ଦୁଇ ଛାତ୍ରଙ୍କ ଉପରେ ଗାଡି ଚଢାଇ ଚମ୍ପଟ ମାରିଲା ବୋଲେରୋ

ବଡ଼ବିଲ: ଦୁଇ କୋମଳମତୀ ଛାତ୍ରଙ୍କ ଉପରେ ଗାଡି ଚଢାଇ ଚମ୍ପଟ ମାରିଲା ବୋଲେରୋ । କେନ୍ଦୁଝର ଜିଲ୍ଲା ବଲାଣୀ ଥାନା ଅନ୍ତର୍ଗତ ଷ୍ଟିଲ ଅଥୋରିଟି ଅଫ୍ ଇଣ୍ଡିଆ (ଝଇଓଖ)ର ଖଣି ଟାଉନସିପ୍ ଅଞ୍ଚଳରେ ଏଭଳି ଅଭାବନୀୟ ଘଟଣା ଘଟିଛି । ଦୁର୍ଘଟଣା ସମୟର ପୁରା ଦୃଶ୍ୟ ସିସିଟିଭିରେ କଏଦ ହୋଇଥିବା ବେଳେ, ପୋଲିସ ଘଟଣାର ତଦନ୍ତ ଚଳାଇଛି । କେନ୍ଦୁଝର ଜିଲ୍ଲା ବଲାଣୀ ଟାଉନସିପରେ ଥିବା ସରକାରୀ ବିଦ୍ୟାଳୟର ତୃତୀୟ ଶ୍ରେଣୀର ଦୁଇ ଛାତ୍ର ସ୍କୁଲ ଛୁଟି ହେବା ପରେ ସାଙ୍ଗ ହୋଇ ବିର୍ସା ମୁଣ୍ଡା କ୍ଲବ ନିକଟସ୍ଥ ନିଜ ଘରକୁ ଫେରୁଥିଲେ । ଏହି ସମୟରେ ବିର୍ସା ମୁଣ୍ଡା କ୍ଲବ ଓ ମସଜିଦ ରାସ୍ତାରେ ସାମ୍ନାପଟୁ ଏକ ବୋଲେରୋ ଦ୍ରୁତ ଗତିରେ ଆସି ସେମାନଙ୍କ ଉପରେ ଚଢାଇ ଚମ୍ପଟ ହୋଇଯାଇଥିଲା । ସ୍ଥାନୀୟ ଲୋକେ ଉଭୟ ଛାତ୍ରଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ସ୍ଥାନୀୟ ସେଲ୍ ବଲାଣୀ ଡାକ୍ତରଖାନାକୁ ନେଇଥିଲେ । ପରେ ସେମାନଙ୍କୁ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି ।

ଏଭଳି ଦୁଃଖଦ ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ଦେଖାଦେଇଛି । ଦୁର୍ଘଟଣା ଘଟାଇଥିବା ବୋଲେରୋ ଓ ଚାଳକଙ୍କୁ ତୁରନ୍ତ ଗିରଫ କରିବାକୁ ଦାବି ହୋଇଛି । ବଲାଣୀ ପୋଲିସ ସିସିଟିଭି ଫୁଟେଜ ଓ ପ୍ରତ୍ୟକ୍ଷଦର୍ଶୀଙ୍କ ସୂଚନା ଅନୁସାରେ ଯାଞ୍ଚ କରୁଥିବା ବେଳେ ଦୁର୍ଘଟଣା ଘଟାଇଥିବା ବୋଲେରୋ ଓ ଚାଳକଙ୍କ ସମ୍ବନ୍ଧରେ ଟେର ପାଇନଥିବା ଜଣାପଡ଼ିଛି ।

  • Related Posts

    ବିଜେପିର ୪୬ ତମ ପ୍ରତିଷ୍ଠା ଦିବସ: ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

    ଭୁବନେଶ୍ବର: ବିଶ୍ବର ସର୍ବବୃହତ ରାଜନୈତିକ ଦଳ ବିଜେପିର ଆଜି ୪୬ ତମ ପ୍ରତିଷ୍ଠା ଦିବସ । ୪୫ ବର୍ଷ ତଳେ ଆଜିର ଦିନରେ ଅର୍ଥାତ ୬ ଏପ୍ରିଲ ୧୯୮୦ରେ ତିଆରି ହୋଇଥିଲା ଭାରତୀୟ ଜନତା ପାର୍ଟୀ। ବିଜେପିର ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା…

    Continue reading
    କଟକ ନେତାଜୀ ବସ ଟର୍ମିନାଲ ସ୍ଥାନାନ୍ତର ଦାବି ଉଠାଇଲେ ଭର୍ତ୍ତୃହରି

    କଟକ : କଟକ ନେତାଜୀ ବସ ଟର୍ମିନାଲରେ ସ୍ଥାନାନ୍ତର ନେଇ କଟକ ସାଂସଦ ଭର୍ତ୍ତୃହରି ମହତାବଙ୍କ ଦାବି । ଭର୍ତ୍ତୃହରି କହିଛନ୍ତି, କଟକ ବସ ଗମନାଗମନ ସୁଗମ କରିବାକୁ କାଠଯୋଡ଼ି ଉପରେ ୧୩୦ କୋଟି ଟଙ୍କା ବ୍ୟୟରେ ୬ ଲେନ୍ ସେତୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ