କଟକ,22/08: ପାର୍ବଣ ଋତୁ ପାଇଁ ସୁରକ୍ଷା ବ୍ୟବସ୍ଥା ଉପରେ ଓଡ଼ିଶା ପୁଲିସ ପ୍ରସ୍ତୁତି କରିଦେଇଛି। ଏହି ସମୟରେ କିଛି ବ୍ୟକ୍ତିବିଶେଷ ବେଆଇନ ଚାନ୍ଦା ଆଦାୟ କରି ପୂଜା ଉତ୍ସବ ପାଳନ କରିବା ଭଳି ଘଟଣା ବିଭିନ୍ନ ସମୟରେ ନଜରକୁ ଆସିଥାଏ। ଏହାକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ଚାନ୍ଦା ଆଦାୟକୁ ସମ୍ପୂର୍ଣ୍ଣ ବନ୍ଦ କରିବା ସହ ଚାନ୍ଦା ଆଦାୟକାରୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ସମସ୍ତ ଜିଲ୍ଲା ଏସପିଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ଏହ ସହ ତୃଣମୂଳ ସ୍ତରରେ ଏହାକୁ କାର୍ଯ୍ୟକାରୀ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଆଜି ଅପରାହ୍ନରେ ରାଜ୍ୟ ପୁଲିସ ମୁଖ୍ୟ କାର୍ଯ୍ୟାଳୟଠାରେ ଡିଜିପି ଶ୍ରୀ ଖୁରାନିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ପାର୍ବଣ ଋତୁ ସମୟରେ ରାଜ୍ୟବାସୀଙ୍କ ନିରାପତ୍ତା ତଥା ସୁରକ୍ଷାକୁ ଅଗ୍ରାଧିକାର ଦେଇ ସେ ଦିଗରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।
ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ସ୍ୱଚ୍ଛତା ପକ୍ଷ ପାଳନ
ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ଭାରତ ସରକାରଙ୍କ ନିର୍ଦ୍ଦେଶକ୍ରମେ ସ୍ୱଚ୍ଛତା ପକ୍ଷ ପାଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ସ୍ୱାଧୀନତା ଦିବସ ଉପଲକ୍ଷେ ଅଗଷ୍ଟ ୧ରୁ ୧୫ ତାରିଖ ପର୍ଯ୍ୟନ୍ତ ସ୍ୱଚ୍ଛତା ପକ୍ଷ ପାଳନ କରାଯାଉଥିବା ବେଳେ ଏହାର…




