ଏନଏସି ଦାବି: ୧୨ ଘଣ୍ଟିଆ ବୋରିଗୁମ୍ମା ବନ୍ଦ

ବୋରିଗୁମ୍ମା : ଜୋର ଧରିଲା ଏନଏସି ଦାବି । ରାଜ୍ୟର ବିଭିନ୍ନ ଅଞ୍ଚଳକୁ ବିଜ୍ଞାପିତ ଅଞ୍ଚଳ ପରିଷଦ ବା ଏନଏସି କରିବା ଦାବିରେ ବନ୍ଦ ପାଳନ ହେଉଛି । ଆଜି ଏହି କ୍ରମରେ ବୋରିଗୁମ୍ମା ନାଗରିକ ମଞ୍ଚ ପକ୍ଷରୁ ବୋରିଗୁମ୍ମା କୁ ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛନ୍ତି। ସକାଳ ୬ ଘଣ୍ଟା ଠାରୁ ସନ୍ଧ୍ୟା ୬ ଘଣ୍ଟା ପର୍ୟ୍ୟନ୍ତ ସମସ୍ତ ଚକ ଅଖ ଦୋକାନ ବଜାର ବନ୍ଦ ରହିଛି । ଏହାସହ ସରକାରୀ ବେସରକାରୀ ସ୍କୁଲ ଅଫିସ ସମସ୍ତ ଅନୁଷ୍ଠାନ ବନ୍ଦ ରହିଛି । ବୋରିଗୁମ୍ମା ମୁଖ୍ୟ ଛକ ନିକଟରେ ପିକେଟିଂ କରି ରାସ୍ତା ଅବରୋଧ କରିଛନ୍ତି। ଜାତୀୟ ରାଜପଥ ୨୬ ଏବଂ ୬୩ ନମ୍ବର ଦୁଇ ପାର୍ଶ୍ଵରେ ଶହ ଶହ ଗାଡ଼ି ମଟର ଅଟକି ରହିଛି ଫଳରେ ଯାତାୟାତ ସମ୍ପୂର୍ଣ୍ଣ ଠପ ହୋଇଛି। ଆଇନ ଶୃଙ୍ଖଳା ପରିସ୍ଥିତି ସୃଷ୍ଟିକୁ ଦୃଷ୍ଟିରେ ରଖି ଏକ ପ୍ଲାଟୁନ ପୋଲିସ ମୁତୟନ କରାଯାଇଛି।

  • Related Posts

    ପୁରୀରେ ଅନ୍ତର୍ଜାତୀୟ ବିମାନ ବନ୍ଦର ପରିବେଶଗତ ଅସନ୍ତୁଳନ, ଐତିହ୍ୟର ବିଲୁପ୍ତି ଓ ଆଧ୍ୟ୍ୟତ୍ମିକତାର ଧ୍ବଂସସାଧନ କରିବ: ଭକ୍ତ

    ଭୁବନେଶ୍ବର,୦୪/୦୩/୨୦୨୬:ପୁରୀଠାରେ ପ୍ରସ୍ତାବିତ ଅର୍ନ୍ତଜାତୀୟ ବିମାନ ବନ୍ଦର ପାଇଁ କେନ୍ଦ୍ର ସରକାରଙ୍କର ମିଳିଥିବା ଷ୍ଟେଜ୍ -୧ ଅନୁମୋଦନକୁ ପ୍ରଦେଶ କଂଗ୍ରସ କମିଟି ସଭାପତି ଭକ୍ତ ଚରଣ ଦାସ ସମାଲୋଚନା କରିଛନ୍ତି। ବହୁଚର୍ଚ୍ଚିତ ପୁରୀ ଅନ୍ତର୍ଜାତୀୟ ଶ୍ରୀଜଗନ୍ନାଥ ବିମାନବନ୍ଦର ପାଇଁ ମିଳିଥିବା ଜଙ୍ଗଲ ଜମି…

    Continue reading
    ମହାନଦୀ, ପୋଲାଭରମ ପରେ ଏବେ ବଂଶଧାରା; ଟ୍ରିବ୍ୟୁନାଲ୍‌ର ରାୟ ଓଡ଼ିଶା ପ୍ରତି ଉପହାସ: ଭକ୍ତ ଦାସ

    * ଓଡ଼ିଶାକୁ ଶସ୍ତା ପାଇଛି ବିଜେପି * କ୍ୟାଚ୍‌ମେଣ୍ଟ ଏରିଆର ଓଡ଼ିଶାରେ ତିନି ଚତୁର୍ଥାଂଶ; ଅଥଚ ଜଳ ବଣ୍ଟନ ୫୦-୫୦ ଭୁବନେଶ୍ବର,୦୪/୦୩/୨୦୨୬: ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁଙ୍କୁ ଖୁସି କରିବାକୁ ବଂଶଧାରା ଟ୍ରିବ୍ୟୁନାଲ୍ ରାୟ ଦିଆଯାଇଛି। ଓଡ଼ିଶାରେ ବଂଶଧାରାର ତିନି ଚତୁର୍ଥାଂଶ କ୍ୟାଚ୍‌ମେଣ୍ଟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ