ମା’ ବିରଜାଙ୍କ ପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଠିକ୍ ସମୟରେ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଯାଜପୁରର ପ୍ରସିଦ୍ଧ ମା’ ବିରଜା ପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଠିକ୍ ସମୟରେ ସାରିବାକୁ ଆଜି ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆବଶ୍ୟକ ପଡ଼ିଲେ ନୂତନ ପ୍ରକଳ୍ପ ମଧ୍ୟ କାର୍ଯ୍ୟକାରୀ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି କରାଯାଇଥିବା ପ୍ରେସ୍ ରିଲିଜ୍‌ରେ କୁହାଯାଇଛି, ଯାଜପୁରର ବିରଜା କ୍ଷେତ୍ର କେବଳ ଓଡ଼ିଶାର ନୁହେଁ, ସାରା ଦେଶର ଏକ ଗୁରୁତ୍ୱପୂର୍ଣ୍ଣ ଶକ୍ତି ପୀଠ। ଓଡ଼ିଶାର ଜନସାଧାରଣଙ୍କ ଧାର୍ମିକ ଓ ଆଧ୍ୟାତ୍ମିକ ଚେତନାରେ ଏହା ଏକ ପ୍ରମୁଖ ତୀର୍ଥ କ୍ଷେତ୍ର। ମହାଭାରତ, ଆଦି ଶଙ୍କରାଚାର୍ଯ୍ୟଙ୍କ ଶକ୍ତି ପୀଠ ସ୍ତବ ଏବଂ ବାମନ ପୁରାଣରେ ମଧ୍ୟ ମା’ ବିରଜାଙ୍କ ସମ୍ପର୍କରେ ବର୍ଣ୍ଣନା ରହିଛି। ନାଭି ଗୟା ଭାବରେ ବିରଜା ପୀଠର ପ୍ରସିଦ୍ଧି ରହିଛି। ମା’ ବିରଜାଙ୍କ ପ୍ରତି ସାରା ଓଡ଼ିଶାର ଜନସାଧାରଣଙ୍କ ପ୍ରଗାଢ଼ ଭକ୍ତି ଓ ନିଷ୍ଠା ରହିଛି। ଏହି ପ୍ରାଚୀନ ପ୍ରସିଦ୍ଧ ଶକ୍ତି ପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରତିଶ୍ରୁତିବଦ୍ଧ। ଏଥିପାଇଁ ମଞ୍ଜୁର କରାଯାଇଥିବା ପ୍ରକଳ୍ପ ଗୁଡ଼ିକ ଜାରି ରହିଛି। ଏହା ସହିତ ମନ୍ଦିରର ସର୍ବାଙ୍ଗୀନ ବିକାଶ ପାଇଁ ଆବଶ୍ୟକ ପଡ଼ିଲେ ନୂତନ ପ୍ରକଳ୍ପ ମଧ୍ୟ କାର୍ଯ୍ୟକାରୀ କରାଯିବ। ବିରଜା ମନ୍ଦିର ଓ ପାରିପାର୍ଶ୍ୱିକ ଉନ୍ନୟନ ପାଇଁ ଯେଉଁ ସବୁ ପ୍ରକଳ୍ପ ହାତକୁ ନିଆ ଯାଇଛି, ସେ ସବୁ ପ୍ରକଳ୍ପ ଠିକ୍ ସମୟରେ ସମ୍ପୂର୍ଣ୍ଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ