ସେପ୍ଟେମ୍ବର ୨୮ରୁ କଟକରେ ଶାରଦୀୟ ଦୁର୍ଗା ପୂଜା

କଟକ : ସେପ୍ଟେମ୍ବର ୨୮ରୁ କଟକରେ ଆରମ୍ଭ ହେବ ଶାରଦୀୟ ଦୁର୍ଗା ପୂଜା। ଅକ୍ଟୋବର ୩ରେ ଅନୁଷ୍ଠିତ ହେବ ମାଙ୍କ ଭସାଣୀ ଉତ୍ସବ।କଟକ ମହାନଗର ପୂର୍ବାଞ୍ଚଳ ଶାନ୍ତି କମିଟି ବୈଠକରେ ଏହି ନିଷ୍ପତ୍ତି ହୋଇଛି । ଦୁର୍ଗାପୂଜା ନେଇ ରବିବାର ଦିନ କଟକ ମହାନଗର ପୂର୍ବାଞ୍ଚଳ ଶାନ୍ତି କମିଟିର ବୈଠକ ବସିଥିଲା । ଯେଉଁଥିରେ ବିଭିନ୍ନ ଦୁର୍ଗା ପୂଜା କମିଟିର ସଦସ୍ୟମାନେ ଉପସ୍ଥିତ ରହିଥିଲେ । ରାସ୍ତା ଘାଟ ମରାମତି, ବିଦ୍ୟୁତ ସେବା, ପାନୀୟ ଜଳ ଯୋଗାଣକୁ ସହ ବିଭିନ୍ନ ପ୍ରସଙ୍ଗ ନେଇ ଆଲୋଚନା ହୋଇଛି । ତେବେ ବୈଠକରେ ସର୍ବସମ୍ମତି କ୍ରମେ ସେପ୍ଟେମ୍ବର ୨୮ ତାରିଖରେ କଟକର ପ୍ରସିଦ୍ଧ ଦୁର୍ଗା ପୂଜା ହେବାକୁ ଦିନ ଧାର୍ୟ୍ୟ କରାଯାଇଛି । ଏହାପରେ ଅକ୍ଟୋବର ୩ରେ ମାଆଙ୍କ ଭସାଣୀ ଉତ୍ସବ ଅନୁଷ୍ଠିତ କରାଯିବ । ସେହିପରି ଦୁର୍ଗା ପୂଜା ଯାତ୍ରା ସମୟରେ ଟ୍ରାଫିକ ବ୍ୟବସ୍ଥା କିପରି ସୁଦୃଢ କରାଯିବ । କିପରି ଏହି ଯାତ୍ରା ସମୟରେ ଲୋକଙ୍କ ଜୀବନଯାପନ ସହଜ ହେବ । ଏନେଇ ଶାନ୍ତି କମିଟି ବିଭିନ୍ନ ରାଜନୈତିକ ଦଳ, ପୋଲିସ ପ୍ରଶାସନ, ମେୟରଙ୍କ ସହିତ ଆଲୋଚନା କରିଛନ୍ତି ।

  • Related Posts

    ବେଳାଭୂମିରେ ମଦ ବିକିପାରିବ ଓଟିଡିସି

    ଭୁବନେଶ୍ଵର: ଅବକାରୀ ବିଭାଗର ନୂଆ ଗାଇଡଲାଇନ୍। ଟେଟ୍ରା ପ୍ୟାକରେ ମିଳିବ ମଦ। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ଏଥିରେ ୬ଟି ସୁରକ୍ଷା ଲେୟର ରହିବ। ସେପଟେ ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ…

    Continue reading
    ୮ ନକଲି ସିଆଇଡିକୁ ବାନ୍ଧିଲା ଅସଲି ପୁଲିସ

    ଭୁବନେଶ୍ୱର : ନକଲି ସିଆଇଡିଙ୍କୁ ବାନ୍ଧିଲା ଅସଲି ପୁଲିସ। ଚନ୍ଦ୍ରଶେଖର ପୁଲିସ ଏହି ନକଲି ସିଆଇଡି ଅଧିକାରୀଙ୍କୁ ଗିରଫ କରିଛି। ସିଆଇଡି ପରିଚୟ ଦେଇ ଏମାନେ ବିଭିନ୍ନ ଶିକ୍ଷାନୁଷ୍ଠାନ ଓ ବ୍ୟବସାୟୀଙ୍କୁ ଲୁଟୁଥିଲେ। ଚନ୍ଦ୍ରଶେଖରପୁରର ଏକ ଘରୋଇ ଶିକ୍ଷାନୁଷ୍ଠାନ ବାହାରେ ଗିରଫ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ