ଗାଡି ଚେକିଂ ବେଳେ ମାଡ଼ିଗଲା ଗ୍ୟାସ କଣ୍ଟେନର, ବାଇକ୍ ଆରୋହୀ ମୃତ

ଗାଡ଼ି ଚେକିଂ ବେଳେ ଗ୍ୟାସ କଣ୍ଟେନର ମାଡ଼ି ଯିବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଅଛନ୍ତି। ଯାଜପୁରର ପାଣିକୋଇଲି ଥାନା ଅଞ୍ଚଳରେ ଘଟିଛି ଏହି ଦୁର୍ଘଟଣା।
ପାଣିକୋଇଲି ଥାନା ସଠିପୁର ବ୍ରଜନଗର ଛକ ନିକଟରେ ୧୬ନଂ ଜାତୀୟ ରାଜପଥରେ ଆଜି ପୁଲିସ ପକ୍ଷରୁ ଗାଡ଼ି ଚେକିଂ କରାଯାଉଥିଲା। ଏହି ସମୟରେ ବାଲେଶ୍ୱରରୁ କଟକ ଅଭିମୁଖେ ଯାଉଥିବା ଏକ ଗ୍ୟାସ କଣ୍ଟେନର ଦ୍ରୁତଗତିରେ ଆସି ପୁଲିସ ଗାଡ଼ିକୁ ଧକ୍କାଦେବା ସହିତ ଜଣେ ବାଇକ ଆରୋହୀ ଉପରେ ମାଡ଼ିଯାଇଥିଲା। ଘଟଣାସ୍ଥଳରେ ବାଇକ ଆରୋହୀରଙ୍କର ମୃତ୍ୟୁ ଘଟିଥିଲା। ତାଙ୍କ ନାଁ ରଞ୍ଜନ କୁମାର ଜେନା। ତାଙ୍କ ଘର ସ୍ଥାନୀୟ ମାଧପୁର ଅଞ୍ଚଳରେ। ସେହିପରି ଗ୍ୟାସ କଣ୍ଟେନରଟି ପୁଲିସ୍ ଗାଡ଼ିକୁ ଧକ୍କା ଦେବାରୁ ଜଣେ ପୁଲିସ କର୍ମଚାରୀ ଗୁରୁତର ଆହତ ହୋଇଛନ୍ତି। ତାଙ୍କ ନାଁ ସୁଲୋଚନ ବେହେରା। ଘଟଣାସ୍ଥଳରେ ପୁଲିସ ପହଞ୍ଚି ସ୍ଥିତି ନିୟନ୍ତ୍ରଣ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।

Related Posts

ଶିକ୍ଷା ବିଭା ୧୫ ହଜାର ଲାଞ୍ଚ ନେବାବେଳେ କିରାଣିଙ୍କୁ ଧରିଛି ଭିଜିଲାନସ୍

ସେମିଳିଗୁଡ଼ା/କୋରାପୁଟ: କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକରେ ରମେଶ ବେହେରା ନାମକ ଜଣେ ଶିକ୍ଷକଙ୍କ ୨୦୧୯ରେ ମୃତ୍ୟୁ ଘଟିଥିଲା। ଗୋଷ୍ଠୀ ଶିକ୍ଷା ବିଭାଗ କାର୍ଯ୍ୟାଳୟରେ କାର୍ଯ୍ୟରତ କନିଷ୍ଠ କିରାଣି ସନ୍ଦୀପ କୁମାର ତ୍ରିପାଠୀ ଆରଏସିପି, ଏମଏସିପି, ବର୍ଦ୍ଧିତ ଦରମା ଓ ବକେୟା ପ୍ରାପ୍ୟ…

ବଳଙ୍ଗା ଘଟଣା: ୭ତାରିଖରେ ବିଜେଡିର ୬ଘଣ୍ଟିଆ ବନ୍ଦ

ବାମନାଳ:ବହୁ ଚର୍ଚ୍ଚିତ ବଳଙ୍ଗା ନାବାଳିକା ପୋଡ଼ି ମାରିବା ଉଦ୍ୟମ ଓ ଚିକିତ୍ସାଧୀନ ଅବସ୍ଥାରେ ରହସ୍ୟ ଜନକ ଭାବେ ପୀଡ଼ିତାଙ୍କ ମୃତ୍ୟୁକୁ ନେଇ ରାଜ୍ୟରେ ଚର୍ଚ୍ଚା ହେଉଥିବା ବେଳେ ଆସନ୍ତା ୭ତାରିଖରେ ବିଜେଡି ପକ୍ଷରୁ ୬ଘଣ୍ଟିଆ ଜିଲ୍ଲା ବନ୍ଦ ଡାକରା ନିମନ୍ତେ ଏକ…

Leave a Reply

Your email address will not be published. Required fields are marked *

You Missed

ଶିକ୍ଷା ବିଭା ୧୫ ହଜାର ଲାଞ୍ଚ ନେବାବେଳେ କିରାଣିଙ୍କୁ ଧରିଛି ଭିଜିଲାନସ୍

ବାଂଲାଦେଶରେ ଫେବ୍ରୁଆରି ୨୦୨୬ରେ ହେବ ନିର୍ବାଚନ

ବଳଙ୍ଗା ଘଟଣା: ୭ତାରିଖରେ ବିଜେଡିର ୬ଘଣ୍ଟିଆ ବନ୍ଦ

ଉତ୍ତରାଖଣ୍ଡରେ ୪ ମୃତ ଓ ୫୦ରୁ ଅଧିକ ନିଖୋଜ

ଜମ୍ମୁ-କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ୍‍ ମଲ୍ଲିକଙ୍କ ପରଲୋକ

ଓଡିଶା ହେବ ଗ୍ଲୋବାଲ୍ ସ୍କିଲ୍ ହବ୍