ସବୁ ଜିଲ୍ଲାରେ ଏମ.ଏସ.ଏମ.ଇ ପାର୍କ ପ୍ରତିଷ୍ଠା କାର୍ଯ୍ୟ ତ୍ବରାନ୍ବିତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,20/08: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ସଂପର୍କରେ ସମୀକ୍ଷା କରିଛନ୍ତି । ବୈଠକରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏମ.ଏସ.ଏମ.ଇ କ୍ଷେତ୍ର ହେଉଛି ବ୍ୟାପକ ନିଯୁକ୍ତି ଓ ସମ୍ଭାବନାର କ୍ଷେତ୍ର । ସରକାରୀ ସ୍ତରରେ ଏମ.ଏସ.ଏମ.ଇ ପ୍ରତିଷ୍ଠା ପାଇଁ ସମସ୍ତ ପ୍ରକାର ସୁବିଧାସୁଯୋଗ ପ୍ରଦାନ କରାଯାଉଛି। ଯୁବଗୋଷ୍ଠୀଙ୍କୁ ଅଧିକରୁ ଅଧିକ ଏ କ୍ଷେତ୍ରକୁ ଆକୃଷ୍ଟ କରିବା ପାଇଁ ବିଭାଗ ପକ୍ଷରୁ ବ୍ୟାପକ ସଚେତନତା କାର୍ଯ୍ୟକ୍ରମର ଆୟୋଜନ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏଥିପାଇଁ ସବୁ ଜିଲ୍ଲାରେ ଏମ.ଏସ.ଏମ.ଇ ପାର୍କ ପ୍ରତିଷ୍ଠା କରିବା ପାଇଁ ପଦକ୍ଷେପ ନିଆଯାଉଛି। ଏହି ପ୍ରକ୍ରିୟାକୁ ତ୍ବରାନ୍ବିତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।
ଏହି ବୈଠକରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମ ଲକ୍ଷପତି ଦିଦି କାର୍ଯ୍ୟକ୍ରମ ଖୁବ ସଫଳ ହେଉଛି। ପ୍ରାୟ ୧୭ ଲକ୍ଷ ଲକ୍ଷପତି ଦିଦି ସୃଷ୍ଟି ହୋଇସାରିଲେଣି। ଏଥିରେ ଅନେକ କ୍ଷୁଦ୍ର ବ୍ୟବସାୟୀ ଓ ଉଦ୍ୟୋଗୀ ଅଛନ୍ତି । ସେମାନଙ୍କୁ ଉପଯୁକ୍ତ ସହାୟତା ପ୍ରଦାନ କରାଗଲେ, ସେମାନେ ଆଗକୁ ବଢିପାରିବେ ଏବଂ ଉଦ୍ୟୋଗ ଓ ବାଣିଜ୍ୟ କ୍ଷେତ୍ରରେ ବ୍ୟାପକ ସଫଳତା ହାସଲ କରିପାରିବେ। ତେଣୁ ସେମାନଙ୍କୁ ଏମ.ଏସ.ଏମ.ଇ କ୍ଷେତ୍ରରେ ଉଦ୍ୟୋଗ ପ୍ରତିଷ୍ଠା କରିବା ପାଇଁ ସହାୟତା ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ ।
ଓଡିଶାର ଏମ.ଏସ.ଏମ.ଇ କ୍ଷେତ୍ରର ଉତ୍ପାଦିତ ସାମଗ୍ରୀକୁ ସମସ୍ତ ସରକାରୀ କାର୍ଯ୍ୟାଳୟ ସହିତ ସ୍କୁଲ, କଲେଜ ମାନଙ୍କରେ ବ୍ୟବହାର କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ । ବିଭିନ୍ନ ସରକାରୀ କାର୍ଯ୍ୟାଳୟ ଏବଂ ସ୍କୁଲ କଲେଜର ଆସବାବପତ୍ର, ପୋଷାକ ଇତ୍ୟାଦିକୁ ଓଡିଶା ଏମ.ଏସ.ଏମ.ଇ ମାନଙ୍କରୁ କିଣିବା ପାଇଁ ଆଲୋଚନା ହୋଇଥିଲା । ଏହା ଫଳରେ ଏମ.ଏସ.ଏମ.ଇ କ୍ଷେତ୍ରର ଏହି ଉଦ୍ୟୋଗ ଗୁଡିକୁ ଉପଯୁକ୍ତ ପ୍ରୋତ୍ସାହନ ମିଳିପାରିବ । ଏମ.ଏସ.ଏମ.ଇ କ୍ଷେତ୍ରରେ ଅଧିକ ରପ୍ତାନୀ ଓ ଆମଦାନୀ ସୁବିଧା ପାଇଁ ଉଭୟ ସମୁଦ୍ରପଥ ଓ ଆକାଶପଥରେ କାର୍ଗୋ ସୁବିଧା ବୃଦ୍ଧି କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଥିଲେ । ଏମ.ଏସ.ଏମ.ଇ କ୍ଷେତ୍ରକୁ ବ୍ୟାଙ୍କ ଗୁଡିକ ପକ୍ଷରୁ ଯେପରି ଅଧିକ ଋଣ ମିଳିବ ଏବଂ ଋଣ ପ୍ରଦାନ ପ୍ରକ୍ରିୟା ଯେପରି ସରଳ ଓ ସୁବିଧାଜନକ ହେବ, ସେଥିପାଇଁ ବିଭାଗ ଦୃଷ୍ଟି ଦେବାକୁ ଏବଂ ଏ ସଂପର୍କରେ ନିରନ୍ତର ସମୀକ୍ଷା କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।
ସେହିପରି ପିଏମ୍ ବିଶ୍ବକର୍ମା ଯୋଜନାରେ ଅଧିକ ହିତାଧିକାରୀଙ୍କୁ ଅନ୍ତର୍ଭୁକ୍ତ କରିବା, କ୍ଲଷ୍ଟର ବେସ୍‌ଡ ପ୍ରୋଜେକ୍ଟ ଗୁଡିକୁ ଅଧିକ ପ୍ରୋତ୍ସାହନ ଦେବା ସଂପର୍କରେ ବୈଠକରେ ଆଲୋଚନା ହୋଇଥିଲା । ସୂଚନାଯୋଗ୍ୟ ଯେ ଭାରତ ସରକାରଙ୍କ ଉଦ୍ୟମ ପୋର୍ଟାଲରେ ପଞ୍ଜୀକୃତ ହୋଇଥିବା ୧୧ ଲକ୍ଷରୁ ଉର୍ଦ୍ଧ୍ବ ଏମ.ଏସ.ଏମ.ଇ ରାଜ୍ୟରେ କାର୍ଯ୍ୟକ୍ଷମ ଅଛନ୍ତି ଏବଂ ଏହା ମାଧ୍ୟମରେ ୮୭ ଲକ୍ଷରୁ ଅଧିକ ଲୋକଙ୍କୁ ନିଯୁକ୍ତି ମିଳିଛି । ବୈଠକରେ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶ୍ରୀ ଶାଶ୍ବତ ମିଶ୍ର, ଏମ.ଏସ.ଏମ.ଇ ବିଭାଗର କମିଶନର-ତଥା-ଶାସନ ସଚିବ ଶ୍ରୀ ଡି. ପ୍ରଶାନ୍ତ କୁମାର ରେଡୀ ଏବଂ ନିର୍ଦ୍ଦେଶକ ଶ୍ରମତୀ ଆବୋଲି ସୁନିଲ ନରୱାନେ ପ୍ରମୁଖ ଉପସ୍ଥିତ ଥିଲେ ।

  • Related Posts

    ରାଜ୍ୟରେ ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର

    ଭୁବନେଶ୍ଵର : ରାଜ୍ୟରେ ଜନଗଣନାକୁ ନେଇ ଆସିଲା ବଡ଼ ଅପଡେଟ୍। ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର ଲୋକ। ସ୍ଵଜନଗଣନା ପ୍ରକ୍ରିୟାରେ ଅଧିକରୁ ଅଧିକ ସାମିଲ ହେବା ପାଇଁ ସାଧାରଣ ଲୋକଙ୍କୁ ଅପିଲ୍ କଲେ ମୁଖ୍ୟ ଶାସନ ସଚିବ ଏବଂ…

    Continue reading
    ଜଣେ ବି ଚାଷୀର ଧାନ ରହିବ ନାହିଁ: ସମବାୟ ମନ୍ତ୍ରୀ

    ଭୁବନେଶ୍ୱର: ଏଥର ଖରିଫରେ ରେକର୍ଡ ସଂଖ୍ୟକ ଧାନ ସଂଗ୍ରହ ହୋଇଛି। ଧାନ ବିକ୍ରି କରିଛନ୍ତି ୧୮ ଲକ୍ଷ ୬୪ ହଜାର ଚାଷୀ। ଏଯାବତ ୭୭ ଲକ୍ଷ ମେଟ୍ରିକ୍ ଟନ ଧାନ କିଣା ସରିଛି। ବାକି ବଳକା ଧାନ କିଣିବାକୁ ୭ ଦିନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ