୨୫ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର: ଆସନ୍ତା ୨୫ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଗାଙ୍ଗେୟ ପଶ୍ଚିମବଙ୍ଗ ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।ବର୍ତ୍ତମାନ ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ଜାରି ରହିଛି। ୨୫ ତାରିଖ ସକାଳ ପର୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଗୁରୁବାର ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ସେହିପରି ଶୁକ୍ରବାର ଏବଂ ଶନିବାର ବଜ୍ରପାତ ଆଶଙ୍କାରେ ୨୦ଟି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହି ଜିଲାଗୁଡ଼ିକ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଏବଂ ମୟୂରଭଞ୍ଜ ଆଦି ସାମିଲ ରହିଛନ୍ତି।

  • Related Posts

    କ୍ରେନ୍ ଖସି ଦୁଇ ଓଡ଼ିଆ ଶ୍ରମିକ ମୃତ

    ଗଞ୍ଜାମ: ଆନ୍ଧ୍ରପ୍ରଦେଶରେ ଅଭାବନୀୟ ଦୁର୍ଘଟଣା। ନିର୍ମାଣାଧୀନ କୋଠାରେ କାମ କରୁଥିବା ବେଳେ କ୍ରେନ୍ ଖସି ପଡ଼ିବାରୁ ଦୁଇ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ଏହି ଦୁଃଖଦ ଘଟଣା ଗୁଣ୍ଟୁର ନିକଟରେ ଘଟିଛି। ଦୁର୍ଘଟଣାରେ ଅନ୍ୟ ତିନି ଜଣ ଶ୍ରମିକ ଗୁରୁତର ଆହତ…

    Continue reading
    ସର୍ଟ ସର୍କିଟରୁ ଜଳିଗଲା ଚଳନ୍ତା ଟ୍ରକ୍

    କେନ୍ଦୁଝର: ସର୍ଟ ସର୍କିଟରୁ ଜଳିଗଲା ଚଳନ୍ତା ଟ୍ରକ୍ । କେନ୍ଦୁଝର ଜିଲ୍ଲା ବମେବାରୀ ଥାନା ହେଶା ବେଡା ଗାଁ ନିକଟରେ ଲୁହା ପଥର ବୋଝେଇ କରିଯାଉଥିବା ବେଳେ ଟ୍ରକ୍‌ରେ ଲାଗିଗଲା ନିଆଁ । ଗତକାଲି ବିଳମ୍ବିତ ରାତିରେ ଲୁହାପଥର ବୋଝେଇ କରି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି