୨୯ ଅପରାହ୍ନରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାରେ ହେବାକୁ ଥିବା ପୁଲିସ ମହାନିର୍ଦ୍ଦେଶକ(ଡିଜିପି) ସମ୍ମିଳନୀରେ ସାମିଲ ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିପାଇଁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ। ନଭେମ୍ବର ୨୯ ତାରିଖ(ଶୁକ୍ରବାର) ଅପରାହ୍ନରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ପହଞ୍ଚିବେ ବୋଲି ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ।

ମନମୋହନ କହିଛନ୍ତି ଯେ ୨୯ ତାରିଖ ଅପରାହ୍ନ ୪ଟା ୧୫ରେ ପ୍ରଧାନମନ୍ତ୍ରୀ ମୋଦି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ। ଏହାପରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିବେ। ରାଜଭବନ ପର୍ୟ୍ୟନ୍ତ ପ୍ରଧାନମନ୍ତ୍ରୀ ରୋଡ୍‌ ସୋ କରିବେ ବୋଲି ରାଜ୍ୟ ବିଜେପି ସଭାପତି ସୂଚନା ଦେଇଛନ୍ତି। ଏହାପରେ ଦଳୀୟ କାର୍ୟ୍ୟାଳୟକୁ ଆସି କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର ଦେବେ। ପାର୍ଟି ଅଫିସରେ ୨ ଘଣ୍ଟା ପର୍ୟ୍ୟନ୍ତ ପ୍ରଧାନମନ୍ତ୍ରୀ ରହିବେ ବୋଲି ମନମୋହନ କହିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ବୈଠକରେ ଦଳୀୟ ସାଂସଦ, ମନ୍ତ୍ରୀ, ବିଧାୟକ ଓ ବରିଷ୍ଠ ପଦାଧିକାରୀ ଉପସ୍ଥିତ ରହିବେ। ଏହାପରେ ୩୦ ଓ ୧ ତାରିଖରେ ଡିଜିପି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ଯୋଗଦେବାର କାର୍ୟ୍ୟକ୍ରମ ରହିଛି।

  • Related Posts

    ରେଙ୍ଗାଲି ଜଳ ଭଣ୍ଡାରରୁ ଛଡାଗଲା ବର୍ଷା ଜଳ

    ଅନୁଗୋଳ: ରେଙ୍ଗାଲି ଜଳ ଭଣ୍ଡାରରୁ ଛଡାଗଲା ବର୍ଷା ଜଳ । ଦ୍ବିତୀୟ ଥର ପାଇଁ ଖୋଲିଲା ଗେଟ୍ । ଆଗାମୀ ଲଘୁଚାପ ବର୍ଷାକୁ ଦୃଷ୍ଟିରେ ରଖି ଗେଟ୍ ଖୋଲିଛନ୍ତି କର୍ତ୍ତୃପକ୍ଷ । ବ୍ରାହ୍ମଣୀ ତଳେ ବସବାସ କରୁଥିବା ଲୋକଙ୍କୁ ପ୍ରଶାସନ ପକ୍ଷରୁ…

    ଅଙ୍ଗନଓ୍ବାଡ଼ି ଛାତ ଉପରୁ ନାବାଳକ ମୃତଦେହ ଉଦ୍ଧାର

    କେନ୍ଦୁଝର: କେନ୍ଦୁଝର ଜିଲା ଯୋଡ଼ା ଥାନା ଅନ୍ତର୍ଗତ ବିଲେଇପଦା ଗ୍ରାମରେ ଅଙ୍ଗନଓ୍ବାଡ଼ି କେନ୍ଦ୍ର ଛାତ ଉପରୁ ମିଳିଲା ନାବାଳକର ମୃତଦେହ। ଗାଁରେ ଥିବା ପୁରୁଣା ଅଙ୍ଗନଓ୍ବାଡ଼ି କେନ୍ଦ୍ର ଛାତ ଉପରୁ ରବିବାର ଜଣେ ୭ ବର୍ଷୀୟ ନାବାଳକର ମୃତଦେହ ଉଦ୍ଧାର କରିଛି…

    Leave a Reply

    Your email address will not be published. Required fields are marked *

    You Missed

    ବିଷ ପିଇ ଦେଲେ ସ୍ବାମୀ-ସ୍ତ୍ରୀ

    ବିଷ ପିଇ ଦେଲେ ସ୍ବାମୀ-ସ୍ତ୍ରୀ

    ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ; ଥର୍ କାର ଜବତ

    ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ;  ଥର୍ କାର ଜବତ

    ରେଙ୍ଗାଲି ଜଳ ଭଣ୍ଡାରରୁ ଛଡାଗଲା ବର୍ଷା ଜଳ

    ରେଙ୍ଗାଲି ଜଳ ଭଣ୍ଡାରରୁ ଛଡାଗଲା ବର୍ଷା ଜଳ

    ଅଙ୍ଗନଓ୍ବାଡ଼ି ଛାତ ଉପରୁ ନାବାଳକ ମୃତଦେହ ଉଦ୍ଧାର

    ଅଙ୍ଗନଓ୍ବାଡ଼ି ଛାତ ଉପରୁ ନାବାଳକ ମୃତଦେହ ଉଦ୍ଧାର

    ୩ ବନ୍ଦେ ଭାରତ ଏକ୍ସପ୍ରେସ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

    ୩ ବନ୍ଦେ ଭାରତ ଏକ୍ସପ୍ରେସ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

    କୁକୁର କାମୁଡ଼ାରେ ଦୁଇ ମୃତ

    କୁକୁର କାମୁଡ଼ାରେ ଦୁଇ ମୃତ