ମୁଁ ସୁସ୍ଥ ଅଛି -ନବୀନ ପଟ୍ଟନାୟକ

ଭୁବନେଶ୍ବର,18।08: ମେଡିକାଲ ଶଯ୍ୟାରୁ ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏକ ଭିଡିଓ ବାର୍ତ୍ତା ଜାରି କରି ରାଜ୍ୟବାସୀଙ୍କୁ ଏହି ସୂଚନା ଦେଇଛନ୍ତି। ସେ ସୁସ୍ଥ ଥିବା ବାର୍ତ୍ତା ଗଣମାଧ୍ୟମରେ ପ୍ରକାଶ ପାଇଲା ପରେ ତାଙ୍କର ସମର୍ଥକ ଓ ପ୍ରଶଂସକଙ୍କ ଆଶ୍ବସ୍ତ ହୋଇଛନ୍ତି। ନବୀନ ପଟ୍ଟନାୟକ ଆସନ୍ତାକାଲି (ସୋମବାର) ଡାକ୍ତରଖାନାରୁ ଡିସଚାର୍ଜ ହୋଇପାରନ୍ତି। ସୂଚନାଯୋଗ୍ୟ, ନବୀନ ପଟ୍ଟନାୟକ ପୁଣି ଥରେ ଅସୁସ୍ଥ ହୋଇଥିଲେ। ତାଙ୍କୁ ଭୁବନେଶ୍ବରର ସମ୍‌ ଅଲ୍ଟିମେଟ୍‌ ମେଡିକେୟାରରେ ଆଜି ସନ୍ଧ୍ୟା ୫ଟା ୧୫ରେ ଭର୍ତ୍ତି କରାଯାଇଥିଲା। ନବୀନ ପଟ୍ଟନାୟକଙ୍କର ଚିକିତ୍ସା ଡାକ୍ତର ଆଲୋକ ପାଣିଗ୍ରାହୀ କରୁଛନ୍ତି। ତାଙ୍କୁ ଡିହାଇଡ୍ରେସନ ହୋଇଥିବା ସୂଚନା ମିଳିଛି। ବର୍ତ୍ତମାନ ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ସ୍ଥିର ଅଛି ବୋଲି ମେଡିକାଲ କର୍ତ୍ତୃପକ୍ଷଙ୍କ ତରଫରୁ ଗଣମାଧ୍ୟମକୁ ସୂଚନା ଦିଆଯାଇଛି। ନବୀନ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ ପାଇଁ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି।

  • Related Posts

    ହସ୍ତତନ୍ତ ପିନ୍ଧି ଓଡ଼ିଶା ବାସୀ ପାଳିଲେ “ଆମ ପୋଷାକ ଆମ ପରିଚୟ” ଦିବସ

    ୨ ଏପ୍ରିଲ, ୨୦୨୬, ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଏପ୍ରିଲ ୧ରୁ ୧୪ ତାରିଖ ପର୍ଯ୍ୟନ୍ତ ପାଳନ ହେଉଛି ଓଡ଼ିଆ ପକ୍ଷ। ଆଜି ଓଡ଼ିଆ ପକ୍ଷ ପାଳନର ଦ୍ଵିତୀୟ ଦିବସରେ ଓଡ଼ିଶା ବାସୀ ପାରମ୍ପରିକ ପୋଷାକ…

    Continue reading
    ରାଜ୍ୟରେ ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର

    ଭୁବନେଶ୍ଵର : ରାଜ୍ୟରେ ଜନଗଣନାକୁ ନେଇ ଆସିଲା ବଡ଼ ଅପଡେଟ୍। ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର ଲୋକ। ସ୍ଵଜନଗଣନା ପ୍ରକ୍ରିୟାରେ ଅଧିକରୁ ଅଧିକ ସାମିଲ ହେବା ପାଇଁ ସାଧାରଣ ଲୋକଙ୍କୁ ଅପିଲ୍ କଲେ ମୁଖ୍ୟ ଶାସନ ସଚିବ ଏବଂ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ