ପାଞ୍ଚଦିନ ମଧ୍ୟରେ ସାରା ଦେଶରେ ପ୍ରବଳ ବର୍ଷା ସମେତ ବଜ୍ରପାତ ହେବ: ଆଇଏମଡି

ନୂଆଦିଲ୍ଲୀ, 20।08: ଚଳିତମାସ ୨୪ ତାରିଖ ପର୍ଯ୍ୟନ୍ତ ୨୬ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ କାର୍ଯ୍ୟାଳୟ (ଆଇଏମଡି) ପକ୍ଷରୁ କୁହାଯାଇଛି। ପଶ୍ଚିମାଞ୍ଚଳରେ ମହାରାଷ୍ଟ୍ର, ଗୁଜରାଟ, ଗୋଆ ଓ କୋଙ୍କଣ ଏବଂ ପୂର୍ବାଞ୍ଚଳରେ କେରଳ, ତାମିଲନାଡୁ, ତେଲଙ୍ଗାନା ଓ ଆନ୍ଧ୍ର ପ୍ରଦେଶରେ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଆଇଏମଡି ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆସାମ, ମେଘାଳୟ, ଅରୁଣାଚଳ ପ୍ରଦେଶ, ନାଗାଲାଣ୍ଡ, ମଣିପୁର, ମିଜୋରାମ ଓ ତ୍ରିପୁରା ଭଳି ଉତ୍ତର-ପୂର୍ବ ରାଜ୍ୟଗୁଡିକରେ ମଧ୍ୟ ପ୍ରବଳ ବର୍ଷା ହେବ ବୋଲି ଆଇଏମଡି ପୂର୍ବାନୁମାନ କରିଛି। ଆଗାମୀ ପାଞ୍ଚଦିନ ମଧ୍ୟରେ ଦାକ୍ଷିଣାତ୍ୟ ରାଜ୍ୟ ସମେତ ଜାମ୍ମୁ-କାଶ୍ମୀର, ଲଦାଖରେ ପ୍ରବଳ ବର୍ଷା ସମେତ ବଜ୍ରପାତ ହୋଇପାରେ ବୋଲି କୁହାଯାଇଛି। ଆଇଏମଡି ପକ୍ଷରୁ ଦିଲ୍ଲୀ, ନୋଏଡା, ଗୁରୁଗ୍ରାମ ଓ ଗାଜିଆବାଦରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ଆଇଏମଡି ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଦିଲ୍ଲୀ ଆକାଶ ମେଘାଚ୍ଛନ୍ନ ରହିବା ସହ ବଜ୍ରପାତ ହୋଇପାରେ ବୋଲି ଅନୁମାନ କରାଯାଇଛି। ଆଇଏମଡି ସୂଚନା ମୁତାବକ ଆଗାମୀ ଦୁଇ ଦିନ ଓଡିଶା, ଆନ୍ଧ୍ର ପ୍ରଦେଶ, କର୍ଣ୍ଣାଟକ, କେରଳ, ଗୋଙ୍କଣ, ଗୋଆ, ସୌରାଷ୍ଟ୍ର, କଚ୍ଛ, ତାମିଲନାଡୁ, ପୁଦୁଚେରୀ, ଗୁଜରାଟ, କର୍ଣ୍ଣାଟକ, ଲାକ୍ଷାଦ୍ବୀପ ଅଞ୍ଚଳରେ ବର୍ଷା ସାଙ୍ଗକୁ ଘଣ୍ଟା ପ୍ରତି ୬୦ କିମି ପର୍ଯ୍ୟନ୍ତ ବେଗରେ ପବନ ବହିବାର ଆଶଙ୍କା ରହିଛି।ଏହି ପରିପ୍ରେକ୍ଷୀରେ ଆଇଏମଡି ପକ୍ଷରୁ ମୁମ୍ବଇ ସମେତ ମହାରାଷ୍ଟ୍ରର ଉପକୂଳବର୍ତ୍ତୀ ଅଞ୍ଚଳ, ଗୁଜରାଟର ଓଖା, ଦ୍ବାରକା, ଡିଉ, ଜୁନାଗଡ, ପୋରବନ୍ଦର ପାଇଁ ରେଡ୍‌ ଆଲର୍ଟ ଜାରି କରାଯାଇଛି। ଅପରପକ୍ଷରେ ମଧ୍ୟପ୍ରଦେଶ, ଛତିଶଗଡ, ଓଡିଶା, ବିହାର, ଝାଡ଼ଖଣ୍ଡ, ବିଦର୍ଭ, ପଶ୍ଚିମବଙ୍ଗ ଓ ସିକ୍କିମରେ ୨୪ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୧୯ରୁ ୨୪ ତାରିଖ ପର୍ଯ୍ୟନ୍ତ ଉତ୍ତର ଭାରତରେ ଜାମ୍ମୁ-କାଶ୍ମୀର, ପଞ୍ଜାବ, ହରିୟାଣା, ହିମାଚଳ ପ୍ରଦେଶ, ଉତ୍ତରାଖଣ୍ଡ, ରାଜସ୍ଥାନ ଓ ଉତ୍ତରପ୍ରଦେଶରେ ମଧ୍ୟ ଏହି ସ୍ଥିତି ଲାଗି ରହିବ ବୋଲି ଆଇଏମଡି ପକ୍ଷରୁ କୁହାଯାଇଛି।

  • Related Posts

    ଆଶାରାମ ବାପୁଙ୍କୁ ଜାମିନ ଦେବାକୁ ମନା କଲେ ସୁପ୍ରିମକୋର୍ଟ

    ନୂଆଦିଲ୍ଲୀ: ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ଜଣେ ନାବାଳିକା ବଳାତ୍କାର ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟ ବର୍ତ୍ତମାନ ପାଇଁ ଅନ୍ତରୀଣ ଜାମିନ ଦେବାକୁ ମନା କରିଦେଇଛନ୍ତି। ୮୫ ବର୍ଷୀୟ ବୃଦ୍ଧ ସ୍ବାସ୍ଥ୍ୟଗତ ସମସ୍ୟା…

    Continue reading
    ଘର ଭୁଶୁଡ଼ି ଗୋଟିଏ ପରିବାରର ୬ ମୃତ

    ପ୍ରତାପଗଡ: ଉତ୍ତର ପ୍ରଦେଶର ପ୍ରତାପଗଡ଼ ଜିଲ୍ଲାର ମହୁଲି ବଜାର ଅଞ୍ଚଳରେ ଗୁରୁବାର ଭୋର ସମୟରେ ପ୍ରବଳ ବର୍ଷା ଯୋଗୁଁ ଏକ ପୁରୁଣା କୋଠା ଭୁଶୁଡ଼ି ପଡ଼ିବାରୁ ଗୋଟିଏ ପରିବାରର ୬ ଜଣଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ଦୁଇଜଣ କୋମଳମତି ଶିଶୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ