ଶ୍ରୀମନ୍ଦିର ପରିସରରେ ସ୍ତନ୍ୟପାନ ଗୃହ ଖୋଲିବ

ଭୁବନେଶ୍ୱର,23।08:ଖୁବଶୀଘ୍ର ଶ୍ରୀମନ୍ଦିର ପରିସରରେ ଖୋଲିବ ସ୍ତନ୍ୟପାନ ଗୃହ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏ ନେଇ ନିଷ୍ପତ୍ତି ହେବା ସହିତ ଯୋଜନା ପ୍ରସ୍ତୁତ କରାଯାଇଛି। ଏ ଦିଗରେ ତ୍ଵରିତ ପଦକ୍ଷେପ ନେବାକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦେଶ ଦେଇଛନ୍ତି। ଶ୍ରୀମନ୍ଦିରକୁ ପ୍ରତିଦିନ ବହୁ ସଂଖ୍ୟକ ଶ୍ରଦ୍ଧାଳୁ ଆସୁଛନ୍ତି। ଅନେକ ମା’ ନିଜ ଛୋଟ ଛୋଟ ଶିଶୁମାନଙ୍କୁ ମଧ୍ୟ ନେଇ ଆସୁଛନ୍ତି। କିନ୍ତୁ ଶିଶୁଙ୍କୁ ସ୍ତନ୍ୟପାନ କରାଇବାକୁ ସେମାନେ ବହୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ତେଣୁ ସ୍ତନ୍ୟପାନ ଉପରେ ନିର୍ଭରଶୀଳ ଶିଶୁ ଏବଂ ମା’ମାନଙ୍କ ଆବଶ୍ୟକତାକୁ ନଜରରେ ରଖି ଶ୍ରୀମନ୍ଦିର ପରିସରରେ ଏକ ସ୍ଵତନ୍ତ୍ର ସ୍ତନ୍ୟପାନ ଗୃହ ଖୋଲିବାକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଜନା କରାଯାଇଛି। ଇତିମଧ୍ୟରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ବିଦାୟୀ ଆରକ୍ଷୀ ଅଧୀକ୍ଷକ ପିନାକ ମିଶ୍ର, ନୀତି ପ୍ରଶାସକ ଜିତେନ୍ଦ୍ର ସାହୁ, ବରିଷ୍ଠ ସୁପରଭାଇଜର ବକ୍ସି ପ୍ରତିହାରୀ, ସହକାରୀ ପ୍ରଶାସିକା ଶୁଭଶ୍ରୀ ସୁଚିସ୍ମିତା ଏବଂ ଅନ୍ୟ ଅଧିକାରୀମାନେ ଏ ସମ୍ପର୍କରେ ଆଲୋଚନା କରି ସ୍ଵତନ୍ତ୍ର ଗୃହ ସ୍ଥାପନ ପାଇଁ ସ୍ଥାନ ନିରୂପଣ କରିଛନ୍ତି। ଶ୍ରୀମନ୍ଦିର ପରିସରସ୍ଥ ପ୍ରଶାସନିକ ଶାଖା କାର୍ଯ୍ୟାଳୟ ନିକଟରେ ଏହି ସ୍ତନ୍ୟପାନ ଗୃହ କାର୍ଯ୍ୟକ୍ଷମ ହେବ ବୋଲି ନିଷ୍ପତ୍ତି ନିଆଯାଇଛି। ସମ୍ପୃକ୍ତ ଗୃହରେ ଗୋପନୀୟତା, ପରିମଳ ଏବଂ ମା’ ଓ ଶିଶୁଙ୍କ ସ୍ଵାଚ୍ଛନ୍ଦ୍ୟ ଉପରେ ଦୃଷ୍ଟି ଦିଆଯିବ। ଏଥିପାଇଁ ଜଣେ ସ୍ଵତନ୍ତ୍ର ମହିଳା ସହାୟିକା ରହିବେ ବୋଲି କୁହାଯାଇଛି।

  • Related Posts

    ବେଳାଭୂମିରେ ମଦ ବିକିପାରିବ ଓଟିଡିସି

    ଭୁବନେଶ୍ଵର: ଅବକାରୀ ବିଭାଗର ନୂଆ ଗାଇଡଲାଇନ୍। ଟେଟ୍ରା ପ୍ୟାକରେ ମିଳିବ ମଦ। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ଏଥିରେ ୬ଟି ସୁରକ୍ଷା ଲେୟର ରହିବ। ସେପଟେ ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ…

    Continue reading
    ୮ ନକଲି ସିଆଇଡିକୁ ବାନ୍ଧିଲା ଅସଲି ପୁଲିସ

    ଭୁବନେଶ୍ୱର : ନକଲି ସିଆଇଡିଙ୍କୁ ବାନ୍ଧିଲା ଅସଲି ପୁଲିସ। ଚନ୍ଦ୍ରଶେଖର ପୁଲିସ ଏହି ନକଲି ସିଆଇଡି ଅଧିକାରୀଙ୍କୁ ଗିରଫ କରିଛି। ସିଆଇଡି ପରିଚୟ ଦେଇ ଏମାନେ ବିଭିନ୍ନ ଶିକ୍ଷାନୁଷ୍ଠାନ ଓ ବ୍ୟବସାୟୀଙ୍କୁ ଲୁଟୁଥିଲେ। ଚନ୍ଦ୍ରଶେଖରପୁରର ଏକ ଘରୋଇ ଶିକ୍ଷାନୁଷ୍ଠାନ ବାହାରେ ଗିରଫ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ