍ବାର୍ଥ ମାମଲା। ପୋଲିସ୍ ଡିଜି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ