ରାଜ ଭବନରେ ଆଟ୍-ହୋମ୍ ଅନୁଷ୍ଠିତ

ଭୁବନେଶ୍ୱର: ୭୯ତମ ସ୍ୱାଧୀନତା ଦିବସ ଅବସରରେ ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍ପାଟିଙ୍କ ସୌଜନ୍ୟରେ ରାଜଭବନର ନୁ୍ୟ ଅଭିଷେକ ହଲ୍ ଠାରେ ଆଟ୍-ହୋମ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟପାଳଙ୍କ ଆମନ୍ତ୍ରଣ କ୍ରମେ ସମାଜର ବିଭିନ୍ନ ବର୍ଗର ବିଶିଷ୍ଟ ବ୍ୟକ୍ତିବିଶେଷ ଉକ୍ତ କାର୍ଯ୍ୟକ୍ରମରେ ଯୋଗଦାନ କରିଥିଲେ । ମାନ୍ୟବର ରାଜ୍ୟପାଳଙ୍କ ସହଧର୍ମିଣୀ ତଥା ରାଜ୍ୟର ପ୍ରଥମ ମହିଳା ଶ୍ରୀମତୀ ଜୟଶ୍ରୀ କମ୍ଭମ୍ପାଟି, ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ସହଧର୍ମିଣୀ ଡ. ପ୍ରିୟଙ୍କା ମାର୍ଣ୍ଡି, ଓଡ଼ିଶା ବିଧାନସଭାର ମାନ୍ୟବର ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ଉକ୍ତ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ । ଏତଦ୍ବ୍ୟତୀତ ଓଡ଼ିଶାର ମାନ୍ୟବର ଆଇନ୍, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ମାନ୍ୟବର ବିଧାୟକ, ସ୍ୱାଧୀନତା ସଂଗ୍ରାମୀ, ପଦ୍ମ ପୁରସ୍କାର ବିଜେତା, ରାଜନୈତିକ ଦଳର କର୍ମକର୍ତ୍ତା / ବ୍ୟକ୍ତି ବିଶେଷ, ରାଜ୍ୟ ପ୍ରଶାସନର ବରିଷ୍ଠ ଅଧିକାରୀ, ବିଭିନ୍ନ ବୈଧାନିକ ସଂସ୍ଥାର ମୂଖ୍ୟ ଏବଂ କର୍ମକର୍ତ୍ତା, ଅବସର ପ୍ରାପ୍ତ ବରିଷ୍ଠ ଅଧିକାରୀ, ପ୍ରତିରକ୍ଷା ବିଭାଗର ପଦାଧିକାରୀ ଏବଂ ଅବସର ପ୍ରାପ୍ତ ବରିଷ୍ଠ ପଦାଧିକାରୀ, ଶିକ୍ଷାବିତ, ବୁଦ୍ଧିଜୀବୀ, ସମାଜସେବୀ, ଗଣମାଧ୍ୟମର ପ୍ରତିନିଧି, କ୍ରୀଡ଼ାବିତ୍, ସାରସ୍ୱତ ସ୍ରଷ୍ଟା, କଳାକାର ଓ ଶିଳ୍ପୀ, କର୍କଟ ରୋଗରୁ ମୁକ୍ତ ବ୍ୟକ୍ତି, ପିଭିଟିଜି ବର୍ଗର ବ୍ୟକ୍ତି ବିଶେଷ, ସରକାରଙ୍କ ବିଭିନ୍ନ ଯୋଜନାର ହିତାଧିକାରୀ ପ୍ରମୁଖ ଆଟ୍-ହୋମ୍ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ । ଏହି ଅବସରରେ ରାଜ୍ୟପାଳ ଡ. କମ୍ଭମ୍ପାଟି ସମସ୍ତଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଥିଲେ । ରାଜ୍ୟପାଳ ବିଭିନ୍ନ ବର୍ଗର ଅତିଥିମାନଙ୍କ ସହ ମିଶିବା ସହିତ ଭାବବିନିମୟ କରିଥିଲେ । ଏହି ଅବସରରେ ରାଜ୍ୟପାଳ ଏକ ବାର୍ତ୍ତାରେ ବିକଶିତ ଓଡ଼ିଶା ଓ ବିକଶିତ ଭାରତ ଗଠନ ପାଇଁ ସମସ୍ତେ ମିଳିମିଶି ନିଷ୍ଠାପର ଭାବେ କାର୍ଯ୍ୟକରିବାକୁ ଆହ୍ୱାନ ଜଣାଇଛନ୍ତି ।

  • Related Posts

    ଜେନ୍‌-ଜିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ; ବାହ୍ୟଶକ୍ତିରୁ ଦୂରେଇ ରୁହ

    ଭୁବନେଶ୍ୱର: ରାଜ୍ୟବ୍ୟାପୀ ଆୟୋଜିତ ହେଉଛି ଘରେ ଘରେ ତ୍ରିରଙ୍ଗା ଅଭିଯାନ। ଆଜି ଠାରୁ ଅଗଷ୍ଟ ୧୭ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେଉଛି ତ୍ରିରଙ୍ଗା ଅଭିଯାନ। ରାଜଧାନୀ ଭୁବନେଶ୍ୱର ଠାରୁ ଆରମ୍ଭ କରି ବ୍ଲକ ଓ ପଞ୍ଚାୟତ ସ୍ତର ଯାଏଁ “ଘରେ ଘରେ…

    Continue reading
    ଚିନି ଦର ଗ୍ରାହକଙ୍କ ଚିନ୍ତା ବଢ଼ାଇଲାଣି

    ଭୁବନେଶ୍ବର : ପାର୍ବଣ ପୂର୍ବରୁ ଚିନି ଦର ଗ୍ରାହକଙ୍କ ଚିନ୍ତା ବଢ଼ାଇଲାଣି। ଗତ ମାସକ ମଧ୍ୟରେ ଚିନି ଦର କ୍ବିଣ୍ଟାଲ ପିଛା ପ୍ରାୟ ୫୦୦ରୁ ୭୦୦ ଟଙ୍କା ପର୍ଯ୍ୟନ୍ତ ବଢ଼ିଗଲାଣି । ଦିଲ୍ଲୀରେ କିଲୋଗ୍ରାମ ପିଛା ଚିନି ଦର ୪୯ ଟଙ୍କାରେ,…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ