ଭଞ୍ଜବିହାରରେ ଛାତ୍ର-ଅଣଛାତ୍ର ମୁହାଁମୁହିଁ , ଆକ୍ରମଣରେ ଛାତ୍ର ଗୁରୁତର

ବ୍ରହ୍ମପୁର,୨୧/୦୮: ଭଞ୍ଜବିହାର କ୍ୟାମ୍ପସ୍‌ରେ ଅଣଛାତ୍ରଙ୍କ ଆକ୍ରମଣରେ ଜଣେ ଛାତ୍ର ଲହୁଲୁହାଣ ହୋଇଛନ୍ତି। ଛାତ୍ରସଂସଦ ନିର୍ବାଚନ ପୂର୍ବରୁ ପତିଆରା ଜାହିର ପାଇଁ ଏହି ଘଟଣା ଘଟିଥିବା କୁହାଯାଉଛି। ଆହତ ଛାତ୍ରଜଣଙ୍କ ବ୍ରହ୍ମପୁର ସିଟି ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ମୁଣ୍ଡ ଫାଟିବା ସହ ଶରୀରର ବିଭିନ୍ନ ସ୍ଥାନରେ ଆଘାତ ଲାଗିଛି। ନୂଆଖାଇ ପର୍ବ ପାଇଁ ଆଜି ଭଞ୍ଜବିହାର ପରିସରରେ ବିଦ୍ୟାର୍ଥୀଙ୍କ ପକ୍ଷରୁ ଏକ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। କ୍ୟାମ୍ପସ୍‌ ଭିତରେ କିଛି ନିର୍ଦ୍ଦିଷ୍ଟ ରାଜନୈତିକ ଦଳର ଅଣଛାତ୍ର ବିନା ଅନୁମତିରେ ପ୍ରବେଶ କରିବା ସହ ଅପ୍ରୀତିକର ପରିସ୍ଥିତି ସୃଷ୍ଟି କରିଥିଲେ। ସାଂସ୍କୃତିକ କାର୍ଯ୍ୟକ୍ରମରେ ସାମିଲ ହୋଇଥିବା ବିଶ୍ବବିଦ୍ୟାଳୟର ବିଦ୍ୟାର୍ଥୀମାନେ ଏହାକୁ ବିରୋଧ କରିବା ସହ କର୍ତ୍ତୃପକ୍ଷଙ୍କୁ ଅବଗତ କରିଥିଲେ। ଏହାକୁ କେନ୍ଦ୍ର କରି ଦୁଇ ଛାତ୍ରଗୋଷ୍ଠୀଙ୍କ ମଧ୍ୟରେ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଥିଲା। ଅଣଛାତ୍ରଙ୍କ ପ୍ରବେଶ ଓ ଗଣ୍ଡଗୋଳ କରୁଥିବା ନେଇ ବିଶ୍ବବିଦ୍ୟାଳୟର କର୍ତ୍ତୃପକ୍ଷଙ୍କୁ ଅବଗତ କରିଥିବାରୁ ଅଣଛାତ୍ରମାନେ ପ୍ରାଣାନ୍ତକ ଆକ୍ରମଣ କରିଥିବା ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗର ଦ୍ବିତୀୟ ବର୍ଷର ଆହତ ଛାତ୍ର ଅଭିଳାଷ ମିଶ୍ର ପ୍ରକାଶ କରିଛନ୍ତି। ଏହି ଘଟଣା ପରେ ବ୍ରହ୍ମପୁର ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ ସୁରକ୍ଷାକୁ ନେଇ ମଧ୍ୟ ପ୍ରଶ୍ନ ଉଠିଛି। ଆକ୍ରମଣର ଶିକାର ହୋଇଥିବା ଛାତ୍ର ଅଭିଳାଷଙ୍କ କହିବା ଅନୁସାରେ, ୧୦ରୁ ୧୨ ଜଣ ଅଣଛାତ୍ର ତାଙ୍କୁ ବିଭିନ୍ନ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ଏ ସମ୍ପର୍କରେ କୁଳପତି ପ୍ରଫେସର ଗୀତାଞ୍ଜଳି ଦାଶଙ୍କ ସହ ଯୋଗାଯୋଗ କରାଯିବାରୁ, ଘଟଣାରେ ସଂପୃକ୍ତ ଛାତ୍ର, ଅଣଛାତ୍ର ଏବଂ ସୁରକ୍ଷା ଦାୟିତ୍ବରେ ଥିବା କର୍ମଚାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି।ଭଞ୍ଜବିହାର କ୍ୟାମ୍ପସ୍‌ରେ ଅଣଛାତ୍ରଙ୍କ ଆକ୍ରମଣରେ ଜଣେ ଛାତ୍ର ଲହୁଲୁହାଣ ହୋଇଛନ୍ତି। ଛାତ୍ରସଂସଦ ନିର୍ବାଚନ ପୂର୍ବରୁ ପତିଆରା ଜାହିର ପାଇଁ ଏହି ଘଟଣା ଘଟିଥିବା କୁହାଯାଉଛି। ଆହତ ଛାତ୍ରଜଣଙ୍କ ବ୍ରହ୍ମପୁର ସିଟି ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଛନ୍ତି।

  • Related Posts

    ଚୌଦ୍ୱାର ଜେଲରୁ ଫେରାର୍ ରାଜା ସାହାଣୀ ଗିରଫ

    ଭୁୁବନେଶ୍ୱର : ଚୌଦ୍ୱାର ଜେଲରୁ ଫେରାର୍ ଦ୍ୱିତୀୟ କଏଦୀ ଗୁରୁବାର ଗିରଫ ହୋଇଛି। ବିହାରର ରାଜା ସାହାଣୀକୁ ଋଷିକେଶରୁ ଗିରଫ କରାଯାଇଛି। ଦୁର୍ଦ୍ଦାନ୍ତ ଅପରାଧୀକୁ ଋଷିକେଶରୁ କମିଶନରେଟ୍ ପୁଲିସର ସ୍ୱତନ୍ତ୍ର ଟିମ୍ ଗିରଫ କରିଛି। ଏହା ପୂର୍ବରୁ ମଧୁକାନ୍ତ ରାଣାକୁ ବୃନ୍ଦାବନରୁ…

    Continue reading
    କୁବେର ଡେପୁଟି ମ୍ୟାନେଜରଙ୍କ ୨୯ ପ୍ଲଟ୍‌

    ଭୁବନେଶ୍ବର: କୁବେର ଡେପୁଟି ମ୍ୟାନେଜର ବିଦ୍ୟୁତ ରଞ୍ଜନ ଭୋଳଙ୍କ ୨୯ ପ୍ଲଟ୍‌ ଠାବ ହୋଇଛି। ଜଟଣୀ, ବ୍ରହ୍ମପୁର ଆଦି ସ୍ଥାନରେ ବାବୁଙ୍କର ୨୯ ପ୍ଲଟ୍, ଦୁଇ ବହୁତଳ କୋଠା ସହ କଳିଙ୍ଗ ବିହାରରେ ଗୋଟିଏ ଫ୍ଲାଟ୍‌ ଠାବ ହୋଇଛି। ରେଡ୍‌ ବେଳେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ