କ୍ରିକେଟରୁ ସନ୍ନ୍ୟାସ ନେଲେ ପୂଜାରା

ନୂଆଦିଲ୍ଲୀ: କ୍ରିକେଟରୁ ସନ୍ନ୍ୟାସ ନେଲେ ଭାରତୀୟ ଦଳର ତାରକା ବ୍ୟାଟ୍ସମ୍ୟାନ ଚେତେଶ୍ଵର ପୂଜାରା। ଟେଷ୍ଟ କ୍ରିକେଟରେ ସର୍ବଦା ପ୍ରଭାବୀ ପ୍ରଦର୍ଶନ କରୁଥିବା ପୂଜାରା ନିଜ ଅବସର ସମ୍ପର୍କରେ ସାମାଜିକ ଗଣମାଧ୍ୟମ ଜରିଆରେ ସୂଚନା ଦେଇଛନ୍ତି। କ୍ରିକେଟର ସମସ୍ତ ଫର୍ମାଟରୁ ସେ ସନ୍ନ୍ୟାସ ନେଇଥିବା କହିଛନ୍ତି।୩୭ ବର୍ଷୀୟ ପୂଜାରା ରବିବାର ସାମାଜିକ ଗଣମାଧ୍ୟମ ଏକ୍ସ’ରେ ଏକ ପୋଷ୍ଟ କରି କ୍ରିକେଟ କ୍ୟାରିୟରରୁ ବିରାମ ନେଉଥିବା କହିଛନ୍ତି। ସେ ଲେଖିଛନ୍ତି, ଭାରତୀୟ ଜର୍ସି ପିନ୍ଧିବା, ରାଷ୍ଟ୍ରଗୀତ ଗାନ କରିବା ଏବଂ ପ୍ରତ୍ୟେକ ଥର ପଡ଼ିଆରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ଉଦ୍ୟମ କରିବା, ଏସବୁକୁ ଶବ୍ଦରେ ପରିପ୍ରକାଶ କରିବା କଷ୍ଟକର। କିନ୍ତୁ କୁହାଯାଏ, ସମସ୍ତ ଭଲ ଜିନିଷର ଅନ୍ତ ରହିଛି। ମୁଁ ହୃଦୟରୁ କୃତଜ୍ଞ ରହିଛି ଏବଂ ସମସ୍ତ ଫର୍ମାଟର କ୍ରିକେଟକୁ ଅଲବିଦା କହିବାକୁ ନିଷ୍ପତ୍ତି ନେଇଛି।
ପୂଜାରାଙ୍କ ଟେଷ୍ଟ କ୍ୟାରିୟର ସବୁଠୁ ଉନ୍ନତ ରହିଥିଲା। ସେ ୧୦୩ ଟେଷ୍ଟ ମ୍ୟାଚ ଖେଳି ହାରାହାରି ୪୩.୬ରେ ୭୧୯୫ ରନ ସଂଗ୍ରହ କରିଛନ୍ତି। ଯେଉଁଥିରେ ୧୯ ଶତକ ଏବଂ ୩୫ ଅର୍ଦ୍ଧଶତକ ସାମିଲ ରହିଛି। ସେ ନିଜର ଶେଷ ମ୍ୟାଚ ୨୦୨୩ ବିଶ୍ଵ ଟେଷ୍ଟ ଚାମ୍ପିଅନଶିପ ଫାଇନାଲରେ ଖେଳିଥିଲେ। ଅଷ୍ଟ୍ରେଲିଆ ବିପକ୍ଷ ଏହି ମ୍ୟାଚରେ ସେ ୪୧ ରନ କରିଥିଲେ।

  • Related Posts

    ଏସୀୟ କ୍ରୀଡା ; ହାରିଲା ପାକିସ୍ତାନ; ଟିମ୍ ଇଣ୍ଡିଆ ଜିତିଲା ସ୍ୱର୍ଣ୍ଣ ପଦକ

    ନୂଆଦିଲ୍ଲୀ : ଏସୀୟ କ୍ରୀଡାରେ ଇତିହାସ ରଚିଲା ଭାରତ। କ୍ରିକେଟରେ ସ୍ୱର୍ଣ୍ଣ ପଦକ ଜିତିଲା ଭାରତ। ଫାଇନାଲରେ ପାକିସ୍ତାନକୁ ହରାଇ ସୁନା ଜିତିଲା ଟିମ୍ ଇଣ୍ଡିଆ। ଲଗାତାର ୨ୟ ଥର ପାଇଁ ସ୍ୱର୍ଣ୍ଣ ପଦକ ହାତେଇଲା ଭାରତ। ୧୯ ରନରେ ପାକିସ୍ତାନକୁ…

    Continue reading
    ଲଭଲିନା ରଚିଲେ ଇତିହାସ, ମେରି କମଙ୍କ ପରେ ସ୍ବର୍ଣ୍ଣ ଜିତିଥିବା ଦ୍ବିତୀୟ ଭାରତୀୟ

    ଭାରତୀୟ ବକ୍ସର ଲଭଲିନା ବୋରଗୋହେନ ୨୦୨୬ ଏସୀୟ କ୍ରୀଡ଼ାରେ ଦେଶ ପାଇଁ ସ୍ୱର୍ଣ୍ଣ ପଦକ ଜିତି ଇତିହାସ ରଚିଛନ୍ତି । ମହିଳା ୭୫ କିଲୋଗ୍ରାମ ବର୍ଗର ଫାଇନାଲରେ ଚୀନର ବକ୍ସର ବାଓ ଜିୟିଙ୍କୁ ୫-୦ରେ ପରାସ୍ତ କରିଛନ୍ତି । ପ୍ରଥମ ଦୁଇ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ