ଓଡିଶା ମହାକାଶ ଉପଯୋଗ କେନ୍ଦ୍ରରେ ଜାତୀୟ ମହାକାଶ ଦିବସ ସମାରୋହ ପାଳିତ

ଭୁବନେଶ୍ୱର,୨୩/୦୮:ଓଡିଶା ମହାକାଶ ଉପଯୋଗ କେନ୍ଦ୍ରରେ ଜାତୀୟ ମହାକାଶ ଦିବସ ମହାସମାରୋହରେ ପାଳିତ ହୋଇଛି । ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଏହି ସମାରୋହରେ ମୁଖ୍ୟଅତିଥି ଭାବେ ଯୋଗଦେଇ ଓଡିଶା ମହାକାଶ ଉପଯୋଗ କେନ୍ଦ୍ରର (ଓରସାକ) ବିଭିନ୍ନ ଭୂମିକା ଉପରେ ଆଲୋକପାତ କରିଥିଲେ । ଆଜିର ଦିବସ ପ୍ରତ୍ୟେକ ଛାତ୍ରଛାତ୍ରୀ ମାନଙ୍କ ନିମନ୍ତେ ପ୍ରେରଣାଦାୟୀ ହେବାନେଇ ମନ୍ତ୍ରୀ ଆଶାବ୍ୟକ୍ତ କରିଥିଲେ । ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ବିଜ୍ଞାନ ପ୍ରତି ଆଗ୍ରହ ରହିଲେ ଦେଶରେ ପ୍ରଗତିର ନୂତନ ସମ୍ଭାବନା ସୃଷ୍ଟି ହୋଇପାରିବ । ଏଥିପ୍ରତି ସରକାର ପ୍ରତି କ୍ଷେତ୍ରରେ ପ୍ରୋତ୍ସାହନ ଦେଉଥିବା ସେ ଉଲ୍ଲେଖ କରିଥିଲେ । ମହାକାଶ ଗବେଷଣା ଏକ ସ୍ୱତନ୍ତ୍ର ଅଧ୍ୟୟନ ହୋଇଥିବାରୁ ଏଥିପ୍ରତି ଛାତ୍ରଛାତ୍ରୀ ମାନେ ନୀତିନିଷ୍ଠ ଧ୍ୟାନ ଦେଲେ ଜଣେ ମହାକାଶ ବିଜ୍ଞାନୀ ହୋଇପାରିବ। ରାଜ୍ୟରେ ବିଜ୍ଞାନ ଗବେଷଣା ଓ ବୈଷୟିକ ବିକାଶର ସୁଯୋଗ ରହିଛି ଏବଂ ଓଡିଶା ମହାକାଶ ଉପଯୋଗ କେନ୍ଦ୍ରର ସହଯୋଗ ରହିଥବା ନେଇ ସେ ସୂଚନା ଦେଇଥିଲେ ।
ମୁଖ୍ୟ ବକ୍ତା ଭାବେ ଆଇଆଇଟି, ଭୁବନେଶ୍ୱରର ସହକାରୀ ପ୍ରଫେସର ଡଃ ଦେବଦତ୍ତ ସ୍ୱାଇଁ ଯୋଗଦେଇ ଚଳିତ ବର୍ଷର ଶୀର୍ଷକ “ଆର୍ଯ୍ୟଭଟ୍ଟ ଠାରୁ ଗଗନାୟନ- ପ୍ରାଚୀନ ପ୍ରଜ୍ଞା ଠାରୁ ଅସୀମ ସମ୍ଭାବନା” ଉପରେ ଆଲୋକପାତ କରିଥିଲେ।
ଆଜିର ଦିବସ ଭାରତର ମହାକାଶ ଅଭିଯାନର ବିଜୟ ଗାଥାକୁ ମନେପକାଇବା ସହ ମହାକାଶ ଗବେଷଣା କ୍ଷେତ୍ରରେ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଉତ୍ସାହ ଉଦ୍ରେକ କରିବ ବୋଲି ସେ ଉଲ୍ଲେଖ କରିଥିଲେ ।
ସୂଚନାଯୋଗ୍ୟ ଚନ୍ଦ୍ରଯାନ-୩ ମିଶନର ଉଲ୍ଲେଖନୀୟ ସଫଳତାକୁ ପାଳନ କରିବା ପାଇଁ ଭାରତ ସରକାର ଅଗଷ୍ଟ ୨୩ ତାରିଖକୁ “ଜାତୀୟ ମହାକାଶ ଦିବସ” ରୁପେ ଘୋଷଣା କରିଛନ୍ତି । ଏହି ମିଶନରେ ବିକ୍ରମ ଲ୍ୟାଣ୍ଡରର ନିରାପଦ ଏବଂ ସୂକ୍ଷ୍ମ ଅବତରଣ କରିବା ସହ ଦକ୍ଷିଣ ମେରୁ ନିକଟରେ ଚନ୍ଦ୍ର ପୃଷ୍ଠରେ ପ୍ରଜ୍ଞାନ ରୋଭରକୁ ନିୟୋଜିତ କରିବାରେ ସଫଳ ହୋଇପାରିଥିଲା । ଏହି ଐତିହାସିକ ସଫଳତା ଭାରତକୁ ମହାକାଶ ଯାତ୍ରା କରୁଥିବା ରାଷ୍ଟ୍ରଗୁଡିକ ମଧ୍ୟରେ ଏକ ଗୁରୁତ୍ବପୂର୍ଣ ସ୍ଥାନ ପ୍ରଦାନ କରିଛି । ଏହା ଭାରତକୁ ଚନ୍ଦ୍ରରେ ଅବତରଣ କରିବାରେ ଚତୁର୍ଥ ଦେଶ ଏବଂ ଚନ୍ଦ୍ରର ଦକ୍ଷିଣ ମେରୁ ନିକଟରେ ପହଂଚିବାରେ ପ୍ରଥମ ଦେଶ ହେବାର ଗୌରବ ହାସଲ କରିଛି ।
ଏହି ଦିବସକୁ ପାଳନ କରିବା ପାଇଁ ଆଜି ଓଡିଶା ମହାକାଶ ଉପଯୋଗ କେନ୍ଦ୍ର ପରିସରରେ ପୂର୍ବାହ୍ନରେ ଏକ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମର ଆୟୋଜନ କରଯାଇଥିଲା। ମହାକାଶ ବିଜ୍ଞାନ କ୍ଷେତ୍ରରେ ବିଶିଷ୍ଟ ବ୍ୟକ୍ତିବିଶେଷ ମାନଙ୍କୁ ଏହି କାର୍ଯ୍ୟକ୍ରମରେ ଯୋଗଦେବାକୁ ନିମନ୍ତ୍ରଣ କରଯାଇଥିଲା । ବିଶେଷ କରି ଭୁବନେଶ୍ଵରର କେତେକ ସରକାରୀ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରଛାତ୍ରୀ ମଧ୍ୟ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ । ସେମାନଙ୍କ ମଧ୍ୟରେ ମହାକାଶ ବିଜ୍ଞାନ ସମ୍ବନ୍ଧୀୟ କୁଇଜ ପ୍ରତିଯୋଗୀତା କରାଯାଇ କୃତୀ ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରଯାଇଥିଲା । ମୁଖ୍ୟ ଅତିଥି ମନ୍ତ୍ରୀ ଶ୍ରୀ ପାତ୍ର ଓରସାକ ପରିସରରେ ବୃକ୍ଷ ରୋପଣ କରିବା ସହ ରକେଟ ଉତକ୍ଷେପଣ ସଂକ୍ରାନ୍ତୀୟ ଏକ ପ୍ରଦର୍ଶନୀକୁ ଉଦଘାଟନ କରିଥିଲେ । ଏଥିସହ ଏହି ଅବସରରେ ଆଇଆଇଟି, ଭୁବନେଶ୍ୱରର ଛାତ୍ରଛାତ୍ରୀ ସମେତ ବିଭିନ୍ନ ପ୍ରତିଯୋଗୀତାର କୃତୀ ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରିଥିଲେ । ଏହି ଅବସରରେ ଓଡିଶା ମହାକାଶ ଉପଯୋଗ କେନ୍ଦ୍ର (ଓରସାକ)ର ମୁଖ୍ୟ କାର୍ଯ୍ୟନିର୍ବାହୀ ଶ୍ରୀମତୀ ରଶ୍ମିତା ପଣ୍ଡା ସ୍ଵାଗତ ଭାଷଣ ପ୍ରଦାନ କରିଥିବା ବେଳେ ନିଜର ଅଭିବ୍ୟକ୍ତି ପ୍ରଦାନ କରିଥିଲେ । ପରିଶେଷରେ ଓଡିଶା ମହାକାଶ ଉପଯୋଗ କେନ୍ଦ୍ର (ଓରସାକ)ର ପ୍ରଶାସନିକ ଅଧିକାରୀ ଶ୍ରୀମତୀ ସୋଫି ସାଇନିକା ଧନ୍ୟବାଦ ଅର୍ପଣ କରିଥିଲେ ।

  • Related Posts

    ଦଡୀଙ୍ଗିଆ ପଞ୍ଚାୟତରେ ଜନଶୁଣାଣୀ କାର୍ଯ୍ୟକ୍ରମ

    ରାଇକିଆ: ରାଇକିଆ ବ୍ଲକର ଦଡୀଙ୍ଗିଆ ପଞ୍ଚାୟତ ସଭା ଗୃହ ରେ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦିବ୍ୟସିଂ କଂହରଙ୍କ ଅଧ୍ୟକ୍ଷତାର ଜନଶୁଣାଣୀ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା. ଜନଶୁଣାଣୀରେ ମୋଟ ୧୧ ଟି ଅଭିଯୋଗ ମଧ୍ୟରେ ସାମୁହିକ ୪ଟି ଅଭିଯୋଗ ଏବଂ ୭…

    Continue reading
    ବାଲିଘାଟରୁ ଶ୍ରମିକର ମୃତଦେହ ଉଦ୍ଧାର ଘଟଣା: ଅଭିଯୁକ୍ତ ଗିରଫ

    ଦେବଗଡ଼:ଗତ ଜୁନ ମାସ ୨୧ ତାରିଖ ଦିନ ରାତିରେ ଦେବଗଡ଼ ଜିଲ୍ଲାର ବାରକୋଟ ଥାନାର ସିଂହଶାଳ ପଞ୍ଚାୟତର ଚଟିଆପାଲି ବାଲିଘାଟରୁ ଶ୍ରମିକ ଇନ୍ଦ୍ର ମୁଣ୍ଡାଙ୍କର ଗଳିତ ମୃତଦେହ ଉଦ୍ଧାର କରିଥିଲା ପୁଲିସ। ଏନେଇ ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ