ଆଜି ବସିବ ରଥଯାତ୍ରା ସମୀକ୍ଷା ବୈଠକ

ପୁରୀ: ରଥଯାତ୍ରା ଓ ବାହୁଡ଼ା ଦର୍ଶନ ନେଇ ଆସିବ ମାର୍ଗଦର୍ଶିକା । ମଙ୍ଗଳବାର ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବସିବ ଏହି ବୈଠକ । ଏହି ବୈଠକରେ ଡିଜିପି, ଶ୍ରୀଜଗନ୍ନାଥ ମନ୍ଦିର ମୁଖ୍ୟ ପ୍ରଶାସକ, ନଗର ଉନ୍ନୟନ ବିଭାଗ ପ୍ରମୁଖ ଶାସନ ସଚିବ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସଚିବ, ପୁରୀ ଜିଲ୍ଲାପାଳ ଓ ଏସପି ଯୋଗଦେବାର କାର୍ୟ୍ୟକ୍ରମ ରହିଛି । ବୈଠକରେ ରଥଯାତ୍ରା ଓ ବାହୁଡ଼ାଯାତ୍ରା ଆଦି ସମ୍ପର୍କରେ ଗୁରୁତ୍ବପୂର୍ଣ୍ଣ ଆଲୋଚନା ହେବ।

ରଥଯାତ୍ରା, ବାହୁଡ଼ା ସମେତ ଶ୍ରୀମନ୍ଦିରରେ ପାଳନ ହେଉଥିବା ଦୈନନ୍ଦିନ ନୀତିକାଠି ଓ ଉତ୍ସବ ପାଳନରେ ବିଶୃଙ୍ଖଳା ଦେଖାଦେଉଛି। ଠାକୁରଙ୍କ ଦର୍ଶନରେ ଶୃଙ୍ଖଳା ଆସିପାରୁନି। ଠେଲାପେଲା ଭିତରେ ଠାକୁର ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ। ଶ୍ରୀମନ୍ଦିର ଭିତରେ ଓ ବାହାରେ ଦଳାଚକଟା ପରିସ୍ଥିତି ସୃଷ୍ଟି ହେଉଛି। ଶ୍ରଦ୍ଧାଳୁ ଜଗା ଦର୍ଶନ କରିବାକୁ ଆସି ମୌଳିକ ସୁବିଧା ପାଉନାହାନ୍ତି। ଚଳିତ ବର୍ଷ ରଥଯାତ୍ରା ଓ ବାହୁଡ଼ା ବେଳେ ଶରଧାବାଲି ଦଳାଚକଟାରେ ୩ ଜଣଙ୍କ ଜୀବନ ଯାଇଥିଲା । ଏହି ଘଟଣାକୁ ନେଇ ସରକାର ଓ ପ୍ରଶାସନିକ କଳ ସମାଲୋଚିତ ହୋଇଥିଲା। ଏହାକୁ ଦୃଷ୍ଟିରେ ରଖି ଆଜି ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ତାଙ୍କ ସମ୍ମିଳନୀ କକ୍ଷରେ ଏକ ଗୁରୁତ୍ୱ ପୂର୍ଣ ବୈଠକ ବସିବାକୁ ଯାଉଛି। ବୈଠକରେ ରଥଯାତ୍ରା, ବାହୁଡ଼ା ଯାତ୍ରା ସମେତ ଶ୍ରୀମନ୍ଦିରର ସମସ୍ତ ପର୍ବପର୍ବାଣୀ ଏବଂ ଦୈନନ୍ଦିନ ନୀତିକାନ୍ତି, ଦର୍ଶନ ଶୃଙ୍ଖଳା ନେଇ ଆଲୋଚନା ହେବ। ଗୁରୁତ୍ୱପୂର୍ଣ ଅଂଶୀଦାରମାନଙ୍କ ସହ ବୈଠକରେ ଆଲୋଚନା କରି ମୁଖ୍ୟ ଶାସନ ସଚିବ ମାର୍ଗଦର୍ଶନ ଦେବେ।

  • Related Posts

    ଭିଜିଲାନ୍ସ ହାତରେ ଧରାପଡିଲେ ଡାଟା ଏଣ୍ଟ୍ରି ଅପରେଟର

    ନୟାଗଡ଼: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଗୃହର ବିଲ୍ ପାସ୍ କରିବା ପାଇଁ ଜଣେ ହିତାଧିକାରୀଙ୍କ ଠାରୁ ୪ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି ପଞ୍ଚାୟତ ଡାଟାଏଣ୍ଟ୍ରି ଅପରେଟର। ଡାଟା ଏଣ୍ଟ୍ରି ଅପରେଟର ଜଣକ ହେଲେ ରଣପୁର…

    Continue reading
    ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ଟଙ୍କା

    ଭୁବନେଶ୍ବର : ସୁଭଦ୍ରା ଯୋଜନାର ହିତାଧିକାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। ଆସନ୍ତା ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପରବର୍ତ୍ତୀ କିସ୍ତି ଟଙ୍କା ପ୍ରଦାନ କରାଯିବ। ଏଥିସହ ୨୫ ଜୁଲାଇ ସୁଦ୍ଧା ଯେଉଁ ଆବେଦନଗୁଡ଼ିକର ନାମ ଜିଲ୍ଲା ସ୍ତରରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ