ସମ୍ବଲପୁରରେ ହେବ କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର, ୧୮/୦୮: ଆଜି ଲୋକସେବା ଭବନରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ କେନ୍ଦ୍ରୀୟ କୃଷି ବିଶ୍ୱ ବିଦ୍ୟାଳୟ ପ୍ରସ୍ତାବ ସମ୍ବନ୍ଧୀୟ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । କେନ୍ଦ୍ର କୃଷି ବିଶ୍ୱ ବିଦ୍ୟାଳୟ ଅଧିନିୟମ, ୧୯୯୨ ଅନୁଯାୟୀ ସମ୍ବଲପୁରରେ କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟ ଖୋଲିବା ପାଇଁ ପ୍ରସ୍ତାବ ଉପରେ ବୈଠକରେ ଆଲୋଚନା କରାଯାଇଛି । କୃଷି ଓ ଆନୁଷଙ୍ଗିକ ବିଜ୍ଞାନରେ ବିଶ୍ୱସ୍ତରୀୟ ପ୍ରତିଯୋଗିତା ପାଇଁ ସ୍ନାତକ ଓ ସ୍ନାତକୋତ୍ତର ସୃଷ୍ଟି କରିବା ଏବଂ ଏହି କ୍ଷେତ୍ରରେ ଉତ୍ପାଦ ବୃଦ୍ଧି ଓ ଲାଭଦାୟକ କୃଷି ପ୍ରଣାଳୀ ବିକଶିତ କରିବାରେ ସହାୟକ ହେବ ।
ଏହି ପ୍ରସ୍ତାବିତ କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟ ଓଡ଼ିଶା ପାଇଁ ଏକ ପରିବର୍ତ୍ତନକାରୀ ହେବ – କୃଷି ଗବେଷଣାକୁ ଆଗକୁ ବଢାଇବ, ଚାଷୀମାନଙ୍କୁ ସଶକ୍ତ କରିବ ଏବଂ ସ୍ଥାୟୀ କୃଷି ପଦ୍ଧତିରେ ନବସୃଜନକୁ ପ୍ରୋତ୍ସାହିତ କରିବ ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ କହିଛନ୍ତି। କୃଷି ଓ ଆନୁଷଙ୍ଗିକ ବୃତ୍ତିକୁ ଲାଭଜନକ ଉଦ୍ୟୋଗରେ ପରିଣତ କରି ଲୋକଙ୍କ ପାଇଁ ଖାଦ୍ୟ ଓ ପୁଷ୍ଟିକର ସୁରକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟରେ ଏହି ନିଷ୍ପତ୍ତି ଲାଭଦାୟକ ସାବ୍ୟସ୍ତ ହେବ । ବୈଠକରେ କୃଷି ଓ କୃଷକ ସଶକ୍ତିକରଣ ପ୍ରମୁଖ ଶାସନ ସଚିବ ଡ଼ ଅରବିନ୍ଦ କୁମାର ପାଢ଼ୀ, ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସଂଜୀବ କୁମାର ମିଶ୍ର, ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ପ୍ରମୁଖ ଶାସନ ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଠ, ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ କୁଳପତି ଡ଼ ପ୍ରଭାତ କୁମାର ରାଉଳ ପ୍ରମୁଖ ଉପସ୍ଥିତ ରହି କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟ ପ୍ରସ୍ତାବ ଉପରେ ବହୁ ଗୁରୁତ୍ୱପୂର୍ଣ୍ଣ ମତାମତ ଉପସ୍ଥାପନ କରିଥିଲେ ।

  • Related Posts

    ଉଜ୍ଜୟିନୀରେ ‘ମହାକାଳ : ଦ ମାଷ୍ଟର ଅଫ୍ ଟାଇମ୍’ ଆନ୍ତର୍ଜାତୀୟ ସମ୍ମିଳନୀ ଶୁଭାରମ୍ଭରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

    ପୁରୀ, ଉଜ୍ଜୟିନୀ ଏବଂ କାଶୀ ଭାରତୀୟ ଜ୍ଞାନ ପରମ୍ପରାର ପ୍ରମୁଖ କେନ୍ଦ୍ର – ଧର୍ମେନ୍ଦ୍ର ପ୍ରଧାନମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡା. ମୋହନ ଯାଦବ ଏବଂ ଆରଏସଏସର ଅଖିଳ ଭାରତୀୟ କାର୍ଯ୍ୟକାରିଣୀ ସଦସ୍ୟ ସୁରେଶ ସୋନୀ ଉପସ୍ଥିତ • ଜାତୀୟ ଶିକ୍ଷା ନୀତି ଆମକୁ…

    Continue reading
    ବେଳାଭୂମିରେ ମଦ ବିକିପାରିବ ଓଟିଡିସି

    ଭୁବନେଶ୍ଵର: ଅବକାରୀ ବିଭାଗର ନୂଆ ଗାଇଡଲାଇନ୍। ଟେଟ୍ରା ପ୍ୟାକରେ ମିଳିବ ମଦ। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ଏଥିରେ ୬ଟି ସୁରକ୍ଷା ଲେୟର ରହିବ। ସେପଟେ ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ