ରେଖା ଗୁପ୍ତାଙ୍କୁ ସର୍ବସମ୍ମୁଖରେ ଆକ୍ରମଣ

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କୁ ସର୍ବସମ୍ମୁଖରେ ଆକ୍ରମଣ । ରେଖା ଗୁପ୍ତା ନିଜ ସରକାରୀ ବାସଭବନରେ ଜନଶୁଣାଣି କରୁଥିବା ବେଳେ ତାଙ୍କ ଉପରରେ ଆକ୍ରମଣ ହୋଇଛି । ଜଣେ ବ୍ୟକ୍ତି ହଠାତ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ଚାପୁଡ଼ା ମାରିବାକୁ ଚେଷ୍ଟା କରିଛନ୍ତି । ତାଙ୍କ ମୁଣ୍ଡରେ ଆଘାତ ଲାଗିଛି । ବର୍ତ୍ତମାନ ରେଖାଙ୍କ ବସଭବନରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି ।ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ପ୍ରତି ବୁଧବାର ସିଭିଲ ଲାଇନ୍ସ ସ୍ଥିତ ବାସଭବନରେ ‘ଜନଶୁଣାଣି’ କାର୍ଯ୍ୟକ୍ରମ ଆୟୋଜନ କରନ୍ତି, ଯେଉଁଠାରେ ସେ ସିଧାସଳଖ ଲୋକଙ୍କୁ ଭେଟି ସେମାନଙ୍କ ସମସ୍ୟାର ସମାଧାନ କରନ୍ତି । ଆଜିର ଜନଶୁଣାଣି କାର୍ଯ୍ୟକ୍ରମରେ ମଧ୍ୟ ପ୍ରବଳ ଭିଡ଼ ଥିଲା । ସକାଳ ପ୍ରାୟ ସାଢ଼େ 8ଟା ସମୟରେ ମୁଖ୍ୟମନ୍ତ୍ରୀ ଜଣକ ପରେ ଜଣେ ଲୋକଙ୍କ ଅଭିଯୋଗ ଶୁଣାଣି କରୁଥିଲେ । ଏତିକି ବେଳେ ହଠାତ ଜଣେ ବ୍ୟକ୍ତି ତାଙ୍କ ପାଖକୁ ଆସିବାକୁ ଚେଷ୍ଟା କରିଥିଲେ । ସେ କିଛି କାଗଜ ଫିଙ୍ଗି ରେଖା ଗୁପ୍ତାଙ୍କୁ ଚାପୁଡ଼ା ମାରିବାକୁ ଚେଷ୍ଟା କରିଥିଲେ । ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟରେ ଥିବା ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁଯାୟୀ, ବ୍ୟକ୍ତି ଜଣଙ୍କ ହଠାତ୍ ମୁଖ୍ୟମନ୍ତ୍ରୀଙ୍କ ଆଡ଼କୁ କିଛି କାଗଜ ଫିଙ୍ଗି ତାଙ୍କୁ ମାଡ଼ ମାରିବାକୁ ଚେଷ୍ଟା କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା କର୍ମୀ ତୁରନ୍ତ ବ୍ୟକ୍ତିଙ୍କୁ ଅଟକାଇବା ପାଇଁ ଚେଷ୍ଟା କରିଥିଲା ।ସୁରକ୍ଷା କର୍ମୀମାନେ ତୁରନ୍ତ ଆକ୍ରମଣକାରୀ ଯୁବକଙ୍କୁ ଧରିଛନ୍ତି । ତାଙ୍କ ବୟସ ପାଖାପାଖି ୩୫ ବର୍ଷ ହେବ । ଯୁବକଙ୍କୁ ପଚରାଉଚରା ବେଳେ ସେ କହିଛନ୍ତି ଯେ, ତାଙ୍କର ଏକ ବ୍ୟକ୍ତିଗତ ସମସ୍ୟା ସମାଧାନ ହେଉନଥିଲା । ଏଥିପାଇଁ ସେ ମୁଖ୍ୟମନ୍ତ୍ରୀଙ୍କ ଉପରେ ରାଗିଥିଲେ । ପୋଲିସ ତୁରନ୍ତ ତାଙ୍କୁ ହେପାଜତକୁ ନେଇଛି ଏବଂ ଅଧିକ ପଚରାଉଚରା ଚଲାଇଛି । ଆକ୍ରମଣ ପରେ, ମୁଖ୍ୟମନ୍ତ୍ରୀଙ୍କୁ ତୁରନ୍ତ ତାଙ୍କ ବ୍ୟକ୍ତିଗତ ଚାମ୍ବରକୁ ନିଆଯାଇଥିଲା । ଏକ ସରକାରୀ ବିବୃତ୍ତିରେ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି ଯେ, ମୁଖ୍ୟମନ୍ତ୍ରୀ ସୁରକ୍ଷିତ ଅଛନ୍ତି ଏବଂ ତାଙ୍କର କୌଣସି ଆଘାତ ଲାଗିନାହିଁ । ଏକ ଡାକ୍ତରୀ ଟିମ୍‌ ତାଙ୍କୁ ପରୀକ୍ଷା କରି କିଛି ସମୟ ପାଇଁ ବିଶ୍ରାମ ନେବାକୁ ପରାମର୍ଶ ଦେଇଛନ୍ତି ।

  • Related Posts

    ଆଜିଠାରୁ PUCC ଯାଞ୍ଚ କଡ଼ାକଡ଼ି: ଧରାପଡ଼ିଲେ ଗଣିବେ ୧୦ ହଜାର ଟଙ୍କା ଜରିମାନା

    ଭୁବନେଶ୍ବର:ଆଜିଠାରୁ କଡ଼ାକଡ଼ି ହେବ PUCC ଯାଞ୍ଚ । ଧରାପଡ଼ିଲେ ଗଣିବେ ୧୦ ହଜାର ଟଙ୍କା ଜରିମାନା। ଆଜି ଠାରୁ ସାରା ରାଜ୍ୟରେ ପ୍ରଦୂଷଣ ପ୍ରମାଣପତ୍ର ଯାଞ୍ଚ ପ୍ରକ୍ରିୟାକୁ ଅଧିକ କଡ଼ାକଡ଼ି କରାଯାଇଛି। ପୂର୍ବରୁ ପ୍ରଦୂଷଣ ସାର୍ଟିଫିକେଟ ଯାଞ୍ଚ ଏପ୍ରିଲ ପହିଲା ଯାଏଁ…

    Continue reading
    ଜନତାଙ୍କ ଉପରେ ନପଡ଼ୁ ଯୁଦ୍ଧର ପ୍ରଭାବ: ପ୍ରଧାନମନ୍ତ୍ରୀ

    ମଧ୍ୟପ୍ରାଚ୍ୟ ଯୁଦ୍ଧ ସ୍ଥିତିରେ ଦେଶବାସୀଙ୍କୁ ସୁରକ୍ଷା ଦିଅ। ଅତ୍ୟାବଶ୍ୟକ ସାମଗ୍ରୀର ଯୋଗାଣ ନିରନ୍ତର ସହିତ ଦରଦାମ ସ୍ଥିର ରଖ। ସୁରକ୍ଷା ସଂପର୍କିତ କ୍ୟାବିନେଟ୍ କମିଟି ବା CCS ବୈଠକରେ ଏଭଳି ନିର୍ଦ୍ଦେଶ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମଧ୍ୟପ୍ରାଚ୍ୟ ଯୁଦ୍ଧ ସ୍ଥିତିକୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ