ଭୁବନେଶ୍ବର,24/08: ଲଘୁଚାପ କ୍ଷେତ୍ର ପ୍ରଭାବରେ ୨୫ରୁ ୨୮ ତାରିଖ ପର୍ଯ୍ୟନ୍ତ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୪୮ ଘଣ୍ଟାରେ ଏହା ଘନୀଭୂତ ହେବା ନେଇ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ଏହା ପ୍ରଭାବରେ ପ୍ରାୟ ସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ଓ ୩୦ରୁ ୪୦ କି.ମି ପ୍ରତି ଘଣ୍ଟା ବେଗରେ ପବନ ବହିପାରେ । ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବା ପାଇଁ ପରାମର୍ଶ ଦିଆଯିବା ସହ ଅରେଞ୍ଜ୍ ଓ ୟେଲୋ ୱାର୍ଣ୍ଣିଂ ଥିବା ଜିଲ୍ଲା ପ୍ରଶାସନକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।
‘କ୍ରାଇମବ୍ରାଞ୍ଚ ଚାପମୁକ୍ତ ହୋଇ କରୁଛି ତଦନ୍ତ’
ବାଲିଅନ୍ତା : ବାଲିଅନ୍ତା ଭିଡ଼ହିଂସାରେ ସୌମ୍ୟରଞ୍ଜନ ହତ୍ୟା ମାମଲାରେ ଡିଜିପିଙ୍କ ବଡ଼ ବୟାନ । ପୁଲିସ ଡିଜି ବିନୟତୋଷ ମିଶ୍ର ବଡ଼ ସୂଚନା ଦେଇଛନ୍ତି । କହିଛନ୍ତି, କ୍ରାଇମବ୍ରାଞ୍ଚ ସମ୍ପୂର୍ଣ୍ଣ ପ୍ରୋଫେସନାଲ୍ ଭାବେ କାର୍ଯ୍ୟ କରୁଛି । କୌଣସି ବାହ୍ୟ ଚାପ…








