ଓଡ଼ିଶା ସିଭିଲ ସର୍ଭିସ-୨୦୨୩ ପରୀକ୍ଷାରେ ୮୦୬ କୃତକାର୍ଯ୍ୟ

କଟକ,22/08: ଓଡ଼ିଶା ସିଭିଲ ସର୍ଭିସ-୨୦୨୩ର ମୁଖ୍ୟ ଲିଖିତ ପରୀକ୍ଷାଫଳ ଆଜି ପ୍ରକାଶ ପାଇଛି। ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହି ପରୀକ୍ଷାରେ ମୋଟ ୮୦୬ଜଣ କୃତକାର୍ଯ୍ୟ ହୋଇଥିଲା ବେଳେ ସେମାନଙ୍କ ମଧ୍ୟରେ ୨୯୩ଜଣ ମହିଳା ଅଛନ୍ତି। ସେପ୍ଟେମ୍ବର ୬ ତାରିଖରେ ଏହି ପରୀକ୍ଷାର୍ଥୀମାନଙ୍କର ପ୍ରମାଣପତ୍ର ଯାଞ୍ଚ ଓ ସାକ୍ଷାତକାର ପରୀକ୍ଷା କରାଯିବ। ଏନେଇ ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ସୂଚନାଯୋଗ୍ୟ, ୨୦୨୨ ଅକ୍ଟୋବର ୧୮ ତାରିଖରେ ୩୯୯ଟି ପଦବି ପୂରଣ ପାଇଁ ଦରଖାସ୍ତ ଆହ୍ବାନ କରାଯାଇଥିଲା। ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌)ରେ ୩୦ଟି, ଓଡ଼ିଶା ଅର୍ଥ ସେବା (ଓଏଫ୍‌ଏସ୍‌)ରେ ୫୬ଟି, ଓଡ଼ିଶା ପୁଲିସ୍‌ ସେବା (ଓପିଏସ୍‌)ରେ ୬ଟି, ଓଡ଼ିଶା ସମବାୟ ସେବା (ଓସିଏସ୍‌)ରେ ୧୨ଟି, ଓଡ଼ିଶା ରାଜସ୍ବ ସେବା (ଓଆର୍‌ଏସ୍‌)ରେ ୯୦ଟି, ଓଡ଼ିଶା ଶ୍ରମ ସେବା (ଓଏଲ୍‌ଏସ୍‌)ରେ ୧୧୩ଟି, ଓଡ଼ିଶା ଟ୍ୟାକ୍ସେସନ୍‌ ଆଣ୍ଡ ଆକାଉଣ୍ଟସ୍‌ ସର୍ଭିସ୍‌ (ଓଟିଆଣ୍ଡଏଏସ୍‌)ରେ ୬୮ଟି, ଓଡ଼ିଶା ନିଯୁକ୍ତି ସେବା (ଓଇଏସ୍‌)ରେ ଗୋଟିଏ, ଓଡ଼ିଶା ସମବାୟ ଅଡିଟ୍‌ ସେବା (ଓସିଏଏସ୍‌)ରେ ୪ଟି, ଓଡ଼ିଶା ଟୁରିଜିମ୍‌ ସର୍ଭିସ୍‌ (ଓଟିଏସ୍‌)ରେ ୧୯ଟି ପଦବି ପୂରଣ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ତେବେ ୨୦୨୪ ଅକ୍ଟୋବର ୨୭ ତାରିଖରେ ହେବାକୁ ଥିବା ପ୍ରିଲିମିନାରୀ ପରୀକ୍ଷାକୁ ବାତ୍ୟା ‘ଦାନା’ ପାଇଁ ଘୁଞ୍ଚାଇ ଦିଆଯାଇଥିଲା। ୨୦୨୪ ଡିସେମ୍ବର ୧୫ ତାରିଖରେ ପ୍ରିଲିମିନାରି ପରୀକ୍ଷା ହୋଇଥିଲା ବେଳେ ଚଳିତ ବର୍ଷ ଏପ୍ରିଲ୍‌ ୧୯ ତାରିଖରେ ମୁଖ୍ୟ ଲିଖିତ ପରୀକ୍ଷା ଅନୁଷ୍ଠିତ ହୋଇଥିଲା।

  • Related Posts

    ଶାନ୍ତି ମଞ୍ଜରୀ ଦେଇ ଦେବଗଡ଼ ପୌରାଧ୍ୟକ୍ଷା ପଦରେ ପୁନଃ ଅବସ୍ଥାପିତ

    ଦେବଗଡ଼:ଦେବଗଡ଼ ପୌରପାଳିକାର ପୂର୍ବତନ ଅଧ୍ୟକ୍ଷା ଶ୍ରୀମତୀ ଶାନ୍ତି ମଞ୍ଜରୀ ଦେଇଙ୍କୁ ରାଜ୍ୟ ସରକାରଙ୍କ ଦ୍ୱାରା ଆଧାର ବିହୀନ ତଥା ଭୁଲ ଅଭିଯୋଗ ଆଧାରରେ ପଦଚ୍ୟୁତ କରାଯାଇଥିବା ବିବାଦରେ ଶେଷରେ ନ୍ୟାୟର ଜୟ ଘଟିଛି। ଏହାକୁ ଚ୍ୟାଲେଞ୍ଜ କରି ସେ ଉଚ୍ଚ ନ୍ୟାୟାଳୟର…

    Continue reading
    କୃଷିଅଧିକାରୀମାନଙ୍କୁ କାମର ହିସାବ ମାଗିଲେ ଉପମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: କୃଷି ଅଧିକାରୀଙ୍କ ବାହାର ରାଜ୍ୟ ଓ ବିଦେଶ ଗସ୍ତକୁ ନେଇ ତାଗିଦ୍‌ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ। ଭୁବନେଶ୍ୱର କୃଷି ଭବନ ପରିସରରେ ଆୟୋଜିତ ରାଜ୍ୟସ୍ତରୀୟ ଉଦ୍ୟାନ କୃଷି ଅଧିକାରୀ ସମ୍ମିଳନୀରେ ସେ ଅଧିକାରୀମାନଙ୍କୁ କାମର ହିସାବ ମାଗିଛନ୍ତି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ